ବିଶୋଧନ ହେଲା ବିଭିନ୍ନ କାର୍ଯ୍ୟାଳୟ

ବଇଣ୍ଡା, ୧୧ା୪(ଡି.ଏନ.ଏ.)- କିଶୋରନଗର ବ୍ଲକ ନୁନୁକାପଶି, ଗାଁ ବଇଣ୍ଡା, ହଣ୍ଡପା ଆଦି ୩ଟି ପଞ୍ଚାୟତର ବିଭିନ୍ନ କାର୍ଯ୍ୟାଳୟକୁ ବାମୁର ଅଗ୍ନିଶମ କେନ୍ଦ୍ର ପକ୍ଷରୁ ସାନିଟାଇଜ କରାଯାଇଛି। ପ୍ରଥମେ ଗାଁ ବଇଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ସହ ଅନ୍ୟ ସରକାରୀ କାର୍ଯ୍ୟାଳୟକୁ ବିଶୋଧନ କରାଯାଇଥିଲା। ପରେ ବଇଣ୍ଡା ଛକର ଷ୍ଟେଟ ବ୍ୟାଙ୍କ, ଅସ୍ଥାୟୀ ସ୍ବାସ୍ଥ୍ୟ କ୍ୟାମ୍ପ, ବଇଣ୍ଡା ସ୍ବାସ୍ଥ୍ୟକେନ୍ଦ୍ର, ରାଜୀବ ଗାନ୍ଧୀ ସେବାକେନ୍ଦ୍ର, ଏସବିଆଇ ଗ୍ରାହକ ସେବା କେନ୍ଦ୍ର, ଡେବରାପାଲି ତେଲ ଟାଙ୍କି, ହଣ୍ଡପା ପଞ୍ଚାୟତ କାର୍ଯ୍ୟାଳୟ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡିକ ବିଶୋଧନ କରାଯାଇଛି । ବାମୁର ଅଗ୍ନିଶମ ବିଭାଗ ଭାରପ୍ରାପ୍ତ ଅଧିକାରୀ ପ୍ରକାଶ କୁମାର ବେହେରା, ଫାୟାର ମ୍ୟାନ ସତ୍ୟନାରାୟଣ ମେଣ୍ଡୁଲି, ସୁନୀଲ କୁମାର ବେହେରା, ସୁଶାନ୍ତ ସେଠୀ, ପ୍ରଶାନ୍ତ କୁମାର ବେହେରା ପ୍ରମୁଖ ସାନିଟାଇଜ କରିଥିବାବେଳେ ଗାଁ ବଇଣ୍ଡା ସରପଞ୍ଚ ମାନସ ସାହୁ, ନୁନୁକାପଶି ସରପଞ୍ଚ ଜଳଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?