ବିଳମ୍ବରେ ସ୍କୁଲ ଖୋଲିବା ମହଙ୍ଗା ପଡିଲା: ତାଲା ପକାଇଲେ ଗ୍ରାମବାସୀ

ଖଇରା, ୧୫।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ପାଣିସାଉଁଳି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକମାନେ ଶିଶୁ ଦିବସ ଭଳି ପବିତ୍ର ଦିବସରେ ବିଳମ୍ବରେ ସ୍କୁଲ ଆସିବା ମହଙ୍ଗା ପଡିଛି। ଏହାର ପ୍ରତିବାଦରେ ସଭାପତି ରବୀନ୍ଦ୍ର ପରିଡା ଓ ନରହରି ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ଦେଇଥିଲେ। ଆଞ୍ଚଳିକ ସାଧନ ସଂଯୋଜକ ଈଶ୍ୱର ଚନ୍ଦ୍ର ମାଝି ପହଞ୍ଚି ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଜଣାଇ ସୋମବାର ସୁଦ୍ଧା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ପ୍ରତିଶ୍ରୁତି ଦେବା ପରେ ଗ୍ରାମବାସୀ ଶିକ୍ଷୟିତ୍ରୀ, ଶିକ୍ଷକ ଓ ପିଲାମାନଙ୍କୁ ଭିତରକୁ ଛାଡିଥିଲେ। ଅଭିଯୋଗ ଅନୁଯାୟୀ ଗୁରୁବାର ଶିଶୁ ଦିବସ ଥିବା ବେଳେ ଶିକ୍ଷୟତ୍ରୀଶିକ୍ଷକମାନେ ୮ଟା ୩୦ମିନିଟ ସୁଦ୍ଧା ବିଦ୍ୟାଳୟକୁ ଆସି ନ ଥିଲେ କି ଗେଟ ତାଲା ଖୋଲି ନ ଥିଲେ ା ସେତେବେଳକୁ ପିଲାମାନେ ଦୀର୍ଘସମୟ ଧରି ବାହାରେ ଛିଡା ହୋଇଥିଲେ ା ପ୍ରଧାନଶିକ୍ଷୟିତ୍ରୀ ପରେ ଆସିବାରୁ ଗ୍ରାମବାସୀ ଏହାର କାରଣ ପଚାରିଥିଲେ। ହେଲେ ପ୍ରଧାନଶିକ୍ଷୟିତ୍ରୀ ତାଙ୍କୁ ଏଡାଇ ଯାଇଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ଗ୍ରାମବାସୀ ଗେଟରେ ତାଲା ପକାଇଦେଇଥିଲେ ା ଏ ସମ୍ପର୍କରେ ପ୍ରଧାନଶିକ୍ଷୟିତ୍ରୀ ତୁଳସୀ ଦାସଙ୍କୁ ପଚାରିବାରେ ସେ ଏହାକୁ ଅସ୍ବୀକାର କରିବା ସହ ପାଲଟା ଗ୍ରାମବାସୀ ତାଙ୍କୁ ଦୁର୍ବ୍ୟବହାର କରିଥିବାର ଅଭିଯୋଗ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri