ବିଲରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ଚୋରି ଟଙ୍କା ଭାଗବଣ୍ଟାକୁ ନେଇ ହତ୍ୟା ସନ୍ଦେହ

ଖଲ୍ଲିକୋଟ,୧୪ା୧୨(ଡି.ଏନ.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତୁଳସୀପୁର ଗ୍ରାମ ନିକଟ ମୁଗ ବିଲରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡିଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ଖଲ୍ଲିକୋଟ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ ସନ୍ଧ୍ୟାରେ ମୃତଦେହ ଜବତ କରି ସ୍ଥାନୀୟ ମେଡିକାଲକୁ ନେଇଥିଲା। ମୃତ ଯୁବକ ଜଣକ ବ୍ରହ୍ମପୁର ବଡ଼ ବଜାର ଅଞ୍ଚଳର ବସନ୍ତ ସାହୁ (୨୫)। ମୃତଦେହର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ରହିଛି। ତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ମୃତଦେହ ନିକଟରୁ କେତେଗୁଡ଼ିଏ ବ୍ଲେଡ ପୋଲିସ ଜବତ କରିଛି।
ପୋଲିସର ସୂଚନା ଅନୁଯାୟୀ, ବସନ୍ତ ଗୁରୁବାର ତାଙ୍କ ସାଙ୍ଗ ତୁଳସୀପୁର ଗ୍ରାମର କାଳୁ ପ୍ରଧାନ (୨୦)ଙ୍କ ଘରକୁ ଆସିଥିଲେ। ସନ୍ଧ୍ୟାରେ ଉଭୟେ ବିଲମାଳକୁ ଯାଇଥିଲେ। ସେଠାରେ ଚୋରି ଟଙ୍କା ଭାଗବଣ୍ଟାକୁ ନେଇ ପାଟିତୁଣ୍ଡ ହୋଇଥିବା ପୋଲିସ ଅନୁମାନ କରୁଛି। ଗୁରୁବାର ରାତିରେ କାଳୁ ପ୍ରଧାନଙ୍କ ବେକ ଧାରୁଆ ବ୍ଲେଡରେ କଟିଥିବାରୁ ସେ ମଧ୍ୟ ଖଲ୍ଲିକୋଟ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏନେଇ ପୋଲିସ କାଳୁଙ୍କୁ ପଚରାଉଚରା କରୁଛି।
ପ୍ରକାଶ ଯେ, ପୂର୍ବରୁ ବ୍ରହ୍ମପୁର ଜିଆର୍‌ପି ଏକ ଲୁଟ୍‌ ଘଟଣାରେ ବସନ୍ତ ଓ କାଳୁଙ୍କୁ ଗିରଫ କରିଥିଲା। ପରେ ଉଭୟେ ଜାମିନରେ ଆସିଥିଲେ। ଚୋରି ଟଙ୍କା ଭାଗ ବଣ୍ଟାକୁ ନେଇ ଏହି ଘଟଣା ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡିଛି ବୋଲି ଥାନା ଅଧିକାରୀ ସତ୍ୟରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ଖବର ଲେଖା ସୁଦ୍ଧା ବସନ୍ତଙ୍କ ଘର ଲୋକେ ପହଞ୍ଚତ୍ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri