ବିଶ୍ୱବିଦ୍ୟାଳୟରେ ଭଙ୍ଗାରୁଜା: ୨୨ ଛାତ୍ରଙ୍କ ନାମରେ ନୋଟିସ

ସମ୍ବଲପୁର,୭ା୪(ବ୍ୟୁରୋ)- ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ସ୍ଥିତିରେ ବୁଧବାର ସୁଧାର ଆସିଛି। ଅଫିସ କାର୍ଯ୍ୟ ସୁଚାରୁ ରୂପେ ଚାଲିଥିଲେ ମଧ୍ୟ ସୁରକ୍ଷା ଦୃଷ୍ଟିରୁ ୨ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି। ଘଟଣାରେ ୧୦୦ରୁ ଊର୍ଦ୍ଧ୍ୱ ସାମିଲ ଥିବା ଅଭିଯୋଗ ହୋଇଥିଲା। ସିସିଟିଭି ଫୁଟେଜକୁ ଆଧାର କରି ସେଥିମଧ୍ୟରୁ ୨୨ ଜଣଙ୍କୁ ଚିହ୍ନଟ କରାଯାଇଥିଲା। ସେମାନଙ୍କୁ ନୋଟିସ କରି ଛାଡି ଦିଆଯାଇଛି। ଅନ୍ୟମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ ବି.ବି. ଭୋଇ କହିଛନ୍ତି। ସୂଚନାଯୋଗ୍ୟ ଯୁକ୍ତ ୩ ବର୍ଷର ଥାର୍ଡ ସେମିଷ୍ଟର ପରୀକ୍ଷା ଅନ୍‌ଲାଇନରେ କରିବା ପାଇଁ ଛାତ୍ରୀଛାତ୍ର ମଙ୍ଗଳବାର ଦାବି କରିବାକୁ ଆସିଥିବା ସମୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ଉପସ୍ଥିତିରେ ବିଶ୍ୱବିଦ୍ୟାଳୟର ପ୍ରଶାସନିକ କୋଠାରେ ଛାତ୍ରୀଛାତ୍ର ଭଙ୍ଗାରୁଜା କରିଥିଲେ। ଅନ୍ୟପକ୍ଷେ ଛାତ୍ରୀଛାତ୍ର ଆଲୋଚନା ପାଇଁ ଆସିଥିବା ସମୟରେ ପୋଲିସ ଅତର୍କିତ ଭାବେ ଲାଠିଚାର୍ଜ କରିଥିବା ପାଲଟା ଅଭିଯୋଗ ହୋଇଥିଲା। ଛାତ୍ରୀଛାତ୍ରଙ୍କ ଦାବିକୁ ନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଚିଠି ଲେଖିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ…

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ, ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଦରକାର ପଡ଼ିଲାନି ଭୋଟିଂ

ଭୁବନେଶ୍ବର,୧୧।୬: ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri