ବିଳମ୍ବରେ ବହି ମିଳିବା ଘଟଣାର ତଦନ୍ତ ହେବ: ମନ୍ତ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମାଟ୍ରିକ ପରୀକ୍ଷାର କିଛିଦିନ ପୂର୍ବରୁ ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ବହି ମିଳିବା ଘଟଣାର ତଦନ୍ତ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡକୁ ନିର୍ଦ୍ଦେଶ ଦିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର କହିଛନ୍ତି। ସେ କହିଛନ୍ତି ଯେ, ବହି ଦେବାରେ କାହିଁକି ବିଳମ୍ବ ହେଲା, ତାହାର ତଦନ୍ତ ହେବ। ଯେଉଁମାନେ ଦାୟୀ ରହିବେ, ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଦାଶ କହିଛନ୍ତି। ଅନ୍ୟପକ୍ଷରେ ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି ତଫସିଲଭୁକ୍ତ ଜାତି, ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା। ସେ କହିଛନ୍ତି, ଯଦି ଏହି ଘଟଣା ସତ ହୋଇଥିବ ତେବେ ତାହା ଆଦୌ ଠିକ୍‌ ନୁହେଁ। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ହେବ। ସୂଚନାଯୋଗ୍ୟ, ରାଜ୍ୟ ସରକାର ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତଙ୍କୁ ଏବଂ ନବମ ଓ ଦଶମ ଶ୍ରେଣୀର କେବଳ ଏସ୍‌ସି ଓ ଏସ୍‌ଟି ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ପୁସ୍ତକ ଦେବାର ବ୍ୟବସ୍ଥା କରିଛନ୍ତି। କିନ୍ତୁ ଚଳିତ ଶିକ୍ଷାବର୍ଷରେ ପାଠ ପଢ଼ିବାକୁ ବହି ଦେଇ ନ ଥିଲେ। ବିନା ବହିରେ ବର୍ଷ ସାରା ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଯାଇଥିଲା। ପରୀକ୍ଷାର ଠିକ୍‌ ପୂର୍ବରୁ ଏସ୍‌ସି ଓ ଏସ୍‌ଟି ଛାତ୍ରୀଛାତ୍ରଙ୍କ ପାଇଁ ଶନିବାର ବହି ଦିଆଯାଇଥିଲା। କଟକ ରେଭେନ୍‌ଶା କଲେଜିଏଟ ସ୍କୁଲରେ ବହି ପାଇଁ ପ୍ରବଳ ଭିଡ଼ ଲାଗିଥିଲା। ଉଲ୍ଲେଖଯୋଗ୍ୟ, ଆସନ୍ତା ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷ ହେବ। ଏଥର ୫ ଲକ୍ଷ ୬୦ ହଜାର ୮୯୧ ଜଣ ଛାତ୍ରୀଛାତ୍ର ୨,୮୮୮ କେନ୍ଦ୍ରରେ ପରୀକ୍ଷା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri