ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଘେରିଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୨୫ା୬- ଗଞ୍ଜାମ ଆଇନ ମହାବିଦ୍ୟାଳୟରେ ବିବିଏଲଏଲବି ପାଠ୍ୟକ୍ରମ ପରୀକ୍ଷା ପରିଚାଳନାରେ ଅନିୟମିତତା ଅଭିଯୋଗ ହୋଇଛି ା ୫ ବର୍ଷିଆ ପାଠ୍ୟକ୍ରମରେ ନିୟମିତ ପରୀକ୍ଷା ପରିଚାଳନା ଓ ଫଳ ପ୍ରକାଶନରେ ବାରମ୍ବାର ଅବହେଳା କରାଯାଉଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ପାଠକ୍ରମ ପରୀକ୍ଷା ପରିଚାଳନାରେ କଲେଜ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ମନମୁଖି କାର୍ଯ୍ୟକଳାପ ଯୋଗୁ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ଆଡକୁ ଠେଲି ହୋଇଯାଉଛି ା ସୋମବାର ଛାତ୍ରୀଛାତ୍ରମାନେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳସଚିବ ଓ ପରୀକ୍ଷା ନିୟନ୍ତ୍ରକଙ୍କୁ ଘେରାଉ କରିଥିଲୋ
ବର୍ଷରୁ ଊର୍ଦ୍ଧ୍ୱ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଡିଗ୍ରୀ ଓ ସ୍ନାତକୋତ୍ତର ପରୀକ୍ଷା ପରିଚାଳନା ଓ ଫଳ ପ୍ରକାଶନରେ ବିଳମ୍ବକୁ ନେଇ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି ା ଗଞ୍ଜାମ ଆଇନ ମହାବିଦ୍ୟାଳୟର ବିବିଏଲ୍‌ଏଲ୍‌ବି ପାଠ୍ୟକ୍ରମ ପରୀକ୍ଷା ପରିଚାଳନା ଓ ଫଳ ପ୍ରକାଶନରେ ବିଳମ୍ବ ଅଭିଯୋଗ ହୋଇଛି ା ଛାତ୍ରୀଛାତ୍ରଙ୍କ କହିବାନୁଯାୟୀ, ୨୦୧୫-୧୬ ଶିକ୍ଷାବର୍ଷରୁ ବିବିଏଲ୍‌ଏଲ୍‌ବି ପାଠ୍ୟକ୍ରମରେ ଗଞ୍ଜାମ ଆଇନ ମହାବିଦ୍ୟାଳୟରେ ଅଧ୍ୟୟନ କରି ଆସୁଥିବା ଛାତ୍ରୀଛାତ୍ରଙ୍କ ପାଠ୍ୟକ୍ରମ ୨୦୨୦ରେ ଶେଷ ହେବ ା ଶିକ୍ଷା ଶେଷ ହେବାକୁ ଆଉମାତ୍ର ବର୍ଷେ ବାକି ଥିବା ବେଳେ ୮ ସେମିଷ୍ଟର ପରୀକ୍ଷା ପରିବର୍ତ୍ତେ ମାତ୍ର ୫ ସେମିଷ୍ଟର ପରୀକ୍ଷା ଅନୁଷ୍ଠିତ ହୋଇଛି। ସେଥିମଧ୍ୟରୁ ମାତ୍ର ପ୍ରଥମ, ଦ୍ୱିତୀୟ, ତୃତୀୟ ସେମିଷ୍ଟର ପରୀକ୍ଷାଫଳ ପ୍ରକାଶ ପାଇଛି ା ଚତୁର୍ଥ ସେମିଷ୍ଟର ପରୀକ୍ଷା ବର୍ଷେ ବିତିଥିବା ବେଳେ ପଞ୍ଚମ ସେମିଷ୍ଟର ପରୀକ୍ଷାକୁ ମଧ୍ୟ ୭ମାସ ବିତିଛି ା ତଥାପି ଫଳ ପ୍ରକାଶ କରାଯିବା ଦିଗରେ କୌଣସି ଗୁରୁତ୍ୱ ଦିଆଯାଉ ନାହିଁ। ଅନ୍ୟପକ୍ଷରେ ପାଠ୍ୟକ୍ରମର ଚତୁର୍ଥ ବର୍ଷ ଶେଷ ହୋଇଥିବାରୁ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହାର ସମାଧାନ କରିବା ପରିବର୍ତ୍ତେ କଲେଜ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପରସ୍ପରକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛନ୍ତି ା ଫଳରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ପରୀକ୍ଷା ପରିଚାଳନା ଓ ଫଳ ପ୍ରକାଶନକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହେଉଛି ା ଏ ଦିଗରେ ବାରମ୍ବାର କଲେଜ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ତାହା କେବଳ ପ୍ରତିଶ୍ରୁତିରେ ସୀମିତ ରହିଥିବା ଛାତ୍ରୀଛାତ୍ରମାନେ କହିଛନ୍ତି ା
୨୦୨୦ରେ ଶିକ୍ଷା ସମାପ୍ତ ପୂର୍ବରୁ ସମସ୍ତ ସେମିଷ୍ଟର ପରୀକ୍ଷା ପରିଚାଳନା ଓ ଫଳ ପ୍ରକାଶନ ଦିଗରେ ପଦକ୍ଷେପ ଗ୍ରହଣ କରା ନ କଲେ ଛାତ୍ରୀଛାତ୍ରମାନେ ଅନିର୍ଦ୍ଦିଷ୍ଟ କାଳପାଇଁ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଶୁଣାଇଛନ୍ତି ା
ପ୍ରତିବାଦରେ ଛାତ୍ରୀଛାତ୍ରମାନେ ସୋମବାର କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରସାଦ ଦାସଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ। କୁଳସଚିବ ରଞ୍ଜନ ବିଶ୍ୱାଳ ଓ ପରୀକ୍ଷା ନିୟନ୍ତ୍ରକ ଦାୟିତ୍ୱରେ ଥିବା ଡ. ସିଦ୍ଧାର୍ଥ ଶଙ୍କର ପଣ୍ଡା ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିଥିଲେ ା ଆସନ୍ତା ୩ଦିନ ମଧ୍ୟରେ ଚତୁର୍ଥ, ଷଷ୍ଠ, ଅଷ୍ଟମ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶ କରାଯିବ ା ସପ୍ତାହକ ମଧ୍ୟରେ ବାକି ଥିବା ସେମିଷ୍ଟର ଫର୍ମପୂରଣ ତାରିଖ ଘୋଷଣା କରାଯିବ ା ବଳକା ସେମିଷ୍ଟର ପରୀକ୍ଷା ଓ ତା’ ର ଫଳ ୨୦୨୦ ତଥା ଶିକ୍ଷାଶେଷ ପୂର୍ବରୁ ପ୍ରକାଶ କରିବାକୁ ଉଦ୍ୟମ କରିବାକୁ ପରୀକ୍ଷା ନିୟନ୍ତ୍ରକ ପଣ୍ଡା ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri