ବିଶ୍ୱକପ୍‌ ଫାଇନାଲରେ ଅମ୍ପାୟରିଂ କରିବେ ଧର୍ମସେନା, ମାରିଆସ

ଲଣ୍ଡନ,୧୨।୭(ପି.ଟି.)- ରବିବାର ଆଇକନିକ୍‌ ଲଡର୍‌ସ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଓ ଆୟୋଜକ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଚଳିତ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଲାଗି ଶ୍ରୀଲଙ୍କା ଅମ୍ପାୟର କୁମାର ଧର୍ମସେନା ଓ ଦକ୍ଷିଣ ଆଫ୍ରିକାର ମାରିଆସ ଇରାସମୁସଙ୍କୁ ଅନ୍‌ଫିଲ୍ଡ ଅମ୍ପାୟର ଭାବେ ନିଯୁକ୍ତ କରାଯାଇଛି। ଅଷ୍ଟ୍ରେଲିଆର ରଡ୍‌ ଟକର ୩ୟ ଅମ୍ପାୟର ଓ ପାକିସ୍ତାନର ଅଲିମ ଦାର ଚତୁର୍ଥ ଅଫିସିଆଲ ଭାବେ କାର୍ଯ୍ୟ କରିବେ ବୋଲି ଆଇସିସି ପକ୍ଷରୁ କୁହାଯାଇଛି। ଶ୍ରୀଲଙ୍କାର ରଞ୍ଜନ ମଦୁଗଲେ ମ୍ୟାଚ୍‌ ରେଫରି ଦାୟିତ୍ୱ ତୁଲାଇବେ। ଉପରୋକ୍ତ ଅଫିସିଆଲମାନେ ବିଶ୍ୱକପ୍‌ର ଦୁଇ ସେମିଫାଇନାଲର ବିଭିନ୍ନ ପରିଚାଳନା ଦାୟିତ୍ୱରେ ଥିଲେ। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ ଇଂଲିଶ ଓପନର ଜାସନ ରୟ ଅମ୍ପାୟର ଧର୍ମସେନାଙ୍କ ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତି ଯୋଗୁ ଶତକ ହାତଛଡ଼ା କରିଥିଲେ। ଆଉଟ୍‌ ହେବା ପୂର୍ବରୁ ସେ ୬୫ ବଲରୁ ୮୫ ରନ୍‌ କରିଥିଲେ। ଇଂଲଣ୍ଡ ୨୨୪ ରନ୍‌ର ବିଜୟଲକ୍ଷ୍ୟର ପିଛା କରୁଥିବାବେଳେ ଇନିଂସର ୨୦ତମ ଓଭରରେ ପାଟ୍‌ କୁମିନ୍ସଙ୍କ ବଲରେ ରୟ ଉଇକେଟକିପର ଆଲେକ୍ସ କାରିଙ୍କ ଦ୍ୱାରା କ୍ୟାଚ୍‌ ଆଉଟ୍‌ ହୋଇଥିବା ଅପିଲ ହୋଇଥିଲା। ଧର୍ମସେନା ଦ୍ୱନ୍ଦ୍ୱରେ ପଡ଼ିଯାଇଥିଲେ। ପରେ ଅଷ୍ଟ୍ରେଲିଆନ ଖେଳାଳିଙ୍କ କ୍ରମାଗତ ଅପିଲ ଯୋଗୁ ରୟଙ୍କୁ ଆଉଟ୍‌ ଦେଇଥିଲେ। ବ୍ୟାଟ୍‌ଠାରୁ ବଲ ବହୁ ଦୂରରେ ଥିବାରୁ ରୟ ଆପତ୍ତି ଉଠାଇବା ସହ କିଛି ସମୟ ଯୁକ୍ତିତର୍କ କରିଥିଲେ। ଏଥିଯୋଗୁ ତାଙ୍କ ମ୍ୟାଚ୍‌ ଫି’ର ୩୦ ପ୍ରତିଶତ କାଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri