ବିମାନବନ୍ଦର ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣାର ତଦନ୍ତ କରିବ ଏକ୍ସପର୍ଟ ଟିମ୍‌, ରିପୋର୍ଟ ଦେବା ପରେ କାର୍ଯ୍ୟାନୁଷ୍ଠାନ: ଡିସିପି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣାର ତଦନ୍ତ ଏକ୍ସପର୍ଟ ଟିମ୍‌ କରିବ। ସମ୍ପୃକ୍ତ ଠିକାଦାର ଏବଂ ଇଞ୍ଜିନିୟରମାନଙ୍କୁ ପଚରାଉଚରା ଚାଲିଛି। ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା ତାହାର ତଦନ୍ତ ପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି।ଯୋଜନା, କାର୍ଯ୍ୟାନ୍ବୟନ, ସୁରକ୍ଷା ଠିକ୍‌ ଥିଲା କି ନାହିଁ ସେ ବିଷୟରେ ତଦନ୍ତ ହେବ। ଏକ୍ସପର୍ଟ ଟିମ୍‌ ରିପୋର୍ଟ ପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭୁବନେଶ୍ୱର ଡିସିପି ଅନୁପ ସାହୁ କହିଛନ୍ତି।

ପ୍ରକାଶ ଯେ, ବିମାନବନ୍ଦର ଟର୍ମିନାଲ-୧ରୁ ଟର୍ମିନାଲ-୨କୁ ଯୋଡ଼ିବା ପାଇଁ ତିଆରି ଚାଲିଥିବା ବିଲ୍ଡିଂର ଛାତ ଶୁକ୍ରବାର ରାତିରେ ଭୁଶୁଡ଼ି ପଡ଼ିଥିଲା। ଏହାତଳେ ଚାପିହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ବଡ଼ମ୍ବା ଅଞ୍ଚଳର ଅନ୍ତର୍ଯ୍ୟାମୀ ଗୁରୁ ଠିକା ସଂସ୍ଥାର ହେଲ୍‌ପର ଭାବେ କାମ କରୁଥିଲେ। ସେହିଭଳି ଗୁରୁତର ଢେଙ୍କାନାଳର ନବକିଶୋର ସ୍ବାଇଁ ଡ୍ରାଇଭର ଭାବେ କାମ କରୁଥିଲେ। କ୍ୟାପିଟାଲ ହସ୍ପିଟାଲରେ ନବକିଶୋରଙ୍କ ଚିକିତ୍ସା ଜାରି ରହିଛି। ଅପରପକ୍ଷେ ଶ୍ରମିକ ସୁରକ୍ଷାକୁ ନେଇ ସମସ୍ତ ବ୍ୟବସ୍ଥା ହୋଇଛି। ଛାତ ଢଳେଇ କାମ ସରିଯାଇଥିବା ବେଳେ ଅଧିକ ଓଜନ ପଡ଼ିବାରୁ ଭୁଶୁଡ଼ି ପଡ଼ିଥିବା ନେଇ କନ୍‌ଷ୍ଟ୍ରକଶନ ସଂସ୍ଥାର ଏମ୍‌ଡି ଦିଲୀପ ଖଟୋଇ ସ୍ପଷ୍ଟୀକରଣ ଦେଇଛନ୍ତି। ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ବିଭିନ୍ନ ମହଲରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri