ବିଲରେ ପଡ଼ି ରହିଛି ନାବାଳିକାଙ୍କ ମୃତଦେହ, ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର

ନବରଙ୍ଗପୁର,୧୪।୧୨(ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ବି.ଗୁମଣ୍ଡଳୀ ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ପଡ଼ି ରହିଛି। ଯୁବତୀଙ୍କୁ ଗଣବଳାତ୍କାର କରାଯାଇ ହତ୍ୟା କରାଯାଇଥିବା ଗ୍ରାମବାସୀ ଓ ପରିବାରଲୋକେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କୁ ଚିହ୍ନଟ ସହ ଗିରଫ କରା ନ ଯିବା ପର୍ଯ୍ୟନ୍ତ ଘଟଣାସ୍ଥଳରୁ ମୃତଦେହ ଉଠିବ ନାହିଁ ବୋଲି ସେମାନେ ଜିଦ୍‌ ଧରି ବସିଛନ୍ତି। ପୋଲିସ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରୁଛି।

ନାବାଳିକାଙ୍କ ବାପା ଜଣେ ଦାଦନ ଶ୍ରମିକ। ସେ ଛତିଶଗଡ଼କୁ ଯାଇଥିବା ବେଳେ ଘରେ ମା’ଙ୍କ ସହ ନାବାଳିକା ଏବଂ ଅନ୍ୟ ଭାଇଭଉଣୀ ରହିଥିଲେ। ଶୁକ୍ରବାର ନାବାଳିକାଜଣଙ୍କ ପରିସ୍ରା ପାଇଁ ବାହାରକୁ ଯାଇ ଘରକୁ ଫେରି ନ ଥିଲେ। ସକାଳେ ଘରଠାରୁ କିଛି ଦୂରରେ ତାଙ୍କ ମୃତଦେହ ପଡ଼ି ରହିଥିବା ଦେଖିବାକୁ ମିଳିଥିଲା। ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବା ବେଳେ ମୃତଦେହଠାରୁ କିଛି ଦୂରରେ ୪ଟି ପ୍ୟାଣ୍ଟ ପଡ଼ିରହିଛି। ପାରିପାର୍ଶ୍ୱିକ ସ୍ଥିତିକୁ ନେଇ ତାଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ସନ୍ଦେହ କରିଛନ୍ତି। ଘଟଣାସ୍ଥଳରେ କଂଗ୍ରେସ ଜିଲା ସଭାପତି ମୁନା ତ୍ରିପାଠୀ, ନବରଙ୍ଗପୁର ମାଆ ଘର ଅଧ୍ୟକ୍ଷା କାଦମ୍ବିନୀ ତ୍ରିପାଠୀ ପହଞ୍ଚିଛନ୍ତି। ମୃତକ ପରିବାରକୁ ୨୦ଲକ୍ଷ ଟଙ୍କା କ୍ଷତିପୂରଣ ସହ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri