ବିଶ୍ୱକପ୍‌ରୁ ବିଦାୟ ନେଲା ଭାରତ

ମାଞ୍ଚେଷ୍ଟର, ୧୦।୭: ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସାହସିକଭରା ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ଏଠାରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇଛି। ଏଥିସହ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ବିଶ୍ୱକପ୍‌ରୁ ଏହାର ଅଭିଯାନ ଶେଷ କରିଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୨୪୦ ରନର ଲକ୍ଷ୍ୟକୁ ପିଛା କରି ଭାରତ ୪୯.୩ ଓଭରରେ ୨୨୧ ରନ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ଜାଡେଜା ୭୭ (୫୯ ବଲ୍‌, ୪ ଚୌକା, ୪ ଛକା) ରନ କରିଥିବବେଳେ ଭେଟେରାନ ମହେନ୍ଦ୍ର ସିଂ ଧୋନୀ (୫୦ ରନ, ୭୨ ବଲ) ତାଙ୍କୁ ଉପଯୁକ୍ତ ସହାୟତା କରିଥିଲେ। ଏପରି କି, ୭ମ ଉଇକେଟ୍‌ ଯୋଡ଼ିରେ ଉଭୟ ୧୧୬ ରନର ଭଗୀଦାରି କରି ଭାରତ ପାଇଁ ଗୋଟିଏ ସମୟରେ ବିଜୟ ଆଶା ସଞ୍ଚାର କରିଥିଲେ ମଧ୍ୟ ଦଳ ଲକ୍ଷ୍ୟଠାରୁ ୧୮ ରନ ଦୂରରେ ରହିଯାଇଥିଲା। ପ୍ରାରମ୍ଭରୁ ଭାରତ ୫ ରନରେ ରୋହିତ୍‌ ଶର୍ମା (୧ ରନ), କୋହଲି (୧) ଓ ଲୋକେଶ ରାହୁଲ (୧)ଙ୍କ ଉଇକେଟ୍‌ ହରାଇ ଘୋର ସଙ୍କଟରେ ପଡ଼ିଥିଲା। ଫାଇନାଲରେ ପ୍ରବେଶ କରିଥିବା ନ୍ୟୁଜିଲାଣ୍ଡ ପକ୍ଷରୁ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ମ୍ୟାଟ୍ଟ ହେନରୀ ସର୍ବାଧିକ ୩ ଉଇକେଟ୍‌ ନେଇଥିଲେ। ଏହି ବର୍ଷା ବାଧାପ୍ରାପ୍ତ ସେମିଫାଇନାଲ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ମଙ୍ଗଳବାର ୪୬.୧ ଓଭରରେ ୨୧୧ ରନ କରିଥିଲା। ବୁଧବାର ରିଜର୍ଭ ଡେ’ରେ ଏହି ଅସମାପ୍ତ ଇନିଂସରୁ ଖେଳ ଆରମ୍ଭ କରି ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୩୯ ରନ କରିବାକୁ ସମର୍ଥ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri