Posted inଜାତୀୟ

ବିଳମ୍ବରେ ପହଞ୍ଚିଲା ଆମ୍ବୁଲାନ୍ସ:ଆଖିବୁଜିଲେ ମୁଖ୍ୟମନ୍ତ୍ରୀଙ୍କ ଭାଇ

ଅହମଦାବାଦ: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀଙ୍କ ମାଉସୀ ପୁଅ ଭାଇ ଅନିଲଭାଇ ସାଙ୍ଗଭିଙ୍କ ରାଜକୋଟରେ ପରଲୋକ ହୋଇଯାଇଛି। ଏଥିଲାଗି ୧୦୮ ଆମ୍ବୁଲାନ୍ସ ଆସିବାରେ ହୋଇଥିବା ଅହେତୁକ ବିଳମ୍ବକୁ ଦୋଷ ଦିଆଯାଇଛି। ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲକୁ ନେବା ଲାଗି ଆମ୍ବୁଲାନ୍ସକୁ ଫୋନ ଯୋଗେ ଡ଼କାଯାଇଥିଲା। ବହୁ ବିଳମ୍ବରେ ଆମ୍ବୁଲାନ୍ସ ପହଞ୍ଚିବା ପୂର୍ବରୁ ଅନିଲଭାଇ ଆଖି ବୁଜିଦେଇଥିଲେ। ଘଟଣାଟି ଗତ ୪ ତାରିଖରେ ଘଟିଥିବାବେଳେ ରାଜ୍ୟରେ ସ୍ବାସ୍ଥ୍ୟାବସ୍ଥା ଓ ଏହାର ଭିତ୍ତିଭୂମିକୁ ନେଇ ପ୍ରଶ୍ନବାଚୀ ସୃଷ୍ଟିକରିଛି। ଏନେଇ ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ କରାଯାଇଥିଲା। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ରାଜକୋଟ ଜିଲାପାଳ ରେମ୍ୟା ମୋହନ ପ୍ରକାଶ କରିଛନ୍ତି। ସୌରାଷ୍ଟ୍ର କଳାକେନ୍ଦ୍ର ସୋସାଇଟି ନିକଟ ଅନିଲଭାଇଙ୍କ ଘର ନିକଟରେ ଆମ୍ବୁଲାନ୍ସ ପହଞ୍ଚିବା ଲାଗି ୩୯ ମିନିଟ ଲାଗିଥିବା ଜଣାପଡ଼ିଛି। ଘର ଠିକଣା ଖୋଜିବାରେ ବିଳମ୍ବ କାରଣରୁ ଆମ୍ବୁଲାନ୍ସ ପହଞ୍ଚିବାରେ ସମସ୍ୟା ସୃଷ୍ଟି ହୋଇଥିବା ଘଟଣା ପଦାକୁ ଆସିଛି। ରାଜକୋଟ ସ୍ବାସ୍ଥ୍ୟ ବିଭାଗର ଆଞ୍ଚଳିକ ଉପନିର୍ଦ୍ଦେଶକ ଘଟଣାର ତଦନ୍ତ କରୁଛନ୍ତି। ସ୍ବାସ୍ଥ୍ୟ ବିଭାଗର ଅସ୍ବାସ୍ଥ୍ୟକର ନୀତିକୁ ସମାଲୋଚନା କରାଯାଉଥିବାବେଳେ ଏଭଳି ବ୍ୟବସ୍ଥା କେବେ ସୁଧୁରିବ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏମିତି ଗୋଟାଏ ପେର ଗୋଟାଏ ଜୀବନ ପାଣିଫୋଟକା ପରି ଚାଲିଯାଉଥିବାବେଳେ ଆମ୍ବୁଲାନ୍ସ ସୁବିଧା ଆଉକେତେଦିନ ଲୋକଙ୍କ ପାଇଁ ସାତସପନ ହୋଇ ରହିଥିବ?


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri