ବିଳମ୍ବରେ ପହଞ୍ଚିଲା ସହାୟତା

ଚିତ୍ରଡ଼ା,୨୮ା୪(ଡି.ଏନ୍‌.ଏ.)- କରୋନା ପାଇଁ ଗରିବ ଓ ଅସହାୟ ଲୋକଙ୍କୁ ସରକାର ୩ ମାସର ଆଗୁଆ ସହାୟତା ଯୋଗାଇ ଦେଇଥିତ୍ବା ବେଳେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଘଳୋମୁଁହା ପଞ୍ଚାୟତ ଅଧୀନ ଆଣୁଆ ଗ୍ରାମର ଏକ ଅସହାୟ ପରିବାର ବହୁ ବିଳମ୍ବରେ ଏହି ସହାୟତା ପାଇଛନ୍ତି। ସୂଚନା ଅନୁଯାୟୀ, ଗ୍ରାମର ଉଲୁ ଟୁଡୁ ଜଣେ ଅସହାୟ ବ୍ୟକ୍ତି। ତାଙ୍କ ପରିବାରରେ ପତ୍ନୀ ରାଙ୍କିନି ଟୁଡୁ ଓ ଏକ ଛୋଟ ପୁଅ ଅଛନ୍ତି। ଲକ୍‌ ଡାଉନ ସମୟରେ ତାଙ୍କ ପରିବାରକୁ ସରକାରୀ ସହାୟତା ମିଳି ନ ଥିତ୍ବାରୁ ଦୟନୀୟ ଅବସ୍ଥାରେ ସେମାନେ କାଳ କାଟୁଥିଲେ। ଗ୍ରାମର କଳିଙ୍ଗ ସେନାପତି ନାମକ ଜଣେ ବ୍ୟକ୍ତି ଏହି ପରିବାରକୁ ଗୋଟିଏ ବେଳା ଖାଦ୍ୟ ଯୋଗାଇଥିଲେ। ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟରେ ଏବିଷୟରେ ବାରମ୍ବାର ଜଣାଇ ଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା l ଏସମ୍ପର୍କରେ ଖବରପାଇ ମୋରଡା ବ୍ଲକ କଂଗ୍ରେସ ସଭାପତି ଶଶଧର ବେହେରା ଏବଂ ଜେଏମଏମ ବ୍ଲକ ସମ୍ପାଦକ ପରିତୋଷ ବାରିକ ବିଡିଓ ପ୍ରିୟବ୍ରତ ପାଢ଼ୀଙ୍କୁ ଅବଗତ କରାଇଥିଲେ। ବିଡିଓ ପାଢ଼ୀ ସଂଗେ ସଂଗେ ଉଲୁଙ୍କ ପରିବାରକୁ ସହାୟତା ଯୋଗାଇ ଦେବା ପାଇଁ ସରପଞ୍ଚଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୋମବାରଠାରୁ ଉଲୁଙ୍କ ପରିବାରକୁ ଚାଉଳ, ଡାଲି, ତେଲ ଏବଂ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆ ଯାଇଥିତ୍ବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୨ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri