ବିମାନବନ୍ଦରରୁ ଅଧକୋଟି ଟଙ୍କାର ସୁନା ଜବତ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଗୁରୁବାର ପୁଣି ଜଣେ ଯାତ୍ରୀଙ୍କଠାରୁ ୧୩୧୦.୬୫୦ ଗ୍ରାମର ଦୁଇଟି ସୁନା ବିସ୍କୁଟ ଜବତ କରାଯାଇଛି। ଏହି ସୁନା ବିସ୍କୁଟଟି ୯୯ ପ୍ରତିଶତ ଶୁଦ୍ଧ ହୋଇଥିବାବେଳେ ବଜାର ମୂଲ୍ୟ ୫୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ। ତେବେ ଏହାକୁ ଚାଲାଣ କରୁଥିବା କେରଳର ଜଣେ ବ୍ୟକ୍ତିଙ୍କୁ କଷ୍ଟମ ବିଭାଗ ଗିରଫ କରିଛି।
ମିଳିଥିବା ସୂଚନା ଅନୁଯାୟୀ, ଯାତ୍ରୀ ଜଣକ ବୁଧବାର ରାତି ପ୍ରାୟ ୯ଟାରେ ଏୟାର ଏସିଆ ବିମାନ (ନଂ.ଏକେ-୩୧)ରେ କ୍ୱାଲାଲମ୍ପୁରରୁ ସୁନା ବିସ୍କୁଟ ଧରି ଭୁବନେଶ୍ୱର ଆସିଥିଲେ। ଏ ସମ୍ପର୍କରେ ସୂଚନା ପାଇବା ପରେ କଷ୍ଟମ ବିଭାଗର ଅଧିକାରୀମାନେ କଡ଼ା ନଜର ରଖିଥିଲେ। ଯାତ୍ରୀ ଜଣକ ବିମାନବନ୍ଦରରୁ ବାହାରକୁ ଯାଉଥିବାବେଳେ ତାଙ୍କର ଚାଲିଚଳନ ଦେଖି ସନ୍ଦେହ ହୋଇଥିଲା। ତାଙ୍କୁ ଅଟକାଇ ଯାଞ୍ଚ କରାଯାଇଥିଲା। ସେ ଆଣିଥିବା ବ୍ୟାଗ୍‌ରେ ଏକ ହଳଦୀ ପାଉଡର ପ୍ୟାକେଟ ଭିତରେ ଦୁଇଟି ସୁନା ବିସ୍କୁଟ ଥିବା ଜଣାପଡ଼ିଥିଲା। କଷ୍ଟମ ବିଭାଗ ଅଧିକାରୀମାନେ ଉକ୍ତ ସୁନା ବିସ୍କୁଟକୁ ଜବତ କରିବା ସହ ଯାତ୍ରୀ ଜଣଙ୍କୁ କାର୍ଯ୍ୟାଳୟକୁ ଆଣି ପଚରାଉଚରା କରିଥିଲେ। ସେ ଜଣେ ସୁନା ମାଫିଆଙ୍କ ଇସାରାରେ କାମ କରୁଥିବା କହିଥିଲେ। ଏଥିପାଇଁ ତାଙ୍କୁ ଚାଲାଣ ସୁନାର ୩୦ ପ୍ରତିଶତ ଅର୍ଥ ମିଳିଥାଏ। ଫୋନ୍‌ ଏବଂ ସୋସିଆଲ ମିଡିଆ ମାଧ୍ୟମରେ ସୁନା ମାଫିଆଙ୍କ ସହ ଓଡିଶାର ଅନେକ ଅଳଙ୍କାର ବ୍ୟବସାୟୀ ଯୋଗାଯୋଗ କରିଥାନ୍ତି। ସୁନା ମାଫିଆ ଜଣକ କିଏ, ସେ ରାଜଧାନୀର କେଉଁଠିକୁ ସୁନା ପଠାଇଥିଲେ ସେ ସମ୍ପର୍କରେ ଯାତ୍ରୀ ଜଣକ କିଛି ବି କହି ନ ଥିଲେ। ତେବେ ରାଜଧାନୀର ଜଣେ ଅଳଙ୍କାର ବ୍ୟବସାୟୀଙ୍କ ପାଖକୁ ଏହି ସୁନା ଆସୁଥିଲା ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, ଗତ ଦୁଇବର୍ଷରେ ଚାଲାଣବେଳେ କେବଳ ବିମାନବନ୍ଦରରୁ ପ୍ରାୟ ୧୧କେଜି ସୁନା ଜବତ କରାଗଲାଣି। ଏହାସହ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଧରାପଡିଲେଣି। ଅନ୍ୟପକ୍ଷରେ ଟ୍ରେନ୍‌ରେ ମଧ୍ୟ ସୁନା ଚାଲାଣ ଚାଲିଛି। ଗତ ଅକ୍ଟୋବର ୧୧ରେ ହାଓଡାରୁ ମୁମ୍ବାଇ ଯାଉଥିବା ଜ୍ଞାନେଶ୍ୱରୀ ଏକ୍ସପ୍ରେକ୍ସ (ନଂ.୧୨୧୦୨)ରୁ ୧୨.୯ କେଜିର ସୁନା ଜବତ କରାଯାଇଥିଲା। ୫ କୋଟି ଟଙ୍କା ମୂଲ୍ୟର ଏହି ସୁନାକୁ ସୁଟ୍‌କେସ୍‌ ଭିତରେ ୧୧୦ ଖଣ୍ଡ ବିସ୍କୁଟ ଆକାରରେ ରଖାଯାଇ ଚାଲାଣ କରାଯାଉଥିଲା। ଏଥିରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଥିଲା। ଏହି ର଼୍ୟାକେଟରେ ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦଙ୍କ ହାତ ରହିଥିବା ଚର୍ଚ୍ଚା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri