ବିଶ୍ୱକପ୍‌ରେ ପ୍ରଥମ ମ୍ୟାଚ୍‌ ଜିତିବା ପରେ ଟିମ୍‌ ଇଣ୍ଡିଆ

ଲଣ୍ଡନ,୭।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରକାକୁ ହରାଇ ଅଭିଯାନ ଆରମ୍ଭ କରିଛି। ଆଗକୁ ଆହୁରି ଶକ୍ତିଶାଳୀ ଦଳକୁ ଭେଟିବାକୁ ଥିବାବେଳେ ଦଳ ଟୁର୍ନାମେଣ୍ଟରେ ଅତିକମ୍‌ରେ ସେମିଫାଇନାଲ ଖେଳିବ ବୋଲି ଆଶା କରାଯାଉଛି। କାରଣ ଟିମ୍‌ ଇଣ୍ଡିଆ ବିଶ୍ୱକପ୍‌ର ଯେଉଁ ସଂସ୍କରଣରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି, ସେଥିରେ ନିଶ୍ଚିତ ସେମିଫାଇନାଲ ଖେଳିଛି। ତିନିଥର ଫାଇନାଲ ମଧ୍ୟ ଖେଳିବାକୁ ସୁଯୋଗ ପାଇଛି। ଦୁଇ ଥର ବିଶ୍ୱକପ୍‌ ହାତେଇ ଥିବାବେଳେ ଥରେ ଉପବିଜେତା ଭାବେ ଟିମ୍‌ ବ୍ଲୁ ଅଭିଯାନ ଶେଷ କରିଛି। ଭାରତୀୟ ଦଳ ୧୯୮୩ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ଦୁଇ ଥର ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜକୁ ହରାଇଥିଲା। ଏହି ସଂସ୍କରଣରେ ସମାନ ଦଳକୁ ହରାଇ ପ୍ରଥମ ଥର ଚାମ୍ପିୟନ ହୋଇଥିଲା। ଭାରତରେ ଅନୁଷ୍ଠିତ ୧୯୯୬ ବିଶ୍ୱକପ୍‌ରେ ମହମ୍ମଦ ଆଝାରୁଦ୍ଦିନଙ୍କ ଦଳ ଐତିହାସିକ ବାରବାଟୀ ଷ୍ଟାଡିୟମରେ କେନିଆକୁ ହରାଇ ଅଭିଯାନ ଆରମ୍ଭ କରିଥିଲା। ସେହିଥର ଶ୍ରୀଲଙ୍କା ବିପକ୍ଷ ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳର ବ୍ୟାଟିଂ ବିପର୍ଯ୍ୟୟ ଯୋଗୁ ଇଡେନଗାର୍ଡେନ ଷ୍ଟାଡିୟମରେ ଉପସ୍ଥିତ ଦର୍ଶକ ସିଟ୍‌ ପୋଡ଼ାଜଳା କରିିଥିଲେ। ଫଳରେ ଶ୍ରୀଲଙ୍କାକୁ ବିଜେତା ଘୋଷିତ କରାଯାଇଥିଲା। ଏହାପରେ ୨୦୦୩ ବିଶ୍ୱକପ୍‌ରେ ଦୁର୍ବଳ ନେଦରଲାଣ୍ଡକୁ ହରାଇ ଅଭିଯାନ ଆରମ୍ଭ କରିଥିବା ଭାରତୀୟ ଦଳ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ପରାଜିତ ହୋଇଥିଲା। ୨୦୧୧ ବିଶ୍ୱକପ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ପଡ଼ୋଶୀ ବାଂଲାଦେଶକୁ ହରାଇଥିଲା। ଏହି ସଂସ୍କରଣ ଫାଇନାଲରେ ଅନ୍ୟତମ ଆୟୋଜକ ଶ୍ରୀଲଙ୍କାକୁ ହରାଇ ଭାରତୀୟ ଦଳ ଦ୍ୱିତୀୟ ଥର ବିଶ୍ୱକପ୍‌ ହାତେଇଥିଲା। ଏହାର ପରବର୍ତ୍ତୀ ସଂସ୍କରଣରେ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚ୍‌ରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ହରାଇ ଥିଲା। ୨୦୧୫ ବିଶ୍ୱକପ୍‌ ଆୟୋଜକ ଅଷ୍ଟ୍ରେଲିଆଠାରୁ ସେମିଫାଇନାଲରେ ପରାସ୍ତ ହୋଇ ଭାରତ ଅଭିଯାନ ଶେଷ କରିଥିଲା। ଏହାବାଦ୍‌ ୧୯୭୫, ୧୭୭୯, ୧୯୮୭, ୧୯୯୨, ୧୯୯୯ ଓ ୨୦୦୭ ବିଶ୍ୱକପ୍‌ରେ ପ୍ରଥମ ମ୍ୟାଚ୍‌ ଜିତିପାରି ନ ଥିବା ଭାରତୀୟ ଦଳ ନକ୍‌ଆଉଟ୍‌ ପର୍ଯ୍ୟାୟକୁ ଉନ୍ନୀତ ହେବାରେ ବିଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri