Posted inଜାତୀୟ

ବିରୋଧୀ ଦଳଙ୍କୁ ନେଇ ସାଥିରେ ଚାଲିବାକୁ ମୋଦି ସରକାରଙ୍କୁ ପରାମର୍ଶ ଦେଲେ ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ,୧୭।୧୨: ବିରୋଧୀ ଦଳଙ୍କୁ ନେଇ ସାଥିରେ ଚାଲିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ପରାମର୍ଶ ଦେଇଛନ୍ତି। ଏହା ସହିତ ବହୁସଂଖ୍ୟକବାଦଠାରୁ ଦଳକୁ ଦୂରେଇ ରଖିବାକୁ ସେ କହିଛନ୍ତି। ଜନତାଙ୍କ ଦ୍ୱାରା ବହୁମତରେ କ୍ଷମତାକୁ ଆସିବା ପରେ ମୋଦି ସରକାର ସାଧାରଣ ଲୋକଙ୍କ ଆବଶ୍ୟକତା ଅନୁସାରେ କାର୍ଯ୍ୟ କରିବା ଉଚିତ ବୋଲି ସେ କହିଛନ୍ତି। ଇଣ୍ଡିଆ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀ ମେମୋରିଆଲ ଆଳୋଚନା ଚକ୍ରରେ ଯୋଗଦେଇ ପ୍ରଣବ ଏଭଳି କହିଛନ୍ତି। ସଂସଦରରେ ବହୁମତ ଥିବାବେଳେ ରାଜନୈତିକ ଦଳ ସବୁକିଛି କରିପାରିବା କ୍ଷମତା ଥିବା ମନେ କରିଥାନ୍ତି। ତେବେ ଏପରି କରିବା ଦ୍ୱାରା ସେମାନେ ଭୁଲ ହିଁ କରିବସିଥାନ୍ତି ବୋଲି ପ୍ରଣବ କହିଛନ୍ତି। ଦେଶର ରାଜନୈତିକ ଇତିହାସରେ ଏଭଳି ନେତାଙ୍କୁ ବହୁଥର ଫଳ ଭୋଗୀବାକୁ ପଡ଼ିଛି। ଲୋକସଭାର ସାମ୍ପ୍ରତିକ ଆସନ ସଂଖ୍ୟା ୧୯୭୧ ଜନଗଣନା ଅନୁସାରେ ଆଧାରିତ। ସେତେବେଳେ ଜନସଂଖ୍ୟା ୫୫ କୋଟି ଥିଲା। ଏବେ ଏହା ୧୩୦କୋଟିରୁ ଅଧିକରେ ପହଞ୍ଚିଛି। ତେଣୁ ଲୋକସଭା ଆସନ ସଂଖ୍ୟା ଏକ ହଜାରକୁ ବୃଦ୍ଧି କରିବା ଲାଗି ପ୍ରଣବ ପରାମର୍ଶ ଦେଇଛନ୍ତି। ଶେଷଥର ପାଇଁ ଲୋକସଭା ଆସନ ସଂଖ୍ୟା ୧୯୭୭ରେ ବଢ଼ାଯାଇଥିଲା। ଏବେ ଗୋଟିଏ ଲୋକସଭା ଆସନ ପିଛା ହାରାହାରି ୧୬ରୁ ୧୮ ଲକ୍ଷ ଲୋକ ରହୁଛନ୍ତି। ଫଳରେ ସମସ୍ତଙ୍କର ସମସ୍ୟା ସମାଧାନ କରିବା ଜଣେ ଏମ୍‌ପିଙ୍କ ଲାଗି ସହଜ ହେଉ ନ ଥିବା ପ୍ରଣବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri