ବିଶୃଙ୍ଖଳିତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ଦେଶକୁ ତୃତୀୟ ପର୍ଯ୍ୟାୟରେ ମେ ୧୭ ତାରିଖ ଯାଏ ଲକ୍‌ଡାଉନରେ ରହିବାକୁ ଘୋଷଣା କରିଛନ୍ତି। ଏହି ସମୟରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ରାଜ୍ୟ ବାହାରୁ ଆସୁଥିବା ଓଡ଼ିଆମାନଙ୍କ ସୁରକ୍ଷା ତଥା ସେମାନଙ୍କ ପରିବାର ସୁରକ୍ଷା ପାଇଁ ରାଜ୍ୟ ସରକାର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ୧୪ ଦିନିଆ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରିଛନ୍ତି। ରହିବା, ଖାଇବା, ସ୍ବାସ୍ଥ୍ୟସେବା ସହ ୨୦୦୦ ଟଙ୍କା ପ୍ରୋତ୍ସାହନ ରାଶିର ବ୍ୟବସ୍ଥା ମଧ୍ୟ କରାଯାଇଛି। ମାତ୍ର ରାଜ୍ୟର କେତେକ ସ୍ଥାନରେ ପ୍ରବାସୀ ଶ୍ରମିକମାନେ କ୍ୱାରାଣ୍ଟାଇନ୍‌ ନିୟମ ମାନୁନାହାନ୍ତି। ରବିବାର ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ବାହାର ରାଜ୍ୟ ଫେରନ୍ତାଙ୍କୁ ନିୟମ ପାଳନ କରିବାକୁ ଚେତାବନୀ ଦେଇଥିବା ବେଳେ ସୋମବାର ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରବାସୀ ଓଡ଼ିଆଙ୍କୁ ନିୟମ ମାନିବାକୁ ଅନୁରୋଧ କରିବା ସହ ଉଲ୍ଲଂଘନକାରୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ, ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାର ଜୀବନ ସୁରକ୍ଷା ପାଇଁ କ୍ୱାରାଣ୍ଟାଇନ୍‌ରେ ରହିବା ସହ ସରକାରଙ୍କ ସମସ୍ତ ନିୟମ କଡ଼ାକଡ଼ି ପାଳନ କରିବା ଆବଶ୍ୟକ। ଯଦି କାୈଣସି ସ୍ଥାନରେ ପ୍ରବାସୀ ଓଡ଼ିଆ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ କରୁଛନ୍ତି ସରପଞ୍ଚମାନେ ତୁରନ୍ତ ପ୍ରଶାସନକୁ ଅବଗତ କରାନ୍ତୁ। ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ଓଡ଼ିଶା ଭଲ ସ୍ଥିତିରେ ଅଛି। ଏଥିପାଇଁ ଲକ୍ଷ ଲକ୍ଷ ଲୋକ ଦିନରାତି ନିରନ୍ତର କାର୍ଯ୍ୟ କରୁଛନ୍ତି। ବହୁ ଓଡ଼ିଆ ନିଜ କର୍ମରୁ ଊର୍ଦ୍ଧ୍ୱକୁ ଯାଇ ତ୍ୟାଗ ମନୋଭାବ ନେଇ ଏହି ଅଭୂତପୂର୍ବ ପରିସ୍ଥିତିକୁ ସାମ୍‌ନା କରୁଛନ୍ତି। ଯେଉଁମାନେ ଓଡ଼ିଶା ଫେରୁଛନ୍ତିି ସେମାନେ ମଧ୍ୟ ସେହି ତ୍ୟାଗ ସହ ନିଜ ଉତ୍ତରଦାୟିତ୍ୱ ନିର୍ବାହ କରନ୍ତୁ। ରାଜ୍ୟକୁ ଫେରୁଥିବା ପ୍ରତ୍ୟେକ ଓଡ଼ିଆ ଆମ ନିଜର। ବର୍ତ୍ତମାନ ସମୟରେ ସାମାନ୍ୟ ଅସାବଧାନତା ଅନେକଙ୍କୁ ବିପଦରେ ପକାଇବ। ପ୍ରତ୍ୟେକଟି ଜୀବନର ସୁରକ୍ଷା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ସେମାନଙ୍କର ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ସହ କ୍ୱାରାଣ୍ଟାଇନ୍‌ର ବ୍ୟବସ୍ଥା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ପରେ ବାହାର ରାଜ୍ୟ ଫେରନ୍ତାଙ୍କ ଉଚ୍ଛୃଙ୍ଖଳ ଆଚରଣକୁ ନେଇ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଅଭୟ ମଧ୍ୟ କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଦେଇଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ, ବହାର ରାଜ୍ୟରୁ ଫେରୁଥିବା ଲୋକମାନଙ୍କ ବିଶୃଙ୍ଖଳିତ ଆଚରଣ ପାଇଁ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ରାଜ୍ୟ ବାହାରୁ ଆସୁଥିବା ଲୋକମାନଙ୍କୁ ରାଜ୍ୟରେ ସମସ୍ତ ସୁବିଧା ଯୋଗାଇବା ସହ ସ୍ବାଗତ କରାଯାଉଛି। ତା’ ଅର୍ଥ ନୁହେଁ ଯେ ବିଶୃଙ୍ଖଳିତ ଆଚରଣ ପାଇଁ କ୍ଷମା ବା ଅନୁକମ୍ପା ଦେଖାଯିବ। କୋଭିଡ୍‌-୧୯ ସଂକ୍ରମଣକୁ ନେଇ କାୈଣସି ଲୋକଙ୍କ ସୁରକ୍ଷା ପ୍ରତି ବିପଦ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ କଡ଼ା ପଦକ୍ଷେପ ନିଆଯିବ।
କ୍ୱାରାଣ୍ଟାଇନ୍‌ରେ ଥିବାବେଳେ ସମସ୍ତ ନିୟମକୁ ପାଳନ କରିବାକୁ ବାହାର ରାଜ୍ୟ ଫେରନ୍ତାଙ୍କୁ ଡିଜିପି ଅନୁରୋଧ କରିଛନ୍ତି। ଭଦ୍ରକ ଓ ରାଜ୍ୟର ଅନ୍ୟ କେତେକ ଅଞ୍ଚଳରେ କେତେକ ଲୋକ କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କରିଥିବା ଖବର ମିଳିବା ପରେ ଡିଜିପି ଏଭଳି କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି।
ପ୍ରବାସୀ ଓଡ଼ିଆଙ୍କ ଯୋଗୁ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ସେହି ଲୋକମାନେ ଯଦି କ୍ୱାରାଣ୍ଟାଇନ୍‌ ନିୟମକୁ ଉଲ୍ଲଂଘନ କରିବେ ତେବେ ପରିସ୍ଥିତି ଆହୁରି ବିସ୍ଫୋରକ ହେବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦେଇଛନ୍ତି। ପ୍ରବାସୀ ଓଡ଼ିଆମାନେ କ୍ୱାରାଣ୍ଟାଇନ୍‌ ନିୟମ ମାନୁ ନ ଥିବାରୁ ସରକାରଙ୍କ ଚିିନ୍ତା ମଧ୍ୟ ବଢ଼ିଯାଇଛି। ଅମାନିଆଙ୍କୁ ବାଟକୁ ଆଣିବା ପାଇଁ ସରକାର ମଧ୍ୟ କଡ଼ା ଚେତାବନୀ ଦେଇଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କୁ ଗିରଫ କରିବା ସହ ଅଲଗା ଜିଲାରେ ଅଧିକ ଦିନ କ୍ୱାରାଣ୍ଟାଇନ୍‌ରେ ରଖାଯିିବ। କ୍ୱାରାଣ୍ଟାଇନ୍‌ ଶେଷ ହେବା ପରେ କାୈଣସି ପ୍ରୋତ୍ସାହନ ରାଶି ଦିଆଯିବ ନାହିଁ ବୋଲି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ମଧ୍ୟ ପୂର୍ବରୁ ସୂଚେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri