ବିମୁଦ୍ରୀକରଣ ଯୋଗୁ ଆସିଛି ମାନ୍ଦାବସ୍ଥା: ଆର୍‌ବିଆଇ

ନୂଆଦିଲ୍ଲୀ, ୮-୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଘୋଷିତ ବିମୁଦ୍ରୀକରଣ ଯୋଗୁ ଦେଶରେ ମାନ୍ଦାବସ୍ଥା ଆସିଛି ବୋଲି ରିଜର୍ଭ ବ୍ୟାଙ୍କ ତଥ୍ୟରୁ ଜଣାପଡିଛି। କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ପଦକ୍ଷେପ ଯୋଗୁ ଦେଶର ଅର୍ଥନୀତି ଗଭୀର ଭାବେ ପ୍ରଭାବିତ ହୋଇଥିବା ବିଶେଷଜ୍ଞମାନେ କହି ଆସୁଛନ୍ତି। ସେମାନଙ୍କ ମତକୁ ରିଜର୍ଭ ବ୍ୟାଙ୍କ ବିଳମ୍ବରେ ହେଲେ ମଧ୍ୟ ସମର୍ଥନ କରିଛି।
କେନ୍ଦ୍ରୀୟ ବ୍ୟାଙ୍କ ତଥ୍ୟ ମୁତାବକ, ବିମୁଦ୍ରୀକରଣ ପରେ କଞ୍ଜ୍ୟୁମର ଗୁଡ୍‌ସ ଲାଗି ଋଣ ପ୍ରଦାନ ନିମ୍ନଗାମୀ ହେବା ସହ ନିରନ୍ତର ହ୍ରାସ ପାଇ ଚାଲିଛି। ୨୦୧୭ ମାର୍ଚ୍ଚ ଶେଷ ସୁଦ୍ଧା ବ୍ୟାଙ୍କଗୁଡିକ ପକ୍ଷରୁ କଞ୍ଜ୍ୟୁମର ଗୁଡ୍‌ସ ବାବଦକୁ ରେକର୍ଡ ୨୦,୭୯୧ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଥିଲା। ଗତ ୬ ବର୍ଷ ଧରି ଏଥିରେ ଲଗାତାର ଅଭିବୃଦ୍ଧି ରହିଥିଲା। ମାତ୍ର ବିମୁଦ୍ରୀକରଣ ପରେ ଏହା ପ୍ରାୟ ୭୩% ହ୍ରାସ ଘଟି ବର୍ତ୍ତମାନ ୫,୬୨୩ କୋଟିକୁ ଖସି ଆସିଛି। ୨୦୧୭-୧୮ ଆର୍ଥତ୍କ ବର୍ଷରେ ୫.୨% ଏବଂ ୨୦୧୮-୧୯ରେ ଏହା ୬୮% ଖସିଛି। ଚଳିତ ବର୍ଷ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ କଞ୍ଜ୍ୟୁମର ଡ୍ୟୁରେବୁଲ କ୍ଷେତ୍ରକୁ ଋଣରେ ୧୦.୭% ହ୍ରାସ ଘଟିଛି।
ସେହିଭଳି ଏମ୍‌ଏସ୍‌ଏମ୍‌ଇ ୟୁନିଟଗୁଡିକର କାରବାର ବିମୁଦ୍ରୀକରଣ ପରେ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିବା ବିଶେଷଜ୍ଞମାନେ କହିଛନ୍ତି। ଏହି ପ୍ରସଙ୍ଗ ଉପରେ ଚତୁର୍ଦ୍ଦଶ ଅର୍ଥ କମିଶନ ସଦସ୍ୟ ଗୋବିନ୍ଦ ରାଓ କହିଛନ୍ତି, ମାନ୍ଦାବସ୍ଥା ଲୋକଙ୍କ ଆୟ ସହ ସାମଞ୍ଜସ୍ୟ ରଖିଛି। ବିମୁଦ୍ରୀକରଣ ପରେ କଞ୍ଜ୍ୟୁମର ଗୁଡ୍‌ସ କ୍ଷେତ୍ରକୁ ଋଣରେ ହ୍ରାସ , ନଗଦ ଅଭାବ ଯୋଗୁ ଏମ୍‌ଏସ୍‌ଏମ୍‌ଇଗୁଡିକ ସମସ୍ୟା ଭୋଗିବାରୁ ବନ୍ଦ ହେବା, କର୍ମଚାରୀଙ୍କ ମଧ୍ୟରେ ଅର୍ଥାଭାବ, କମ୍ପାନୀଗୁଡିକର ଷ୍ଟକ ନ ଶେଷ ହେବା, ଲୋକଙ୍କ ଆୟ ହ୍ରାସ, ବେକାରି ହାର ବୃଦ୍ଧି ମାନ୍ଦାବସ୍ଥାକୁ ଡାକି ଆଣିଛି ବୋଲି ରାଓ କହିଛନ୍ତି। ଏପରି ସ୍ଥିତିରେ ଏମ୍‌ଏସ୍‌ଏମ୍‌ଇଗୁଡିକର ସ୍ଥିତି କ’ଣ ରହିଛି ସେ ସମ୍ପର୍କରେ ସରକାର କୌଣସି ସର୍ଭେ କରାଇ ନାହାନ୍ତି। ଏଣୁ ପ୍ରକୃତ ସ୍ଥିତି କିଭଳି ରହିଛି ତାର ଡାଟା ଜଣା ପଡୁ ନାହିଁ। ଏହାବାଦ ଶିଳ୍ପ କ୍ଷେତ୍ରକୁ ଋଣ ପରିମାଣ ବର୍ତ୍ତମାନ ସୁଦ୍ଧା ୩% ହ୍ରାସ ଘଟିଛି। ଏହା ସେବା କ୍ଷେତ୍ରରେ ୪.୩% ରହିଛି। ସେହିଭଳି ଜାହାଜ ଚଳାଚଳ କ୍ଷେତ୍ରରେ ଏହା ସର୍ବନିମ୍ନ ୨୪.୧% କମିଛି। ଏହାବାଦ ହାଉସିଂ ଋଣ ୩.୪% ବଢିବାରୁ ମୋଟ ହାଉସହୋଲ୍ଡ ଋଣ ପରିମାଣ ୨.୫% ବଢିଥିବା ଆର୍‌ବିଆଇ ଡାଟାରୁ ଜଣା ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

Bank Holiday: ଏପ୍ରିଲ ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଦେଖନ୍ତୁ ଆରବିଆଇର ବ୍ୟାଙ୍କ ଛୁଟିଦିନ

ନୂଆଦିଲ୍ଲୀ,୨୯।୩: ଆସନ୍ତା ଏପ୍ରିଲ ମାସରେ ସମଗ୍ର ଦେଶରେ ପ୍ରାୟ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ। ଏପରି ପରିସ୍ଥିତିରେ, ଯଦି ବ୍ୟାଙ୍କଗୁଡିକରେ ଦୀର୍ଘ ସମୟ ଧରି...

ଏଚ୍‌ଏମ୍‌ଏସ୍‌ଆଇର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୯ା୩: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ ଘରୋଇ ବଜାର (ଭାରତ)ରେ ୬ କୋଟିରୁ ଅଧିକ ଗାଡ଼ି ବିକ୍ରିକରି ନୂଆ ମାଇଲଖୁଣ୍ଟ ହାସଲ...

ବଜାରରେ ନାଲ୍‌କୋର ନୂତନ ଉତ୍ପାଦ

ଭୁବନେଶ୍ୱର,୨୯ା୩ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ତଥା ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧୀନ ନବରତ୍ନ କମ୍ପାନୀ ‘ନାଲ୍‌କୋ’ର ନୂତନ ଉତ୍ପାଦ ‘ଆଲୁମିନିୟମ...

ପହିଲାରେ ଜମାହେବନି ୨୦୦୦ ଟଙ୍କିଆ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): ୨୦୨୪ ଏପ୍ରିଲ ୧ରୁ ନୂତନ ଆର୍ଥିକ ବର୍ଷ ଆରମ୍ଭ ହୋବକୁ ଯାଉଛି। ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର...

ଇପିଏଫ୍‌ଓରେ ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍‌ଓ)ରେ ସାରା ଦେଶରେ କୋଟି କୋଟି ସଂଖ୍ୟାରେ ଆକାଉଣ୍ଟଧାରୀ ଅଛନ୍ତି। ଗ୍ରାହକମାନଙ୍କ ପାଇଁ ଇପିଏଫ୍‌ଓ ପକ୍ଷରୁ ଇ-କେୱାଇସି ବାଧ୍ୟତାମୂଳକ...

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri