Posted inଖେଳ

ବିରାଟ-ରୋହିତ ବିବାଦକୁ ସିଓଏ ମୁଖ୍ୟଙ୍କ ଅସ୍ବୀକାର

ନୂଆଦିଲ୍ଲୀ,୨୭ା୭(ପି.ଟି.)
ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ଡେପୁଟି ରୋହିତ ଶର୍ମାଙ୍କ ମଧ୍ୟରେ ବିବାଦ ରହିଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ତେବେ ଏହି ଘଟଣାକୁ ପ୍ରଶାସକ କମିଟି(ସିଓଏ) ଅଧ୍ୟକ୍ଷ ବିନୋଦ ରୟ ଶୁକ୍ରବାର ଖଣ୍ଡନ କରିଛନ୍ତି। ଗଣମାଧ୍ୟମରେ ଉଭୟଙ୍କ ମଧ୍ୟରେ ବିବାଦ ରହିଥିବା ଯେଉଁ ଖବର ପ୍ରକାଶ ପାଇଛି ତାହା ଏକ ଗଳ୍ପ ବୋଲି ରୟ ଅଭିହିତ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ସେମିଫାଇନାଲରେ ଭାରତର ପରାଜୟ ପରେ ବିରାଟ ଓ ରୋହିତଙ୍କ ମଧ୍ୟରେ କଳହ ହୋଇଥିବା ସୋସିଆଲ ମିଡିଆରେ ଚର୍ଚ୍ଚା ହୋଇଥିଲା। ଏପରି କି ଏହି ଘଟଣା ପରେ ବିସିସିଆଇ ରୋହିତଙ୍କୁ ସୀମିତ ଓଭର କ୍ରିକେଟ୍‌ ଓ ବିରାଟଙ୍କୁ ଟେଷ୍ଟ କ୍ରିକେଟ୍‌ର ଅଧିନାୟକ କରିବା ଲାଗି ଯୋଜନା କରୁଥିବା ରିପୋର୍ଟ ପ୍ରକାଶ ପାଇଥିଲା। ମାତ୍ର ପରବର୍ତ୍ତୀ ସମୟରେ ବିସିସିଆଇ ଅଧିକାରୀମାନେ ଏହାକୁ ମଧ୍ୟ ଖଣ୍ଡନ କରିଦେଇଛନ୍ତି। ଏ ସମ୍ପର୍କିତ ପ୍ରଶ୍ନର ଉତ୍ତର ଦେଇ ରୟ କହିଛନ୍ତି ଯେ, ଏହି ଷ୍ଟୋରି ମିଡିଆ ତିଆରି କରିଛି ଓ ଏଥିରେ କୌଣସି ସତ୍ୟତା ନାହିଁ। ରୋହିତ ଶର୍ମା ବିଶ୍ୱକପରେ ରେକର୍ଡ ୫ଟି ଶତକ ସହ ସର୍ବାଧିକ ରନ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ହୋଇଥିବାବେଳେ ବିରାଟ ୫ଟି ଅର୍ଦ୍ଧଶତକ ସହ ଏହି ଟୁର୍ନାମେଣ୍ଟରେ ଭଲ ସ୍କୋର କରିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri