ବିଲ ମଧ୍ୟରୁ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ

ସୁନ୍ଦରଗଡ଼,୨୩।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ମାର୍‌ଖୀପଡ଼ା ହରଡ଼ ବିଲ ମଧ୍ୟରୁ ଗୁରୁବାର ଜଣେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ କୁକୁରଭୁକା ଗ୍ରାମର ମୀନା ବାହାଲା(୩୦)। ସ୍ଥାନୀୟ ଗ୍ରାମବାସୀଙ୍କଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଯୁବତୀଙ୍କ ବେକରେ କଟା ଦାଗ ଥିବା ବେଳେ ଗୋଟିଏ ହାତ କଟାଯାଇଛି। ଏପରିକି ତାଙ୍କ ମୃତଦେହ ପାଖରେ ଏକ ଚପଲ ପଡ଼ି ରହିଛି। ପାରିପାର୍ଶ୍ୱିକ ସ୍ଥିତିରୁ ତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।

ପ୍ରକାଶଯୋଗ୍ୟ, ଗତ ଡିସେମ୍ବର ୨୮ ତାରିଖରୁ ମୀନା ନିଖୋଜ ଥିଲେ। ଏନେଇ ପରିବାର ପକ୍ଷରୁ ୨୯ ତାରିଖରେ କୁତ୍ରା ଥାନାରେ ନିଖୋଜ ଅଭିଯୋଗ କରାଯାଇଥିଲା। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଥିଲା। ଅପରାହ୍ନରେ ହରଡ଼ବିଲରେ ଯୁବତୀଙ୍କ ମୃତଦେହ ପଡ଼ିଥିବା ନେଇ ପୋଲିସ ଖବର ପାଇଥିଲା। ସୁନ୍ଦରଗଡ଼ରୁ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚିବା ପରେ ମୃତଦେହ ଜବତ କରି ବ୍ୟବଚ୍ଛେଦ ସକାଶେ ପଠାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri