ବିରୋଧୀଙ୍କ ମୁକାବିଲା ପାଇଁ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ରାଜ୍ୟ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ। ଗୃହ ମଧ୍ୟରେ ଯେକୌଣସି ପ୍ରସଙ୍ଗରେ ବିରୋଧୀ ଦଳର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ବିଧାୟକ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି। ବଜେଟ ଅଧିବେଶନର ଗୋଟିଏ ଦିନ ପୂର୍ବରୁ ବିଧାନସଭାର ୫୪ ନଂ. ପ୍ରକୋଷ୍ଠରେ ବିଜେଡି ବିଧାୟକ ଦଳ ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି ମନ୍ତବ୍ୟ ଦେଇଛନ୍ତି।
ସେହିଭଳି ଗୃହ ଚାଲିଥିବା ବେଳେ ଶୃଙ୍ଖଳାର ସହ ଗୃହ କାର୍ଯ୍ୟ ପରିଚାଳନାରେ ସହଯୋଗ କରିବା ପାଇଁ ବିଜେଡି ବିଧାୟିକା ଓ ବିଧାୟକମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉପସ୍ଥାନ ସହ ବିଭିନ୍ନ ବିତର୍କ, ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସକାରାତ୍ମକ ଭୂମିକା ନିର୍ବାହ ପାଇଁ କୁହାଯାଇଛି। ଏହି ଅଧିବେଶନରେ କୌଣସି ଗୁରୁତ୍ୱପୂର୍ଣ୍ଣ ଭୋଟିଂ ସମୟରେ ସମସ୍ତଙ୍କ ଉପସ୍ଥିତିକୁ ଗୁରୁତ୍ୱ ଦିଆଯାଇଛି। ସେହିଭଳି ରାଜ୍ୟରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ଏବଂ ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍‌ଇବିସି)ଙ୍କ ପ୍ରକୃତ ସଂଖ୍ୟା ନେଇ କୌଣସି ନିର୍ଦ୍ଦିଷ୍ଟ ତଥ୍ୟ ନାହିଁ। ତେଣୁ ୨୦୨୧ରେ ହେବାକୁ ଥିବା ଜନଗଣନାକୁ ଜାତିଭିତ୍ତିକ କରିବା ପାଇଁ ଓଡ଼ିଶା ସରକାର କ୍ୟାବିନେଟ ପ୍ରସ୍ତାବ ଗୃହୀତ କରାଇଛନ୍ତି। ତେଣୁ ଏହି ପ୍ରସଙ୍ଗରେ ବିଧାନସଭାରେ ଏକ ସର୍ବସମ୍ମତ ସଂକଳ୍ପ ପ୍ରସ୍ତାବ ଗୃହୀତ କରାଯିବାର ସମ୍ଭାବନା ରହିଛି। ନିକଟରେ ବିଜେଡି ଏମ୍‌ପିମାନଙ୍କ କାର୍ଯ୍ୟାବଳୀକୁ ସମୀକ୍ଷା କରିବା ପାଇଁ ଦଳ ପକ୍ଷରୁ ବିଭିନ୍ନ ଖସଡା ପ୍ରସ୍ତୁତ କରାଯାଇଛି। ଅନୁରୂପଭାବେ ବିଧାୟକମାନେ କିପରି ବିଧାନସଭା କାର୍ଯ୍ୟରେ ସକ୍ରିୟ ରହୁଛନ୍ତି, ତାହାର ତର୍ଜମା କରାଯିବ। ପୂର୍ବଭଳି ଦଳୀୟ ବିଧାୟକମାନଙ୍କ ଉପସ୍ଥାନ ନେଇ ମୁଖ୍ୟ ସଚେତକ ଦଳର ଶୀର୍ଷ ନେତୃତ୍ୱଙ୍କୁ ନିୟମିତ ରିପୋର୍ଟ ପ୍ରଦାନ କରିବେ ବୋଲି ଜଣାପଡ଼ିଛି। ଦଳୀୟ ବିଧାୟକମାନେ ଦୀର୍ଘଦିନରୁ ରଖି ଆସିଥିବା କେତେକ ଦାବିର ବିଚାର କରାଯାଇଥିବା ଜଣାପଡ଼ିଛି। ଆଗାମୀ ଦିନରେ ବିଧାୟକ ପାଣ୍ଠି ଏକ କୋଟିରୁ ଦୁଇ କୋଟି ଟଙ୍କାକୁ ବୃଦ୍ଧି କରାଯିବାର ସମ୍ଭାବନା ରହିଛି। ସେହିଭଳି ବିଜୁ ପକ୍କାଘର ଗତ ବର୍ଷରେ ନିର୍ବାଚନମଣ୍ଡଳୀୱାରୀ ବଣ୍ଟନ କରାଯାଇ ନ ଥିଲା। ତେଣୁ ଚଳିତ ବର୍ଷ ପୂର୍ବ କୋଟା ସହ ନୂତନ ଘର ପ୍ରଦାନ ପାଇଁ ବିଧାୟକମାନେ ଦାବି କରିଥିଲେ। ଏହି ଦାବି ପ୍ରତି ମୁଖ୍ୟମନ୍ତ୍ରୀ ସକାରାତ୍ମକ ମନୋଭାବ ରଖିଥିବା କେତେକ ବିଧାୟକ କହିଛନ୍ତି। ରାଜ୍ୟର ବିଭିନ୍ନ ଜିଲାର ଅନୁଦାନପ୍ରାପ୍ତ ୬୧୦ଟି ବ୍ଲକଗ୍ରାଣ୍ଟ ସ୍କୁଲକୁ ବିଲ୍‌ଡିଂ ନିର୍ମାଣ ପାଇଁ ଅନୁଦାନ ମିଳୁ ବୋଲି ବରିଷ୍ଠ ବିଧାୟକ ପ୍ରଫୁଲ୍ଲ ସାମଲ ଦାବି କରିଥିଲେ। ସେହିଭଳି ବିଧାୟକଙ୍କ ନିଜସ୍ବ ପାଣ୍ଠି ବ୍ୟତୀତ ନିଜ ଅଞ୍ଚଳରେ ଉଚ୍ଚଶିକ୍ଷା ଭିତ୍ତିଭୂମି ଉନ୍ନୟନ ପାଇଁ ୫୦ ଲକ୍ଷ ଟଙ୍କା ପ୍ରଦାନ ନେଇ ମଧ୍ୟ ବିଚାର କରାଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri