ବିଶ୍ୱକପ୍‌ ଫାଇନାଲରେ ଅମ୍ପାୟରିଂ କରିବେ ଧର୍ମସେନା, ମାରିଆସ

ଲଣ୍ଡନ,୧୨।୭(ପି.ଟି.)- ରବିବାର ଆଇକନିକ୍‌ ଲଡର୍‌ସ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଓ ଆୟୋଜକ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଚଳିତ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଲାଗି ଶ୍ରୀଲଙ୍କା ଅମ୍ପାୟର କୁମାର ଧର୍ମସେନା ଓ ଦକ୍ଷିଣ ଆଫ୍ରିକାର ମାରିଆସ ଇରାସମୁସଙ୍କୁ ଅନ୍‌ଫିଲ୍ଡ ଅମ୍ପାୟର ଭାବେ ନିଯୁକ୍ତ କରାଯାଇଛି। ଅଷ୍ଟ୍ରେଲିଆର ରଡ୍‌ ଟକର ୩ୟ ଅମ୍ପାୟର ଓ ପାକିସ୍ତାନର ଅଲିମ ଦାର ଚତୁର୍ଥ ଅଫିସିଆଲ ଭାବେ କାର୍ଯ୍ୟ କରିବେ ବୋଲି ଆଇସିସି ପକ୍ଷରୁ କୁହାଯାଇଛି। ଶ୍ରୀଲଙ୍କାର ରଞ୍ଜନ ମଦୁଗଲେ ମ୍ୟାଚ୍‌ ରେଫରି ଦାୟିତ୍ୱ ତୁଲାଇବେ। ଉପରୋକ୍ତ ଅଫିସିଆଲମାନେ ବିଶ୍ୱକପ୍‌ର ଦୁଇ ସେମିଫାଇନାଲର ବିଭିନ୍ନ ପରିଚାଳନା ଦାୟିତ୍ୱରେ ଥିଲେ। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ ଇଂଲିଶ ଓପନର ଜାସନ ରୟ ଅମ୍ପାୟର ଧର୍ମସେନାଙ୍କ ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତି ଯୋଗୁ ଶତକ ହାତଛଡ଼ା କରିଥିଲେ। ଆଉଟ୍‌ ହେବା ପୂର୍ବରୁ ସେ ୬୫ ବଲରୁ ୮୫ ରନ୍‌ କରିଥିଲେ। ଇଂଲଣ୍ଡ ୨୨୪ ରନ୍‌ର ବିଜୟଲକ୍ଷ୍ୟର ପିଛା କରୁଥିବାବେଳେ ଇନିଂସର ୨୦ତମ ଓଭରରେ ପାଟ୍‌ କୁମିନ୍ସଙ୍କ ବଲରେ ରୟ ଉଇକେଟକିପର ଆଲେକ୍ସ କାରିଙ୍କ ଦ୍ୱାରା କ୍ୟାଚ୍‌ ଆଉଟ୍‌ ହୋଇଥିବା ଅପିଲ ହୋଇଥିଲା। ଧର୍ମସେନା ଦ୍ୱନ୍ଦ୍ୱରେ ପଡ଼ିଯାଇଥିଲେ। ପରେ ଅଷ୍ଟ୍ରେଲିଆନ ଖେଳାଳିଙ୍କ କ୍ରମାଗତ ଅପିଲ ଯୋଗୁ ରୟଙ୍କୁ ଆଉଟ୍‌ ଦେଇଥିଲେ। ବ୍ୟାଟ୍‌ଠାରୁ ବଲ ବହୁ ଦୂରରେ ଥିବାରୁ ରୟ ଆପତ୍ତି ଉଠାଇବା ସହ କିଛି ସମୟ ଯୁକ୍ତିତର୍କ କରିଥିଲେ। ଏଥିଯୋଗୁ ତାଙ୍କ ମ୍ୟାଚ୍‌ ଫି’ର ୩୦ ପ୍ରତିଶତ କାଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri