Posted inଜାତୀୟ

ବିଶ୍ୱକୁ ବିପଦ ଆତଙ୍କବାଦ

ମାଲେ,୯।୬(ପି.ଟି.): ରାଷ୍ଟ୍ର ପ୍ରାୟୋଜିତ ଆତଙ୍କବାଦ ମାନବ ସମାଜ ପାଇଁ ସବୁଠୁ ବଡ଼ ଚ୍ୟାଲେଞ୍ଜ ବୋଲି ମାଳଦ୍ୱୀପ ପାର୍ଲାମେଣ୍ଟକୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଏହି ସମସ୍ୟା ବିରୋଧରେ ଲଢ଼େଇ ପାଇଁ ଏକତ୍ର ହେବାକୁ ସେ ବିଶ୍ୱ ନେତାମାନଙ୍କୁ ଆହ୍ବାନ ଦେଇଛନ୍ତି। ଭାରତ ଓ ମାଳଦ୍ୱୀପ ମଧ୍ୟରେ ସମ୍ପର୍କ ଇତିହାସଠାରୁ ବି ପୁରୁଣା। ମାଳଦ୍ୱୀପ ଗଣତନ୍ତ୍ରକୁ ସୁଦୃଢ଼ କରିବା ଲାଗି ପ୍ରତ୍ୟେକ ଭାରତୀୟ ଆପଣମାନଙ୍କ ସହ ରହିଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଆତଙ୍କବାଦ କେବଳ ଗୋଟିଏ ଦେଶ ପାଇଁ ବିପଦ ସୃଷ୍ଟି କରିନାହିଁ, ଏହା ସମଗ୍ର ମାନବ ସଭ୍ୟତା ଲାଗି ବିପଦ ହୋଇ ଛିଡାହୋଇଛି। ଏହା ସତ୍ତ୍ୱେ ଲୋକେ ଭଲ ଆତଙ୍କବାଦୀ ଓ ଖରାପ ଆତଙ୍କବାଦୀଙ୍କ ମଧ୍ୟରେ ପାର୍ଥକ୍ୟ ଖୋଜିବାର ଭୁଲ କରିବା ଦୁର୍ଭାଗ୍ୟଜନକ ବୋଲି ମୋଦି କହିଥିଲେ।
ଦ୍ୱିତୀୟ ପାଳି ସରକାରର ନେତୃତ୍ୱ ନେବା ପରେ ପ୍ରଥମ ବିଦେଶ ଗସ୍ତରେ ଶନିବାର ମାଳଦ୍ୱୀପ ଯାଇଥିବା ମୋଦି କ୍ରିକେଟ କୂଟନୀତି ଉପରେ ଗୁରୁତ୍ୱ ଦେଇଛନ୍ତି। ମାଳଦ୍ୱୀପରେ କ୍ରିକେଟର ପ୍ରସାରରେ ଭାରତ ସହାୟତା କରିବା ସମେତ ଦୁଇ ଦେଶର ଜନସାଧାରଣଙ୍କ ମଧ୍ୟରେ ପ୍ରତ୍ୟକ୍ଷ ସମ୍ପର୍କକୁ ନିବିଡ କରିବା ଲାଗି ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିଙ୍କ କ୍ରୀଡ଼ା ବିକାଶ ମିଶନକୁ ପୂରଣ କରାଯିବ ବୋଲି ମୋଦି କହିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ପରେ ମୋଦି ମାଳଦ୍ୱୀପ ରାଷ୍ଟ୍ରପତିଙ୍କୁ ଭାରତୀୟ କ୍ରିକେଟ ଟିମ୍‌ ସଦସ୍ୟମାନଙ୍କ ସ୍ବାକ୍ଷର ଥିବା ଏକ ବ୍ୟାଟ୍‌ ଉପହାର ଦେଇଥିଲେ। ମାଳଦ୍ୱୀପର କ୍ରିକେଟରମାନଙ୍କୁ ଭାରତ ପ୍ରଶିକ୍ଷଣ ଦେଇ ସେମାନଙ୍କୁ ଆବଶ୍ୟକ ସ୍ତରରେ ପହଞ୍ଚାଇପାରିଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏହାବ୍ୟତୀତ ଭାରତ ସେଠାରେ ଏକ ଷ୍ଟାଡିୟମ ନିର୍ମାଣ କରିବାକୁ ଯାଉଛି ବୋଲି ବହିର୍ବ୍ୟାପାର ସଚିବ ବିଜୟ ଗୋଖଲେ କହିଛନ୍ତି। ଗତ ଏପ୍ରିଲରେ ସୋଲି ବେଙ୍ଗାଲୁରୁରେ ଅନୁଷ୍ଠିତ ଏକ ଆଇପିଏଲ୍‌ ମ୍ୟାଚ ଦେଖିବା ସହ ତାଙ୍କ ଦେଶରେ କ୍ରିକେଟର ପ୍ରସାର ପାଇଁ ଆଗ୍ରହ ପ୍ରକାଶ କରିଥିଲେ। ବିଭିନ୍ନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦି ଓ ମାଳଦ୍ୱୀପ ରାଷ୍ଟ୍ରପତିଙ୍କ ମଧ୍ୟରେ ଆଲୋଚନା ହେବା ସହ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ଲାଗି ପ୍ରତିରକ୍ଷା ସମେତ ୬ଟି ରାଜିନାମା ସ୍ବାକ୍ଷର ହୋଇଛି। ଦୁଇ ନେତା ମିଳିତ ଭାବେ ଉପକୂଳ ଗୋଇନ୍ଦା ରାଡାର ସିଷ୍ଟମ ଏବଂ ମାଳଦ୍ୱୀପ ସୈନ୍ୟବାହିନୀ ପାଇଁ ଏକ ପ୍ରଶିକ୍ଷଣ କେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ। ନୌପରିବହନ ଏବଂ ପ୍ରତିରକ୍ଷା ସମ୍ପର୍କକୁ ଭାରତ ସର୍ବାଧିକ ପ୍ରାଥମିକତା ଦେଉଛି। ରାଡାର ସିଷ୍ଟମ ସାମୁଦ୍ରିକ ସୁରକ୍ଷାକୁ ସୁଦୃଢ଼ କରିବ ବୋଲି ମତ ଦେଇଥିଲେ। ସବୁକ୍ଷେତ୍ରରେ ମାଳଦ୍ୱୀପକୁ ଯଥାସମ୍ଭବ ସହାୟତା ଯୋଗାଇ ଦେବା ଲାଗି ଭାରତ ପ୍ରତିଶ୍ରୁତିବଦ୍ଧ ବୋଲି ମୋଦି କହିଥିଲେ। ଭାରତ ‘ପଡୋଶୀ ପ୍ରଥମ’ ନୀତିକୁ ପ୍ରାଧାନ୍ୟ ଦେଇଆସୁଥିବାବେଳେ ଏହାର ନିଦର୍ଶନ ସ୍ବରୂପ ପ୍ରଧାନମନ୍ତ୍ରୀ ପ୍ରଥମେ ମାଳଦ୍ୱୀପ ଗସ୍ତରେ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri