ବିଶାଖାପାଟଣାରୁ ରେଳ ଧାରଣାରେ ଚାଲି ଓଡ଼ିଶା ଫେରିଲେ କଳାହାଣ୍ଡିର ୧୮ ଶ୍ରମିକ

ମୁନିଗୁଡ଼ା,୪।୪(ଡି.ଏନ୍.ଏ.): କରୋନା ପାଇଁ ସାରା ଦେଶରେ ଲକ୍ ଡାଉନ୍ ଘୋଷଣା ସହ ରାଜ୍ୟ ସିମାକୁ ସିଲ୍ କରି ଦିଆଯାଇଛି। କୌଣସି ରାଜ୍ୟରୁ କେହି ଅନ୍ୟ ରାଜ୍ୟକୁ ଯିବା ପାଇଁ କଟକଣା କରାଯାଇଛି। ତଥାପି କଳାହାଣ୍ଡି ଜିଲା ଜୁନାଗଡ଼ ଅଞ୍ଚଳର ୧୮ଜଣ ଯୁବକ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଚାଲିଚାଲି ଓଡ଼ିଶା ଫେରିଆସିଛନ୍ତି। ସେମାନେ କାମ କରିବା ପାଇଁ ବିଶାଖାପାଟଣା ଯାଇଥିଲେ। ଲକ୍ ଡାଉନ୍ ଘୋଷଣା ପରେ କାମ ଧନ୍ଦା ବନ୍ଦ ହେବା ଓ ଖାଦ୍ୟ, ଅର୍ଥର ଅଭାବ ଯୋଗୁ ବାଧ୍ୟହୋଇ ସେମାନେ ବିଶାଖାପାଟଣାରୁ ପ୍ରାୟ ୨୦୦ କିଲୋମିଟର ରେଳ ଧାରଣାରେ ଚାଲିଚାଲି ଆସୁଥିଲେ। ମୁନିଗୁଡ଼ା ତିନିକୋଣିଆସ୍ଥିତ ରେଳ ଫାଟକଠାରେ କେତେକ ଲୋକ ସେମାନଙ୍କୁ ଦେଖିଥିଲେ। ମୁନିଗୁଡ଼ା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୈଳସ ଚନ୍ଦ୍ର ପାତ୍ର ଖବର ପାଇ ସେମାନଙ୍କ ପାଖରେ ପହଞ୍ଚିଥିଲେ। ପରେ ମୁନିଗୁଡ଼ା ଦୁବେସାହି ଗୋପବନ୍ଧୁ ଯୁବକ ସଂଘର ସଦସ୍ୟଙ୍କ ସହାୟତାରେ ସେମାନଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି। ଖବର ପାଇ ମୁନିଗୁଡ଼ା ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ତହସିଲଦାର ଦେବାଶିଷ ଗୌଡ଼, ବିଡିଓ ଦିଲ୍ଲୀପ ବେହେରା, ଥାନା ଅଧିକାରୀ ରାଜେନ୍ଦ୍ର ଦେହୁରୀ ସେମାନଙ୍କୁ ପ୍ରଶାସନ ତରଫରୁ ଆଇସୋଲେଶନ ସେଣ୍ଟରରେ ରଖିଛନ୍ତି।ସେମାନଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯିବାର ବ୍ୟବସ୍ଥା କରାଯାଉଛି। ଏମାନେ ସମସ୍ତେ କଳାହାଣ୍ଡି ଜିଲା ଜୁନାଗଡ଼, ନର୍ଲା, କର୍ଲାମୁଣ୍ଡା, ଚିଚିଙ୍ଗଗୁଡ଼ା, ଖରିଆର, କୁଟ୍ରୁକୁମା ଅଞ୍ଚଳର ବୋଲି ଜଣାପଡ଼ିଆଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri