ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବିତ ହେଲେ ଯବାନ

ବଡ଼ସାହି,୧୫ା୨(ସ୍ବ.ପ୍ର)- ଡ୍ୟୁଟି ସମୟରେ ନିଶାଗ୍ରସ୍ତ ଅବସ୍ଥାରେ ପାଟିତୁଣ୍ଡ କରିବା ସହ ଅଶ୍ରାବ୍ୟ ଭାଷା ପ୍ରୟୋଗ କରିଥିବା ଅଭିଯୋଗରେ ଓଡ଼ିିଶା ଅକ୍‌ଜୁଲେରୀ ପ୍ରୋଟେକ୍ସନ ଫୋର୍ସ (ଓଏପିଏଫ୍‌)ର ଜଣେ ଯବାନଙ୍କୁ ମୟୂରଭଞ୍ଜ ଏସପି କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଏସ୍‌ପିଙ୍କ ଚିଠି ନଂ.୧୭/୧୪ା୨ା୨୦୨୦ରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି । ତାଙ୍କ ନାମରେ ବଡ଼ସାହି ଥାନାରେ ଶୁକ୍ରବାର ଏକ ମାମଲା (ନଂ.୨୧/୨୦)ରୁଜୁ ହୋଇଛି। ଯବାନ ଜଣକ ହେଲେ ରରୁଆଁ ଥାନା ଅଧୀନ ଦେଉଳି ଗ୍ରାମର ଗଗନ ବିହାରୀ ନାଏକ ।
ଗତ ୧୧ ଫେବୃଆରୀରେ ବଡ଼ସାହି ବ୍ଲକ ଅଧୀନ ସୁହାଗପୁର-ଚାନ୍ଦଡିହାରେ ଥିବା ମା’ ହିଙ୍ଗୁଳାଙ୍କ ବାର୍ଷିକ ମେଳାରେ ଶାନ୍ତିଶୃଙ୍ଖଳା ରଖିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଫୋର୍ସ ମୃତୟନ କରାଯାଇଥିଲା । ସେଠାରେ ଡ୍ୟୁଟି କରୁଥିତ୍ବା ଯବାନ ଜଣକ ନିଶାଗ୍ରସ୍ତ ଅବସ୍ଥାରେ ପାଟିତୁଣ୍ଡ କରି ଗାଳିଗୁଲଜ କରିଥିଲେ। ପରେ ଏହି ଘଟଣାର ଭିଡ଼ିଓ ଭାଇରାଲ ହୋଇଥିଲା। ଏସପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ଏ ସମ୍ପର୍କରେ ଜାଣିବା ପରେ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏସପିଙ୍କ ନିର୍ଦ୍ଦେଶ କ୍ରମେ ବଡ଼ସାହି ଥାନା ଆଇଆଇସି ଜୟନ୍ତ କୁମାର ବେହେରା ସମ୍ପୃକ୍ତ ଯବାନଙ୍କ ବିରୋଧରେ ମାମଲା ରୁଜୁ ପୂର୍ବକ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ା ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ

ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍‌)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri