ବିଳମ୍ବିତ ରାତିରେ ଏନ୍‌ଏଚ୍‌ରୁ ଚାନ୍ଦା ଆଦାୟ: ବ୍ଲକ କଂଗ୍ରେସ ସଭାପତି କୋର୍ଟଚାଲାଣ, ଆମ୍ବୁଲାନ୍ସ ଜବତ

ପରଜଙ୍ଗ,୨୯।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ୧୪୯ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ଭେଜିଆ ଛକ ନିକଟରେ ଦୀର୍ଘ ଦୁଇମାସ ହେବ ସନ୍ଧ୍ୟା ହେବା ମାତ୍ରେ ଚାନ୍ଦା ଆଦାୟ ହେଉଛି। ପରଜଙ୍ଗ ବ୍ଲକ କଂଗ୍ରେସ ସଭାପତି ନଗେନ୍‌ ବିନାୟକ ଏକ ଆମ୍ବୁଲାନ୍ସ ବ୍ୟବହାର କରି ୫ରୁ ଊଦ୍ଧର୍‌ବ ଯୁବକଙ୍କ ସହ ଉକ୍ତ ରାସ୍ତାରେ ଯାଉଥିବା ଟ୍ରକଗୁଡିକରୁ ଜବରଦସ୍ତ ଚାନ୍ଦା ଆଦାୟ କରୁଥିଲେ। ଏ ନେଇ ସ୍ଥାନୀୟ ଲୋକେ ପରଜଙ୍ଗ ଥାନା ଅଧିକାରୀଙ୍କୁ ଅବଗତ କରିଥିଲେ ସୁଦ୍ଧା କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିଲା । ଏଣୁ ଘଟଣା ସମ୍ପର୍କରେ ଏସ୍‌ପିଙ୍କୁ ଅବଗତ କରିଥିଲେ କେତେଜଣ ଟ୍ରକ ମାଲିକ। ତେବେ ଶୁକ୍ରବାର ବିଳମ୍ବିତ ରାତିରେ ଉକ୍ତ ରାସ୍ତାଦେଇ ସମଲ ଥାନା ଅଧୀନ ଡେରାଗୋଳା ଗ୍ରାମର ଟ୍ରକଚାଳକ ସଚ୍ଚିକାନ୍ତ ସାହୁ ଟ୍ରକ (ଓ୧୪ ଜି୧୬୧୬) ନେଇ ଯାଉଥିବା ବେଳେ ଭେଜିଆ ଛକ ନିକଟରେ ପରଜଙ୍ଗ ଗ୍ରାମର ନଗେନ୍‌ ବିନାୟକ, ବାରିହାପୁର ଗ୍ରାମର ପପୁ ବେହେରା, ମହାବିରୋଡ଼ ଗ୍ରାମର କ୍ଷୀର ସାହୁ, ପ୍ରକାଶ ସାହୁଙ୍କ ସମେତ ଆଉ କେତେଜଣ ଯୁବକ ଟ୍ରକ ଅଟକାଇ ୨ଶହ ଟଙ୍କା ମାଗିଥିଲେ। ସଚ୍ଚିକାନ୍ତ ଟଙ୍କା ନ ଦେବାରୁ ତାଙ୍କୁ ଗାଳିଗୁଲଜ କରିବା ସହ ଧମକଚମକ ଦେଇଥିଲେ। ଟଙ୍କା ନ ଦେଲେ ଏହି ରାସ୍ତାରେ ଗାଡି ଚଳାଇ ପାରିବୁ ନାହିଁ ବୋଲି ଧମକ ଦେଇଥିଲେ। ଏ ନେଇ ସେ ପରଜଙ୍ଗ ପୋଲିସକୁ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ନଗେନ୍‌ ବିନାୟକଙ୍କୁ କାବୁ କରିଥିବା ବେଳେ ଅନ୍ୟମାନେ ଫେରାର ହୋଇ ଯାଇଥିଲେ। ସେମାନେ ବ୍ୟବହାର କରୁଥିବା ଆମ୍ବୁଲାନ୍ସ (ଓ୩୫ଏ ୯୭୪୨)କୁ ପୋଲିସ ଜବତ କରିଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ.୧୭୫/୧୯ ରେ ଏକ ମାମଲା ରୁଜୁ କରିଛି। ନଗେନଙ୍କୁ କୋର୍ଟଚାଲାଣ କରାଯାଇଥିବା ଥାନା ଏସ୍‌ଆଇ ପଦ୍ମନାଭ ଲେଙ୍କା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri