ବିମାନ ଦୁର୍ଘଟଣା:୨ ପାଇଲଟ ମୃତ

ହାନୋଇ,୧୪ା୬(ଏଏଫ୍‌ପି)

ଭିଏତ୍‌ନାମର ଏକ ସାମରିକ ବିମାନ ତାଲିମ ଉଡାଣ କରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁ ଦୁଇ ପାଇଲଟଙ୍କ ମୃତ୍ୟୁ ଘଟିଛି। ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ଭିଏତନାମ୍‌ର ଭଲ ରେକର୍ଡ ଥିଲେ ମଧ୍ୟ ଏଠାରେ ସାମରିକ ବିମାନ ଓ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ଏକ ନିୟମିତ ଘଟଣା। ଭିଏତ୍‌ନାମ୍‌ର କେନ୍ଦ୍ରୀୟ ଖାନ୍‌ ହୋଆ ପ୍ରଦେଶରେ ମିତ୍ରରାଷ୍ଟ୍ର ରୁଷିଆର ଏକ ଟୁ-ସିଟର ହେଲିକପ୍ଟର ୟାକୋଭ୍ଲେଭ ୟାକ-୫୨ ଗୋଟିଏ ପର୍ବତରେ ବାଡେଇ ହୋଇଯିବାରୁ ଜଣେ ପାଇଲଟଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ପାଇଲଟ୍‌ଙ୍କୁ ହସ୍ପିଟାଲ୍‌ ନିଆଯିବାବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି। ତଦନ୍ତ ପାଇଁ ଦୁର୍ଘଟଣାସ୍ଥଳକୁ ଘେରାଉ କରି ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri