ବିମାନ, ରେଳ ଯାତ୍ରୀଙ୍କ ପାଇଁ ଗାଇଡ୍‌ଲାଇନ୍‌: ସବିଶେଷ ଜାଣନ୍ତୁ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିମାନ ଏବଂ ରେଳ ଯାତ୍ରୀଙ୍କ ପାଇଁ ଗାଇଡ୍‌ଲାଇନ୍‌ କରାଯାଇଛି। ଏ ନେଇ ଏସ୍‌ଆର୍‌ସି ପ୍ରଦୀପ ଜେନା ବୁଧବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ ରେଳରେ କିମ୍ବା ବିମାନରେ ଓଡ଼ିଶାକୁ ଆସିବେ ସେମାନେ ପ୍ରଥମେ ରାଜ୍ୟ ସରକାରଙ୍କ କୋଭିଡ-୧୯ ପୋର୍ଟାଲରେ ନାଁ ପଞ୍ଜୀକରଣ କରିବେ। ଯଦି କୌଣସି କାରଣରୁ କେହି ପଞ୍ଜୀକରଣ କରିପାରି ନାହାନ୍ତି ତେବେ ସେମାନଙ୍କ ତଥ୍ୟ ଭାରତ ସରକାର ଅଥବା ରେଳ କର୍ତ୍ତୃପକ୍ଷଙ୍କଠାରୁ ପାଇବା ମାତ୍ରେ ରାଜ୍ୟ ସରକାରଙ୍କ ଇଲେକ୍ଟୋନିକ୍‌ ଏବଂ ଆଇଟି ବିଭାଗ କଲ୍‌ ସେଣ୍ଟରରେ ସମ୍ପୃକ୍ତ ଯାତ୍ରୀଙ୍କ ସହ ଯୋଗାଯୋଗ କରାଯିବ। ଏହାପରେ ତାଙ୍କ ତଥ୍ୟ ସଂଗ୍ରହ କରାଯିବ।

ଯେଉଁ ଯାତ୍ରୀମାନେ ବିମାନଯୋଗେ ଆସିବେ ସେମାନେ ପ୍ରଥମେ ପଞ୍ଜୀକରଣ କରିବେ। ବିମାନଯାତ୍ରୀଙ୍କ ଯେତିକି ତଥ୍ୟ ମିଳିବ ତାକୁ ଜିଲାଓ୍ବାରୀ ଏବଂ ସହରାଞ୍ଚଳ ଅଧିକାରୀଙ୍କ ପାଖକୁ ପଠାଯିବ। ଗ୍ରାମ ପଞ୍ଚାୟତର ସରପଞ୍ଚ ଏବଂ ସହରାଞ୍ଚଳ ଓ୍ବାଡ୍‌ ନୋଡାଲ ଅଫିସରଙ୍କୁ ପଠାଯିବ। ବିମାନରୁ ୨୦ ଜଣିଆ ବ୍ୟାଚ୍‌ କରି ଅଣାଯିବ। ଟର୍ମିନାଲ ବାହାରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ହାତରେ ଅଲିଭା କାଳିରେ ଷ୍ଟାମ୍ପ ଲଗାଯିବ। କାହାର କୋଭିଡ-୧୯ ଲକ୍ଷଣ ଥିଲେ ତାଙ୍କୁ ଅଲଗା କରାଯାଇ ମୁନିସିପାଲ କର୍ତ୍ତୃପକ୍ଷଙ୍କୁ ନେଇ ପରୀକ୍ଷଣ ଏବଂ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରାଯିବ। ବିମାନବନ୍ଦରରୁ ବାହାରିବା ପରେ ନିଜ ଗାଡ଼ିରେ ଯିବା ବ୍ୟବସ୍ଥା କରରିପାରିବେ। ଏଥିସହ ସେଠାରେ ଅତି ସୀମିତ ମାତ୍ରାରେ ଓଲା ଓ ଉବେର ଗାଡ଼ି ଉପଲବ୍ଧ ରହିବ। କ୍ରୁଟ୍‌ ପକ୍ଷରୁ କଟକ ଏବଂ ଅନ୍ୟାନ୍ୟ ସ୍ଥାନକୁ ମୋ ବସ୍‌ ସେବା ସୀମିତ ଭାବେ ସେବା ଯୋଗାଇ ଦେବ। ହୋମ କ୍ୱାରାଣ୍ଟାଇନ୍‌ରେ ୨୮ ଦିନ ରହିବେ। ସରକାରଙ୍କ ନିୟମ ମାନିବେ। ଯଦି ସେମାନେ ଏଥିରେ ଖିଲାପ କରନ୍ତି ଜାତୀୟ ବିପର୍ଯ୍ୟୟ ପରିଚାଳନା ଆଇନ ୨୦୦୫ ଅନୁସାରେ ଏବଂ ଅନ୍ୟାନ୍ୟ ଆଇନ୍‌ ଅନୁସାରେ ଦଣ୍ଡବିଧାନ କରାଯିବ। ତାଙ୍କ ଘର ଆଗରେ କ୍ୱାରାଣ୍ଟାଇନ୍‌ ବୋର୍ଡ ଲାଗିବ। ଯଦି ଉକ୍ତ ସମୟରେ ଅସୁସ୍ଥତା ଅନୁଭବ କରନ୍ତି ତେବେ ୧୦୪ ହେଲ୍ପ ଲାଇନ୍‌ ନଂରେ ଯୋଗାଯୋଗ କରି ଜଣାନ୍ତୁ। ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକୀୟ ବ୍ୟବସ୍ଥା କରାଯିବ।

ସେହିଭଳି ରେଳ ଯୋଗେ ଫେରୁଥିବା ଯାତ୍ରୀଙ୍କ ପାଇଁ ସମାନ ବ୍ୟବସ୍ଥା କରାଯାଇଛି। ଷ୍ଟେଶନକୁ ସିଲ୍‌ କରାଯାଇ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ସମୟରେ ନିୟମିତ ତଦାରଖ କରାଯିବ। ଯେଉଁମାନେ ଭୁବନେଶ୍ୱରରୁ ଅନ୍ୟସ୍ଥାନକୁ ଯିବେ ସେମାନେ ଟିକେଟ ଦେଖାଇ ସେମାନେ ଯାତ୍ରା କରିପାରିବେ। ପ୍ଲାଟଫର୍ମକୁ ପଶିବା ପୂର୍ବରୁ ତାଙ୍କୁ ସ୍କ୍ରିନିଂ କରାଯିବ। ପରେ ସେମାନେ ସିଧା ଗନ୍ତବ୍ୟସ୍ଥଳକୁ ଯାଇପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri