ବିଳମ୍ବରେ ବହି ମିଳିବା ଘଟଣାର ତଦନ୍ତ ହେବ: ମନ୍ତ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମାଟ୍ରିକ ପରୀକ୍ଷାର କିଛିଦିନ ପୂର୍ବରୁ ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ବହି ମିଳିବା ଘଟଣାର ତଦନ୍ତ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡକୁ ନିର୍ଦ୍ଦେଶ ଦିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର କହିଛନ୍ତି। ସେ କହିଛନ୍ତି ଯେ, ବହି ଦେବାରେ କାହିଁକି ବିଳମ୍ବ ହେଲା, ତାହାର ତଦନ୍ତ ହେବ। ଯେଉଁମାନେ ଦାୟୀ ରହିବେ, ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଦାଶ କହିଛନ୍ତି। ଅନ୍ୟପକ୍ଷରେ ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି ତଫସିଲଭୁକ୍ତ ଜାତି, ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା। ସେ କହିଛନ୍ତି, ଯଦି ଏହି ଘଟଣା ସତ ହୋଇଥିବ ତେବେ ତାହା ଆଦୌ ଠିକ୍‌ ନୁହେଁ। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ହେବ। ସୂଚନାଯୋଗ୍ୟ, ରାଜ୍ୟ ସରକାର ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତଙ୍କୁ ଏବଂ ନବମ ଓ ଦଶମ ଶ୍ରେଣୀର କେବଳ ଏସ୍‌ସି ଓ ଏସ୍‌ଟି ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ପୁସ୍ତକ ଦେବାର ବ୍ୟବସ୍ଥା କରିଛନ୍ତି। କିନ୍ତୁ ଚଳିତ ଶିକ୍ଷାବର୍ଷରେ ପାଠ ପଢ଼ିବାକୁ ବହି ଦେଇ ନ ଥିଲେ। ବିନା ବହିରେ ବର୍ଷ ସାରା ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଯାଇଥିଲା। ପରୀକ୍ଷାର ଠିକ୍‌ ପୂର୍ବରୁ ଏସ୍‌ସି ଓ ଏସ୍‌ଟି ଛାତ୍ରୀଛାତ୍ରଙ୍କ ପାଇଁ ଶନିବାର ବହି ଦିଆଯାଇଥିଲା। କଟକ ରେଭେନ୍‌ଶା କଲେଜିଏଟ ସ୍କୁଲରେ ବହି ପାଇଁ ପ୍ରବଳ ଭିଡ଼ ଲାଗିଥିଲା। ଉଲ୍ଲେଖଯୋଗ୍ୟ, ଆସନ୍ତା ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷ ହେବ। ଏଥର ୫ ଲକ୍ଷ ୬୦ ହଜାର ୮୯୧ ଜଣ ଛାତ୍ରୀଛାତ୍ର ୨,୮୮୮ କେନ୍ଦ୍ରରେ ପରୀକ୍ଷା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri