ବିଶ୍ୱବ୍ୟାଙ୍କ ନିର୍ଦ୍ଦେଶକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକସେବା ଭବନରେ ବିଶ୍ୱବ୍ୟାଙ୍କ ନିର୍ଦ୍ଦେଶକ(ଭାରତ) ଜୁନୈଦ କମାଲ୍‌ ଅହମ୍ମଦଙ୍କୁ ସାକ୍ଷାତ କରିଛନ୍ତି। ଅପରାହ୍ନରେ ହୋଇଥିବା ଏହି ସାକ୍ଷାତ୍‌କାର ସମୟରେ ଉଭୟଙ୍କ ମଧ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ବିଶେଷ ଭାବେ ବିଶ୍ୱବ୍ୟାଙ୍କ୍‌ ସହଯୋଗରେ ଓଡ଼ିଶା ବିକାଶ ପ୍ରକ୍ରିୟା କିପରି ତ୍ୱରାନିତ ହେବ ସେ ନେଇ ଆଲୋଚନା କରାଯାଇଛି।
ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡିକର ଅଧିକ ଭାଗୀଦାରି, ଦାରିଦ୍ର୍ୟ ଦୂରୀକରଣ ଏବଂ ଉତ୍ତମ ପ୍ରଶାସନିକ ବ୍ୟବସ୍ଥା କାର୍ଯ୍ୟକାରିତା ଉପରେ ରାଜ୍ୟ ପ୍ରଶାସନ ନେଇଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରିଥିଲେ। ଦାରିଦ୍ର୍ୟ ଦୂରୀକରଣ ସହ ସାମାଜିକ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ପଞ୍ଜୀକରଣ ଉପରେ ଉଭୟ ଗୁରୁତ୍ୱ ଦେଇଥିଲେ। ବିଶ୍ୱବ୍ୟାଙ୍କ୍‌ର କଣ୍ଟ୍ରି ପାର୍ଟନରଶିପ୍‌ ଫ୍ରେମ୍‌ୱାର୍କ କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟରେ କାମ ଚାଲୁଅଛି। ୨୦୧୮ରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟ ଆସନ୍ତା ୨୦୨୨ ଯାଏ ଚାଲିବ। ଏହି ସମୟ ମଧ୍ୟରେ କେଉଁ କ୍ଷେତ୍ରକୁ ବିଶ୍ୱବ୍ୟାଙ୍କ୍‌ର ଅଧିକ ଆବଶ୍ୟକତା ରହିଛି, ତାହା ନିରୂପଣ କରାଯାଇ କାର୍ଯ୍ୟ କରାଯିବ। ଏଥିପାଇଁ ବିଶ୍ୱବ୍ୟାଙ୍କ୍‌ ପକ୍ଷରୁ ରାପିଡ୍‌ ଷ୍ଟେଟ୍‌ ଡାଇଗ୍ନୋଷ୍ଟିକ୍‌ ଷ୍ଟଡି କରାଯାଇଥିଲା। ନବୀନ-ଜୁନେଦଙ୍କ ମଧ୍ୟରେ ହୋଇଥିବା ଏହି ସାକ୍ଷାତକାର ସମୟରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ ଏବଂ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri