ବିଶ୍ୱକୁ ବିପଦ ବାଣିଜ୍ୟ ଯୁଦ୍ଧ

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ଜାପାନର ଓସାକାରେ ଶୁକ୍ରବାର ଜି-୨୦ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ବିଶ୍ୱ ଅର୍ଥନୀତି, ବହୁପାକ୍ଷିକ ବାଣିଜ୍ୟ ଓ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସ୍ଥାନ ପାଇଛି। ଏହି ଦୁଇଦିନିଆ ସମ୍ମିଳନୀରେ ନିଯୁକ୍ତି, ମହିଳା ସଶକ୍ତୀକରଣ ଓ ସ୍ବାସ୍ଥ୍ୟସେବା ଆଦି ପ୍ରସଙ୍ଗ ନେଇ ମଧ୍ୟ ଆଲୋଚନା ହୋଇଛି। ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ ଜି-୨୦ ଅର୍ଥନୀତିର ନେତା ଓ ଅନ୍ୟ ପ୍ରତିନିଧିମାନଙ୍କୁ ସ୍ବାଗତ କରିଥିଲେ। ସମ୍ମିଳନୀକୁ ସମ୍ବୋଧିତ କରି ଆବେ କହିଥିଲେ, ସାମ୍ପ୍ରତିକ ବାଣିଜି୍ୟକ ପରିବେଶକୁ ନେଇ ସେ ଚିନ୍ତିତ। ମୁକ୍ତ ଓ ଭେଦଭାବରହିତ ବାଣିଜ୍ୟ ଉପରେ ଏକ କଡ଼ା ସନ୍ଦେଶ ଜରୁରୀ। ବିଶ୍ୱ ଅର୍ଥନୀତିକୁ ଆଗେଇ ନେବା ପାଇଁ ଆବଶ୍ୟକ ସମସ୍ତ ନୀତିକୁ ଜି-୨୦ ରାଷ୍ଟ୍ର ସମୂହ ଆପଣାଇବା ଦରକାର ବୋଲି ସେ ମତବ୍ୟକ୍ତ କରିଥିଲେ।
ଓ ଚାଇନା ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଲାଗିରହିଥିବାବେଳେ ଏହାକୁ ହ୍ରାସ କରିବା ଉପରେ ଜି-୨୦ ସମ୍ମିଳନୀରେ ଗୁରୁତ୍ୱାରୋପ କରାଯାଇଛି। ଦୁଇଦେଶ ‘ଯେସାକୁ ତେସା’ ନ୍ୟାୟରେ ପରସ୍ପର ବିରୋଧରେ କଟକଣା ଜାରି କଲେ କୌଣସି ରାଷ୍ଟ୍ର ଏଥିରୁ ଲାଭବାନ ହେବେନାହିଁ। ତେଣୁ ଏହାର ତୁରନ୍ତ ସମାଧାନ କରାଯିବା ଉଚିତ। ଏହି ପରିପ୍ରେକ୍ଷୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ଚାଇନା ପ୍ରତିପକ୍ଷ ଜି ଜିନ୍‌ପିଙ୍ଗ୍‌ ଶନିବାର ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପ୍ରକାଶ ଯେ, ଓ୍ବାଶିଂଟନ ଓ ବେଜିଂ ମଧ୍ୟରେ ୨୦୧୮ରେ ଆରମ୍ଭ ହୋଇଥିବା ବାଣିଜ୍ୟ ଯୁଦ୍ଧ ଯୋଗୁ ବିଶ୍ୱ ଅର୍ଥନୀତି ପ୍ରଭାବିତ ହୋଇଛି। ଏହାକୁ ନେଇ ଅନ୍ତର୍ଜାତୀୟ ସମୁଦାୟ ଚିନ୍ତାବ୍ୟକ୍ତ କରି ସମାଧାନର ପନ୍ଥା ବାହାର କରିବାକୁ ପରାମର୍ଶ ଦେଇଛନ୍ତି।
୧୯୯୯ରେ ପ୍ରତିଷ୍ଠିତ ଜି-୨୦ ହେଉଛି ଆର୍ଥିକ ପ୍ରସଙ୍ଗଗୁଡ଼ିକ ଉପରେ ସହଯୋଗ ବୃଦ୍ଧି ପାଇଁ ଏକ ଅନ୍ତର୍ଜାତୀୟ କେନ୍ଦ୍ରୀୟ ମଞ୍ଚ। ୟୁରୋପୀୟ ସଂଘ (ଇୟୁ) ଏବଂ ୧୯ଟି ରାଷ୍ଟ୍ର ଏହାର ସଦସ୍ୟ। ଏହି ରାଷ୍ଟ୍ରଗୁଡ଼ିକ ହେଲା ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ, ବ୍ରାଜିଲ, କାନାଡା, ଚାଇନା, ଫ୍ରାନ୍ସ, ଜର୍ମାନୀ, ଭାରତ, ଇଣ୍ଡୋନେସିଆ, ଇଟାଲୀ, ଜାପାନ, ମେକ୍ସିକୋ, ରୁଷିଆ, ସୌଦି ଆରବ, ଦକ୍ଷିଣ ଆଫ୍ରିକା, ଦକ୍ଷିଣ କୋରିଆ, ତୁର୍କୀ, ବ୍ରିଟେନ ଓ ଆମେରିକା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri