Posted inଖେଳ

ବିରାଟ ୧୦୦ ଶତକ ରେକର୍ଡ ଭାଙ୍ଗିଲେ ତାଙ୍କ ସହ ସ୍ୟାମ୍ପେନ୍‌ ଶେୟାର୍‌ କରିବି କହିଲେ ସଚିନ୍‌

ତ୍ରିନିଦାଦ,୧୩।୮- ସ୍ଥାନୀୟ ପୋର୍ଟ ଅଫ ସ୍ପେନଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ମ୍ୟାଚରେ ଭାରତୀୟ ଅଧିନାୟକ ବିରାଟ କୋହଲି କ୍ୟାରିୟରର ୪୨ତମ ଶତକ ହାସଲ କରିଛନ୍ତି। ବିରାଟଙ୍କ ଏହି ଶତକ ଫଳରେ ଅନ୍ତର୍ଜାତୀୟ ମ୍ୟାଚରେ ତାଙ୍କ ଶତକ ସଂଖ୍ୟା ୬୭ରେ ପହଞ୍ଚିଛି। ଖୁବଶୀଘ୍ର ସେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୧୦୦ତମ ଶତକ ଆଡକୁ ଅଗ୍ରସର ହେଉଛନ୍ତି। ଏକଦିବସୀୟ ମ୍ୟାଚରେ ବିରାଟଙ୍କ ୪୧ତମ ଶତକ ପରେ ସଚିନ୍‌ କହିଛନ୍ତି, ବିରାଟ ଯଦି ମୋ ୧୦୦ତମ ଶତକ ରେକର୍ଡ ଭାଙ୍ଗନ୍ତି ତେବେ ତାଙ୍କ ସହ ସ୍ୟାମ୍ପେନ୍‌ ଶେୟାର୍‌ କରିବି। ସୂଚନାଯୋଗ୍ୟ, କୋହଲି ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ୧୨୫ ବଲରୁ ୧୨୦ ରନର ଇନିଂସ ଖେଳିଥିଲେ। ଏହା ଥିଲା ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ତାଙ୍କର ୮ମ ଶତକ। ଫଳରେ ସେ ବିଶ୍ୱର ପ୍ରଥମ ଖେଳାଳି ଭାବେ ତିନି ଭିନ୍ନ ଭିନ୍ନ ଦେଶ ବିପକ୍ଷରେ ୮ କିମ୍ବା ତା’ଠାରୁ ଊର୍ଦ୍ଧ୍ୱ ସଂଖ୍ୟକ ଶତକ ଲଗାଇବାର ରେକର୍ଡ ନିଜ ନାମରେ କରିଛନ୍ତି। ଭାରତୀୟ ଅଧିନାୟକ ପୂର୍ବରୁ ଦକ୍ଷିଣ ଆଫ୍ରିକା ଓ ଶ୍ରୀଲଙ୍କା ବିପକ୍ଷରେ ୮ ଲେଖାଏ ଶତକ ଲଗାଇସାରିଛନ୍ତି। ଏହି ରେକର୍ଡ ପୂର୍ବରୁ ସଚିନ ତେନ୍ଦୁଲକରଙ୍କ ନାମରେ ଥିଲା। ସେ ଅଷ୍ଟ୍ରେଲିଆ ଓ ଶ୍ରୀଲଙ୍କା ବିପକ୍ଷରେ ୯ ଲେଖାଏ ଶତକୀୟ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?