ବିଶ୍ବ ନାରିକେଳ ଦିବସ ପାଳିତ: ଫନୀ କ୍ଷତିଗ୍ରସ୍ତ ନଡ଼ିଆଚାଷୀଙ୍କୁ କେନ୍ଦ୍ର ଦେବ ସହାୟତା

ଭୁବନେଶ୍ୱର, ୩।୯(ବ୍ୟୁରୋ): ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ନଡ଼ିଆ ଚାଷୀଙ୍କୁ କେନ୍ଦ୍ର ସରକାର ସହାୟତା ପ୍ରଦାନ କରିବେ। ଏଥିପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ ଲାଗି ରାଜ୍ୟ ସରକାରଙ୍କୁ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। ସୋମବାର ବିଶ୍ବ ନାରିକେଳ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ତୋମାର କହିଛନ୍ତି ଯେ, ନଡ଼ିଆ ଉତ୍ପାଦନରେ ଓଡ଼ିଶା ଦେଶରେ ଏକ ପ୍ରମୁଖ ସ୍ଥାନ ଅଧିକାର କରିଥିବାବେଳେ ଭାରତ ସରକାରଙ୍କ ପକ୍ଷରୁ ନଡ଼ିଆ ଚାଷ ଓ ଚାଷୀଙ୍କ ଉନ୍ନତି ପାଇଁ ସମସ୍ତ ପ୍ରକାର ସାହାଯ୍ୟ ଯୋଗାଇ ଦିଆଯିବ। ଆସନ୍ତା ୧୨ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଞ୍ଚତ୍ଠାରେ ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ କରିବେ। ଏହି ଅବସରରେ ପ୍ରାୟ ୧୦ ଲକ୍ଷ କୃଷକଙ୍କୁ ସହାୟତାରାଶି ପ୍ରଦାନ କରାଯିବ। ଏହି ଯୋଜନା ଅନ୍ତର୍ଗତ ଓଡ଼ିଶାରୁ ବର୍ତ୍ତମାନ ସୁଦ୍ଧା ୫୨ ହଜାର ଚାଷୀ ପଞ୍ଜିକରଣ କରିଥିବା କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ବିଶ୍ୱ ବଜାରରେ ଭାରତର ନଡ଼ିଆ ଓ ଆନୁଷଙ୍ଗିକ ପଦାର୍ଥର ଚାହିଦା ବୃଦ୍ଧି ପାଉଛି। ତେଣୁ ଆଗାମୀ ଦିନରେ ଦେଶବ୍ୟାପୀ ୧୦ ହଜାର ଫାର୍ମସ୍‌ ପ୍ରଡ୍ୟୁସର ଅର୍ଗାନାଇଜେଶନ(ଏଫ୍‌ପିଓ) ସ୍ଥାପନ କରାଯିବ ବୋଲି ସେ ଘୋଷଣା କରିଛନ୍ତି। ଏହି ଏଫ୍‌ପିଓ କେନ୍ଦ୍ର ଦ୍ୱାରା ଚାଷୀଙ୍କୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସୂଚନା ଓ ସହାୟତା ପ୍ରଦାନ କରାଯିବ। ଏହି କେନ୍ଦ୍ରଗୁଡ଼ିକ ନଡ଼ିଆ ଚାଷୀଙ୍କ ଦକ୍ଷତା ବିକାଶରେ ମଧ୍ୟ ସହାୟକ ହେବ। ବର୍ତ୍ତମାନ ଦେଶରେ ସରକାରୀ ସହାୟତାରେ ୪୮୪ଟି ନଡ଼ିଆ ଉଦ୍ୟୋଗ ଚାଲୁଛି। ୨୦୨୨ ସୁଦ୍ଧା ଏହି ସଂଖ୍ୟାକୁ ଦ୍ୱିଗୁଣିତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ନଡ଼ିଆ ଚାଷୀମାନଙ୍କୁ ଷ୍ଟାର୍ଟଅପ୍‌ ଆରମ୍ଭ କରିବା ପାଇଁ କେନ୍ଦ୍ର ସରକାର ପ୍ରୋତ୍ସାହିତ କରିବେ ବୋଲି ମନ୍ତ୍ରୀ କହିଛନ୍ତି।
ନାରିକେଳ ବିକାଶ ବୋର୍ଡ ପକ୍ଷରୁ କିଟ୍‌ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ ଅଧ୍ୟକ୍ଷତା କରି କହିଲେ, ଫନୀରେ ଉପକୂଳବର୍ତ୍ତୀ ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲାର ୭୯୩୦ ହେକ୍ଟର ଜମିରେ ନଡ଼ିଆ ଗଛ କ୍ଷତିଗ୍ରସ୍ତ ହୋଇଛି। ନାରିକେଳ ବିକାଶ ବୋର୍ଡ ଦ୍ବାରା ଓଡ଼ିଶାରେ ନଡ଼ିଆ ଉତ୍ପାଦନ ବୃଦ୍ଧି ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି। ନାରିକେଳ ଉନ୍ନୟନ ବୋର୍ଡ ଅଧ୍ୟକ୍ଷ ଉଷାରାଣୀ ନାରିକେଳ ଦିବସ ପାଳନ ସମ୍ପର୍କରେ କହିଥିଲେ। ଭୁବନେଶ୍ବର-ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଭାରତ ସରକାରଙ୍କ କୃଷି ସଚିବ ସଞ୍ଜୟ ଅଗ୍ରଓ୍ବାଲ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ନାରିକେଳ ବିକାଶ ବୋର୍ଡ ଉପାଧ୍ୟକ୍ଷ ବିଶ୍ବନାଥ ରଥ ଧନ୍ୟବାଦ ଦେଇଥିଲେ। ଏଥିରେ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦେଶ, କେରଳ, ତାମିଲନାଡ଼ୁ, ପଶ୍ଚିମବଙ୍ଗ, ଆସାମ ଭଳି ବିଭିନ୍ନ ରାଜ୍ୟର ୫୦୦ରୁ ଊର୍ଦ୍ଧ୍ୱ ନଡ଼ିଆ ଚାଷୀ ଯୋଗ ଦେଇଥିଲେ। ନଡ଼ିଆ ଉତ୍ପାଦକ ସମିତି, ନଡ଼ିଆ ଚାଷୀ ଏବଂ ନଡ଼ିଆ ଉତ୍ପାଦକ ଫେଡେରେଶନ ଓ କମ୍ପାନୀର ପ୍ରତିନିଧିମାନେ ନଡ଼ିଆ ଚାଷ ସମ୍ପର୍କିତ ଅଭିଜ୍ଞତା ଓ ଅନୁଭୂତି ବର୍ଣ୍ଣନା କରିଥିଲେ। ନଡ଼ିଆ ଚାଷ ସମ୍ବନ୍ଧୀୟ ଓଡ଼ିଆ, ଇଂଲିଶ ଓ ହିନ୍ଦୀରେ ଲିଖିତ ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ଏଥିସହ କିଟ୍‌ ବିଶ୍ବବିଦ୍ୟାଳୟ ପରିସରରେ ଏକ ପ୍ରଦର୍ଶନୀକୁ କେନ୍ଦ୍ର ମନ୍ତ୍ରୀ ତୋମାର ଉଦ୍‌ଘାଟନ କରିଥିଲେ। ଏଥିରେ ୧୫ ଉଦ୍ୟୋଗ ପକ୍ଷରୁ ନଡ଼ିଆ ଏବଂ ଏଥିରୁ ଉତ୍ପାଦିତ ବିଭିନ୍ନ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା। ଏହି ଅବସରରେ ଆୟୋଜିତ ବୈଷୟିକ କର୍ମଶାଳାରେ ଓୟୁଏଟି ପ୍ରଫେସର ଡ. ଏସ୍‌. ସି. ସାହୁ ଏବଂ ଏମ୍‌ସର ଆସୋସିଏଟ୍‌ ପ୍ରଫେସର ଡ. ଅମିତ ଘୋଷ ପ୍ରମୁଖ ଯୋଗଦେଇ ‘ନଡ଼ିଆ ଚାଷର ପଦ୍ଧତି ଏବଂ ସ୍ବାସ୍ଥ୍ୟ ପାଇଁ ଏହାର ଉପଯୋଗିତା’ ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri