ବିଲଡରଙ୍କଠାରୁ ୨ କୋଟି ଠକେଇ : ମୁଖ୍ୟ ଅଭିଯୁକ୍ତ ଗିରଫ, ୨ ଫେରାର

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଜମି କରାଇଦେବାକୁ କହି ଜଣେ ବିଲଡରଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇ ଫେରାର ଥିବା ଅଭିଯୁକ୍ତଙ୍କୁ ଗୁରୁବାର ଶହୀଦନଗର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଖଣ୍ଡଗିରି ଥାନା ଅଧୀନ ପାତ୍ରପଡା ଅଞ୍ଚଳର ଗଣେଶ ବିହାରୀ ଜଗଦ୍ଦେବ। ଏଥିସହ ଠକେଇରେ ସମ୍ପୃକ୍ତ ଅଭିଯୁକ୍ତ ଗଣେଶଙ୍କ ସ୍ତ୍ରୀ ଏବଂ ଶଳା ଫେରାର ଥିବା ପୋଲିସ କହିଛି। ସୂଚନା ମୁତାବକ, ୨୦୧୬ରେ ଶହୀଦନଗର ଅଞ୍ଚଳରେ ରହୁଥିବା ଅରୁଣ ଜ୍ୟୋତି ପଟ୍ଟନାୟକ ପାତ୍ରପଡା ଅଞ୍ଚଳରେ ପ୍ରୋଜେକ୍ଟ ଚଳାଇଥିଲେ। ପ୍ରୋଜେକ୍ଟ ପାଇଁ ଅଧିକ ଜମି ଆବଶ୍ୟକ ପଡିବାରୁ ଅରୁଣଙ୍କୁ ପାତ୍ରପଡ଼ା ଅଞ୍ଚଳରେ ୨ଏକର ଜମି କରାଇ ଦେବାକୁ କହି ଅଭିଯୁକ୍ତ ଗଣେଶ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ନେଇଥିଲେ। ଜାଲ କାଗଜପତ୍ର ଦେଇ ଟଙ୍କା ଠକେଇ କରିଥିବା ବିଲଡର ଜାଣିବାକୁ ପାଇଥିଲେ। ଉକ୍ତ ଜମିକୁ ସେ ପୂର୍ବରୁ ୨ଜଣଙ୍କୁ ବିକ୍ରି କରିଥିବା ଜଣାପଡିଥିଲା। ମାତ୍ର ବିଲଡରଙ୍କୁ ଅଭିଯୁକ୍ତ ଧରାଛୁଆଁ ନଦେଇ ଫେରାର ହୋଇଯାଇଥିଲେ। ଶେଷରେ ଅରୁଣ ଗତ ଏପ୍ରିଲରେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା(ନଂ. ୨୫୨/୧୮) ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା। ଅଭିଯୁକ୍ତ ଗଣେଶ ପାତ୍ରପଡ଼ାସ୍ଥିତ ଘରକୁ ଆସୁଥିବା ନେଇ ପୋଲିସ ଖବର ପାଇଥିଲା। ବୁଧବାର ବିଳମ୍ବିତ ରାତିରେ ପୋଲିସ ଚଢ଼ାଉ କରି ଗଣେଶଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri