Odisha Elections 2024
Posted inଜାତୀୟ

ବିଲ୍‌କିସ୍‌ ବାନୋ ମାମଲା: ଶୁଣାଣି ପାଇଁ ଗଠନ ହେବ ସ୍ବତନ୍ତ୍ର ଖଣ୍ଡପୀଠ

ନୂଆଦିଲ୍ଲୀ,୨୨ା୩: ବିଲକିସ ବାନୋ ମାମଲାରେ ମୁକ୍ତ ହୋଇଥିବା ଦୋଷୀମାନଙ୍କ ଅଡୁଆ ପୁଣି ବଢିପାରେ। ଦୋଷୀ ସାବ୍ୟସ୍ତ ହେବା ପୂର୍ବରୁ ଦାଖଲ ହୋଇଥିବା ପିଟିସନର ଶୁଣାଣି ପାଇଁ ସୁପ୍ରିମକୋର୍ଟ ଏକ ନୂତନ ବେଞ୍ଚ ଗଠନ କରିବାକୁ ରାଜି ହୋଇଛନ୍ତି।
୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍‌କିସ୍‌ ବାନୋଙ୍କୁ ବଳାତ୍କାର ଓ ତାଙ୍କ ପରିବାରର ସଦସ୍ୟମାନଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ୧୧ ଜଣଙ୍କୁ ଦଣ୍ଡ ଅବଧି ପୂରିବା ପୂର୍ବରୁ ଗତ ଅଗଷ୍ଟ ୧୫ରେ ଗୁଜରାଟ ସରକାର ଜେଲରୁ ମୁକ୍ତ କରିଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ନଭେମ୍ବର ୩୦ରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବିଲ୍‌କିସ୍‌ଙ୍କ ଆବେଦନର ଶୁଣାଣି ପାଇଁ ଏକ ସ୍ବତନ୍ତ୍ର ଖଣ୍ଡପୀଠ ଗଠନ କରାଯିବ। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଥିପାଇଁ ବୁଧବାର ସହମତି ପ୍ରକାଶ କରିଛନ୍ତି। ମାମଲାର ତ୍ୱରିତ ଶୁଣାଣି ପାଇଁ ବିଲ୍‌କିସ୍‌ଙ୍କ ଓକିଲ ଶୋଭା ଗୁପ୍ତା ନିବେଦନ କରିଥିବାବେଳେ ଏଥିଲାଗି ଏକ ନୂତନ ଖଣ୍ଡପୀଠ ଗଠନ କରାଯିବ ବୋଲି ସିଜେଆଇ ଚନ୍ଦ୍ରଚୂଡ଼ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦୂତ ସାଜିଲେ ମହିଳା ଡାକ୍ତର, ସିପିଆର ଦେଇ ବଞ୍ଚାଇଲେ ୬ ବର୍ଷ ଶିଶୁର ଜୀବନ

ଅମରାବତି,୧୯।୫: ଆନ୍ଧ୍ରପ୍ରଦେଶର ବିଜୟୱାଡା ଠାରେ ଜଣେ ୬ବର୍ଷର ଶିଶୁ ଏକ ବୈଦ୍ୟୁତିକ ଆଘାତ ପାଇ ଚେତାଶୂନ୍ୟ ହୋଇଗଲା। ଏହା ପରେ ଶିଶୁଟିର ବାପା ତାଙ୍କୁ ଡାକ୍ତରଖାନା...

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍‌ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ...

ଭ୍ରଷ୍ଟାଚାରୀଙ୍କୁ ବାହାରେ ରହିବାକୁ ଦେବି ନାହିଁ: ମୋଦି

କୋଲକାତା,୧୯।୫: ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ପ୍ରଚାର କରିବାକୁ ପ୍ରଧାନମନ୍ତ୍ରୀ ମୋଦି ପୁରୂଲିଆରେ ପହଞ୍ଚିଥିଲେ। ଜନସାଧାରଣଙ୍କୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ ମୋଦି...

ପ୍ରଜ୍ଜ୍ୱଳ ରେଭନ୍ନାଙ୍କ ବିରୋଧରେ ଜାରି ହେଲା ଓ୍ବାରେଣ୍ଟ୍‌, ଫେରାର ଅଛନ୍ତି ଅଭିଯୁକ୍ତ ଏମ୍‌ପି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ଏମ୍‌ପି ପ୍ରଜ୍ଜ୍ୱଳ ରେଭନ୍ନା ଯୌନ ଉତ୍ପୀଡ଼ନ ସହ ଜଡ଼ିତ ଭିଡିଓ ଭାଇରାଲ ହେବା ପରେ ଫେରାର ହୋଇଛନ୍ତି। ଏବେ ଏକ...

ନିର୍ବାଚନ ମଧ୍ୟରେ ରଶ୍ମିକାଙ୍କ ଉପରେ କାହିଁକି ରାଗିଲା କଂଗ୍ରେସ?

ନୂଆଦିଲ୍ଲୀ,୧୯।୫: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ‘ଅଟଳ ବିହାରୀ ବାଜପେୟୀ ସେୱ୍ରି-ନଭା ଶେଭା ଅଟଳ ସେଟୁ’ର ଏକ ପ୍ରମୋସନାଲ ଭିଡିଓ ପୋଷ୍ଟ କରିଥିବାରୁ ଅଭିନେତ୍ରୀ ରଶ୍ମିିକା...

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ...

କେଜରିଓ୍ବାଲଙ୍କ ଘରୁ ସିଲ ବନ୍ଦ ବାକ୍ସ ଧରି ବାହାରିଲା ପୋଲିସ

ନୂଆଦିଲ୍ଲୀ,୧୯।୫: ଏଏପି ଏମପି ଶ୍ୱାତି ମାଲିୱାଲଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ସଂପର୍କରେ ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀ କଜେରିଓ୍ବାଲଙ୍କ ବାସଭବନରେ ପହଞ୍ଚିଥିଲା। ପୋଲିସ ଘଟଣାସ୍ଥଳରୁ...

ଅଖିଳେଶ-ରାହୁଲଙ୍କ ଜନସଭାରେ ହଙ୍ଗାମା: ଭାଷଣ ନ ଦେଇ ଫେରିଲେ ଦୁଇ ନେତା

ପ୍ର୍ରୟାଗରାଜ,୧୯।୫: ଉତ୍ତରପ୍ରଦେଶର ପ୍ରୟାଗରାଜରୁ ବଡ଼ ଖବର ସାମ୍ନାକୁ ଆସିଛି। ଫୁଲପୁର ଲୋକ ସଭା ଆସନରେ ଆୟୋଜିତ କଂଗ୍ରେସ ଏବଂ ସମାଜବାଦୀ ପାର୍ଟୀର ମିଳିତ ଜନସଭାରେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri