Posted inଜାତୀୟ

ବିଲ୍‌କିସ ବାନୋଙ୍କୁ ୫୦ ଲକ୍ଷ କ୍ଷତିପୂରଣ ଦିଅ: ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୪ା୪: ଗୁଜରାଟରେ ୨୦୦୨ ଦଙ୍ଗାବେଳେ ଗଣବଳାତ୍କାରର ଶିକାର ହୋଇଥିବା  ବିଲ୍‌କିସ ବାନୋଙ୍କୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଓ ଚାକିରି ସହ ରହିବାର ସୁବିଧା ଯୋଗାଇଦେବା ଲାଗି ସୁପ୍ରିମକୋର୍ଟ ଗୁଜରାଟ ସରକାରଙ୍କୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଗୁଜରାଟ ସରକାର ଏହି ମାମଲାରେ ଅଭିଯୁକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠକୁ ଅବଗତ କରାଇଥିଲେ। ଅଭିଯୁକ୍ତଙ୍କ ପେନ୍‌ସନ ବେନିଫିଟ ବନ୍ଦ କରାଯିବା ସହ ବମ୍ବେ ହାଇକୋର୍ଟଙ୍କ ଦ୍ୱାରା ଦୋଷୀ ସାବ୍ୟସ୍ତ ଆଇପିଏସ ଅଧିକାରୀଙ୍କ ପଦାବନତ କରାଯାଇଥିବା ରାଜ୍ୟ ସରକାର ଦର୍ଶାଇଥିଲେ।

ବାନୋ ୫ ଲକ୍ଷ ଟଙ୍କାର ସହାୟତା ନେବାକୁ ମନା କରିଦେବା ସହ ରାଜ୍ୟ ସରକାର ଅଧିକ କ୍ଷତିପୂରଣ ଦେବା ଲାଗି ସର୍ବୋଚ୍ଚ କୋର୍ଟରେ ଆବେଦନ କରିଥିଲେ। ମାର୍ଚ୍ଚ ୨୯ ତାରିଖରେ ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ଅଭିଯୁକ୍ତମାନଙ୍କ ବିରୋଧରେ ୨ ସପ୍ତାହ ମଧ୍ୟରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏଠାରେ ଉଲ୍ଲେଖଯୋଗ୍ୟଯେ, ଗୋଧ୍ରା ଦଙ୍ଗା ସମୟରେ ୫ ମାସର ଗର୍ଭବତୀ ଥିବା ବିଲ୍‌କିସଙ୍କୁ ଗଣବଳାତ୍କାର କରାଯିବା ସହ ପରିବାରର କେତେକ ଜଣଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ୧୧ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦିଆଯାଇଥିଲାବେଳେ ପରେ ୫ ପୋଲିସ ଓ ୨ ଡାକ୍ତରଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri