ବିଶ୍ରାମାଗାରରୁ ନବଜାତ ଶିଶୁକନ୍ୟା ଉଦ୍ଧାର : ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା

ଢେଙ୍କାନାଳ ଅଫିସ,୨୦।୬ – ଢେଙ୍କାନାଳ ଜିଲା ଯୋରନ୍ଦା ନିକଟ ତେରମାଇଲ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରୁ ବୁଧବାର ସକାଳ ୫ଟା ୨୦ରେ ଅସହାୟ ଅବସ୍ଥାରେ ପଡ଼ିଥିବା ଏକ ନବଜାତ ଶିଶୁକନ୍ୟାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଢେଙ୍କାନାଳ ଯିବା ପାଇଁ ବସ୍‌କୁ ଅପେକ୍ଷା କରିଥିବା କେତେଜଣ ଯାତ୍ରୀ ନବଜାତକର କାନ୍ଦିବା ଶବ୍ଦ ଶୁଣିଥିଲେ। ଖୋଜାଖୋଜି କରିବା ପରେ ଏକ ମାଟି ଖପରାରେ କନାରେ ଗୁଡ଼ାଯାଇଥିବା ଅବସ୍ଥାରେ ଶିଶୁକନ୍ୟାକୁ ସେମାନେ ଠାବ କରିଥିଲେ। ସ୍ଥାନୀୟ ଯୁବକ ସମର ମହାନ୍ତି ନବଜାତକକୁ ପ୍ରଥମେ ସ୍ଥାନୀୟ ଅଙ୍ଗନୱାଡି କର୍ମୀଙ୍କୁ ହସ୍ତାନ୍ତର କରିଥିଲେ। ପରେ ଶିଶୁକନ୍ୟାକୁ ଯୋରନ୍ଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସୂଚନାପାଇ ଜିଲା ଚାଇଲ୍ଡ ଲାଇନ ଏବଂ ଶିଶୁ ସୁରକ୍ଷା ବିଭାଗ ଅଧିକାରୀ ପହଞ୍ଚତ୍ ଶିଶୁକୁ ନିଜ ହେପାଜତ୍‌କୁ ନେଇଛନ୍ତି। ଅଧିକ ଚିକିତ୍ସା ପାଇଁ ଶିଶୁକୁ ଜିଲା ମୁଖ୍ୟ ଚିକିତ୍ସାଳୟର ଏସ୍‌ଏନ୍‌ସିଏଲ ବିଭାଗରେ ରଖାଯାଇଛି। ଏ ସମ୍ପର୍କରେ ଜିଲା ଶିଶୁ କଲ୍ୟାଣ ସମିତିକୁ ପତ୍ର ମାଧ୍ୟମରେ ଅବଗତ କରାଯାଇଥିବା ଚାଇଲ୍ଟ ଲାଇନ କେନ୍ଦ୍ର ସଂଯୋଜିକା ମନ୍ଦାକିନୀ ରାଉତ ସୂଚନା ଦେଇଛନ୍ତି। ତେବେ ଶିଶୁ କନ୍ୟା ବିଶ୍ରାମାଗାରକୁ କିପରି ଆସିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri