ବିଳମ୍ବ ହେଉଛି ରିଂ ରୋଡ ପୋର୍ଟାଲ ଫ୍ରେମ୍‌ ବ୍ରିଜ୍‌ ନିର୍ମାଣ

ସୋନପୁର,୨୯।୨(ନି.ପ୍ର.) – ସୁବର୍ଣ୍ଣପୁର ସହରର ବହୁ ପ୍ରତୀକ୍ଷିତ ରିଂ ରୋଡ ନିର୍ମାଣ କାର୍ଯ୍ୟ ବିଳମ୍ବିତ ହେଉଛି। ସରକାରଙ୍କ ଅନୁଦାନ ସତ୍ତ୍ୱେ କାର୍ଯ୍ୟ ଧିମେଇ ଚାଲିଛି। ଅବଧି ସରିଥିଲେ ମଧ୍ୟ ରିଂରୋଡର ଉଭୟ ପାର୍ଶ୍ୱ ପିଚୁ କାମ ସରିନି। ପ୍ରକଳ୍ପର ସବୁଠୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପୋର୍ଟାଲ ଫ୍ରେମ୍‌ ବ୍ରିଜ୍‌ ନିର୍ମାଣ ଆରମ୍ଭ ହୋଇପାରୁନି। ବିଳମ୍ବକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଏହି ପ୍ରାଚୀନ ସହରର ତିନିପାର୍ଶ୍ୱକୁ ଘେରି ରହିଛି ମହାନଦୀ ଓ ତେଲନଦୀ। ବର୍ଷାଋତୁରେ ଏହି ସହରକୁ ବନ୍ୟାଦାଉରୁ ରକ୍ଷା କରିବା ପାଇଁ ନଦୀବନ୍ଧ ତଥା ରିଂ ରୋଡ ନିର୍ମାଣ ସକାଶେ ମହାରାଜା ବୀରମିତ୍ରୋଦୟ ସିଂହଦେବ ସଙ୍କଳ୍ପ ନେଇଥିଲେ। ଏଥିପାଇଁ ସେହି ସମୟରେ ପାଣ୍ଠିର ବ୍ୟବସ୍ଥା କରିଥିଲେ। ଉଭୟ ନଦୀରେ ପଥର ବନ୍ଧ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ। ମାତ୍ର ତାହା ସମ୍ପୂର୍ଣ୍ଣ ହୋଇ ପାରିନଥିଲା। ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଟ୍ରାଫିକ୍‌ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରିଂ ରୋଡ ନିର୍ମାଣ ପାଇଁ ବିଧିବଦ୍ଧ ନିଷ୍ପତ୍ତି ନେଇଥିଲେ। ସ୍ଥାନୀୟ ବିଧାୟକ ତଥା ବର୍ତ୍ତମାନର ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଉଦ୍ୟମକ୍ରମେ ୨୦୧୧ ମସିହାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ମଝିରେ ସରକାର ଅନୁଦାନ ନ ଦେବା ଓ ପୋର୍ଟାଲ ବ୍ରିଜ୍‌ର ଡିଜାଇନିଂ ହୋଇ ନ ପାରିବା କାରଣରୁ ୩ବର୍ଷ କାମ ବନ୍ଦ ଥିଲା। ସହରର ଲାଇଫ ଲାଇନ୍‌ କୁହାଯାଉଥିବା ଏହି କାର୍ଯ୍ୟର ମନ୍ଥରତା ସମସ୍ତଙ୍କୁ ଚିନ୍ତାରେ ପକାଇଛି। ରିଂ ରୋଡର ମହାନଦୀ ବ୍ରିଜ୍‌ରୁ ୧୫୦୦ ମିଟର ରାସ୍ତା ପିଚୁ ପାଇଁ ୩ କୋଟି ୩ ଲକ୍ଷ ୯୭ ହଜାର ଟଙ୍କାର ଟେଣ୍ଡର ହୋଇଛି। ୨୦୧୮ ଡିସେମ୍ବର ୨୪ ତାରିଖରେ ଠିକାଦାର ପୂର୍ତ୍ତ ବିଭାଗ ସହିତ ଚୁକ୍ତିନାମା କରିଛନ୍ତି। ୨୦୧୯ ନଭେମ୍ବର ୨୩ ତାରିଖରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା କଥା। ଅବଧିର ୩ମାସ ଅତିକ୍ରାନ୍ତ ହୋଇଥିଲେ ହେଁ ପିଚୁ କାମ ତ ଦୂର ମାଟି ସମତଳରେ ହିଁ କାମ ଅଟକିଛି। ସେହିପରି ୫କୋଟି ୯୧ ଲକ୍ଷ ୭୧ ହଜାର ଟଙ୍କା ବ୍ୟୟରେ ତେଲ ନଦୀ ବ୍ରିଜ୍‌ରୁ ବଡବଜାର ପର୍ଯ୍ୟନ୍ତ ୨୪୦୦ମିଟର ରାସ୍ତା ପିଚୁ, ରିଟେନିଂ ଓ୍ବାଲ ଓ ୨ଟି ପୋଲ ନିର୍ମାଣ ହେବ। ଟେଣ୍ଡର ପ୍ରକ୍ରିୟା ପରେ ଠିକାଦାର ୨୦୧୯ ଫେବୃୟାରୀ ୬ ତାରିଖରେ ଚୁକ୍ତିନାମା କରିଛନ୍ତି । ଜୁନ୍‌ ୫ ତାରିଖ ସୁଦ୍ଧା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା କଥା । କିନ୍ତୁ ପିଚୁ କାମ ଆଦୌ ଆରମ୍ଭ ହୋଇନି । କାମ ମନ୍ଥର ଗତିରେ ଚାଲିଛି । ଜିଲା ପ୍ରଶାସନ ଏହି କାର୍ଯ୍ୟର ସମୀକ୍ଷା କରୁ ନଥିବା ଅଭିଯୋଗ ହେଉଛି । ଅନ୍ୟପକ୍ଷେ ରିଂ ରୋଡର ମିସିଂ ଲିଙ୍କ କୁମ୍ଭାରପଡାରୁ ଦଶମତି ଘାଟ ୩୯୩ ମିଟର ଲମ୍ବ ରାସ୍ତା ପୋର୍ଟାଲ ଫ୍ରେମ୍‌ ବ୍ରିଜ୍‌ ହେବ। ନଦୀପାର୍ଶ୍ୱରେ କଂକ୍ରିଟ୍‌ ରିଟେନିଂ ଓ୍ବାଲ ନିର୍ମାଣ କରାଯିବ। ଏଥିପାଇଁ ୫୬ କୋଟି ୯ ଲକ୍ଷ ୮୩ ହଜାର ଟଙ୍କାର ଟେଣ୍ଡର ହୋଇଛି। ଏଆରଏସଏସ ଇନ୍‌ଫ୍ରାଷ୍ଟ୍ରକଚର ପ୍ରାଇଭେଟ ଲିମିଟେଡ ନଭେମ୍ବର ମାସ ଦ୍ୱିତୀୟ ସପ୍ତାହରୁ ଟେଣ୍ଡର ପାଇଲାଣି। କିନ୍ତୁ ଏହି ଠିକା ସଂସ୍ଥା କାର୍ଯ୍ୟ କରିବା ପାଇଁ ଇଏମଡି ଓ ଆଇଏସଡି ଏବଂ ଏପିଏସ(ଆଡିଶନାଲ ପରଫର୍ମାନ୍ସ ସିକ୍ୟୁରିଟି) ଜମା କରୁନି। ପୂର୍ତ୍ତ ବିଭାଗ ସହିତ ଚୁକ୍ତିନାମା କରିବା ପାଇଁ ସମୟ ଗଡାଇ ଚାଲିଛି। ଏଭଳି ସ୍ଥିତିରେ ଏହି ପ୍ରକଳ୍ପ କାର୍ଯ୍ୟ ବହୁ ବିଳମ୍ବିତ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ ଇଂ ଅସିତ କୁମାର ବଡପଣ୍ଡା କୁହନ୍ତି, ପୋର୍ଟାଲ ଫ୍ରେମ୍‌ ବ୍ରିଜ୍‌ ଠିକା ପାଇଥିବା ଏଆରଏସଏସ ଇନ୍‌ଫ୍ରାଷ୍ଟ୍ରକ୍‌ଚର ପ୍ରାଇଭେଟ ଲିମିଟେଡ ଆମ ସହିତ ଚୁକ୍ତିନାମା କରିନି। ଏ ସମ୍ପର୍କରେ ନାବାର୍ଡର ମୁଖ୍ୟଯନ୍ତ୍ରୀଙ୍କୁ ଆମେ ଅବଗତ କରି ସାରିଛୁ । ସରକାର ଏ ଦିଗରେ ଯାହା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri