Posted inଜାତୀୟ

ବିମୁଦ୍ରୀକରଣ ବେଳେ ଜମା ହୋଇପାରି ନ ଥିଲା ୧.୧୭ କୋଟି ଅଚଳ ଟଙ୍କା: ସୁପ୍ରିମକୋର୍ଟ ଗଲେ ବ୍ୟବସାୟୀ

ନୂଆଦିଲ୍ଲୀ,୩୧ା୮: ବିମୁଦ୍ରୀକରଣ ବେଳେ ୧ କୋଟି ୧୭ ଲକ୍ଷ ଅଚଳ ଟଙ୍କା ଜମା କରିପାରି ନ ଥିବା ତାମିଲନାଡୁର ଜଣେ ବ୍ୟବସାୟୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ଟଙ୍କା ଗ୍ରହଣ କରିବା ନିମନ୍ତେ ରିଜର୍ଭ ବ୍ୟାଙ୍କ ଓ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ସେ ସର୍ବୋଚ୍ଚ ଅଦାଲତଙ୍କୁ ଅନୁରୋଧ କରିଛନ୍ତି। ତାଙ୍କ ପିଟିଶନ ଉପରେ ଜବାବ ଦାଖଲ କରିବା ଲାଗି କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେତେବେଳେ ପ୍ରଚଳିତ ୫୦୦ ଓ ୧୦୦୦ ଟଙ୍କିଆ ନୋଟ ଅଚଳ ହେଲା ବୋଲି ଘୋଷଣା କରିଥିଲେ। ବ୍ୟାଙ୍କରେ ଏହି ଟଙ୍କା ଡିସେମ୍ବର ୩୦ ସୁଦ୍ଧା ଜମା କରିବାକୁ ଜନସାଧାରଣଙ୍କୁ ସୁଯୋଗ ଦିଆଯାଇଥିଲା। ମଦୁରାଇର ବ୍ୟବସାୟୀ କେ. ରମଣ ୨୦୧୬ ଡିସେମ୍ବର ୩୦ରେ ଉକ୍ତ ଟଙ୍କା ଜମା କରିବାକୁ ତାମିଲନାଡୁର ମର୍କାଣ୍ଟାଇଲ୍‌ ବ୍ୟାଙ୍କକୁ ଯାଇଥିଲେ। ବ୍ୟାଙ୍କ କର୍ତ୍ତୃପକ୍ଷ ଉକ୍ତ ଟଙ୍କାକୁ ଗ୍ରହଣ କରି ନ ଥିଲେ। ଏହା ପରେ ସେ ରିଜର୍ଭ ବ୍ୟାଙ୍କକୁ ମଧ୍ୟ ଟଙ୍କା ଗ୍ରହଣ କରିବାକୁ ଅନୁରୋଧ କରିଥିଲେ। ତେବେ ଏହି ଟଙ୍କା ଆଉ ଗ୍ରହଣ କରାଯାଇପାରିବ ନାହିଁ ବୋଲି ରିଜର୍ଭ ବ୍ୟାଙ୍କ ଗତମାସରେ ରମଣଙ୍କୁ ଜଣାଇଥିଲା ବୋଲି ସେ ପିଟିଶନରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri