Posted inଖେଳ

ବିରାଟ-ରୋହିତ ବିବାଦକୁ ସିଓଏ ମୁଖ୍ୟଙ୍କ ଅସ୍ବୀକାର

ନୂଆଦିଲ୍ଲୀ,୨୭ା୭(ପି.ଟି.)
ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ଡେପୁଟି ରୋହିତ ଶର୍ମାଙ୍କ ମଧ୍ୟରେ ବିବାଦ ରହିଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ତେବେ ଏହି ଘଟଣାକୁ ପ୍ରଶାସକ କମିଟି(ସିଓଏ) ଅଧ୍ୟକ୍ଷ ବିନୋଦ ରୟ ଶୁକ୍ରବାର ଖଣ୍ଡନ କରିଛନ୍ତି। ଗଣମାଧ୍ୟମରେ ଉଭୟଙ୍କ ମଧ୍ୟରେ ବିବାଦ ରହିଥିବା ଯେଉଁ ଖବର ପ୍ରକାଶ ପାଇଛି ତାହା ଏକ ଗଳ୍ପ ବୋଲି ରୟ ଅଭିହିତ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ସେମିଫାଇନାଲରେ ଭାରତର ପରାଜୟ ପରେ ବିରାଟ ଓ ରୋହିତଙ୍କ ମଧ୍ୟରେ କଳହ ହୋଇଥିବା ସୋସିଆଲ ମିଡିଆରେ ଚର୍ଚ୍ଚା ହୋଇଥିଲା। ଏପରି କି ଏହି ଘଟଣା ପରେ ବିସିସିଆଇ ରୋହିତଙ୍କୁ ସୀମିତ ଓଭର କ୍ରିକେଟ୍‌ ଓ ବିରାଟଙ୍କୁ ଟେଷ୍ଟ କ୍ରିକେଟ୍‌ର ଅଧିନାୟକ କରିବା ଲାଗି ଯୋଜନା କରୁଥିବା ରିପୋର୍ଟ ପ୍ରକାଶ ପାଇଥିଲା। ମାତ୍ର ପରବର୍ତ୍ତୀ ସମୟରେ ବିସିସିଆଇ ଅଧିକାରୀମାନେ ଏହାକୁ ମଧ୍ୟ ଖଣ୍ଡନ କରିଦେଇଛନ୍ତି। ଏ ସମ୍ପର୍କିତ ପ୍ରଶ୍ନର ଉତ୍ତର ଦେଇ ରୟ କହିଛନ୍ତି ଯେ, ଏହି ଷ୍ଟୋରି ମିଡିଆ ତିଆରି କରିଛି ଓ ଏଥିରେ କୌଣସି ସତ୍ୟତା ନାହିଁ। ରୋହିତ ଶର୍ମା ବିଶ୍ୱକପରେ ରେକର୍ଡ ୫ଟି ଶତକ ସହ ସର୍ବାଧିକ ରନ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ହୋଇଥିବାବେଳେ ବିରାଟ ୫ଟି ଅର୍ଦ୍ଧଶତକ ସହ ଏହି ଟୁର୍ନାମେଣ୍ଟରେ ଭଲ ସ୍କୋର କରିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri