ବିଶ୍ୱରେ ୧୭,୨୫୦ କରୋନା ମୃତ୍ୟୁ

ନୂଆଦିଲ୍ଲୀ୨୫ା୩: ବିଶ୍ୱବ୍ୟାପୀ କରୋନା ମୃତ୍ୟୁସଂଖ୍ୟା ମଙ୍ଗଳବାର ୧୭, ୨୫୦ରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୩୯୬,୨୩୬ ଛୁଇଁଛି। ଚାରିଆଡ଼େ ଲୋକଙ୍କ ମନରେ ଭୟର ବାତାବରଣ। ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସତ୍ତ୍ୱେ ଏହି ଭୂତାଣୁ ମୁଣ୍ଡ ଗଡ଼ାଇଚାଲିଛି। ଚାଇନା ପରେ ପ୍ରାଣଘାତୀ କରୋନା ଭାଇରସ୍‌ ୟୁରୋପ, ଆମେରିକା ଦେଶଗୁଡ଼ିକରେ ଭୟଙ୍କର ତାଣ୍ଡବ ରଚିଛି। ଇଟାଲୀରେ ଅଦ୍ୟାବଧି କରୋନା ଭାଇରସ୍‌ ଜନିତ ମୃତ୍ୟୁସଂଖ୍ୟା ୬,୦୭୭ରେ ପହଞ୍ଚିଥିବା ବେଳେ ୬୩,୯୨୭ ସଂକ୍ରମିତ ଥିବା ଜଣାପଡ଼ିଛି। ସେହିଭଳି ସ୍ପେନରେ ୨,୬୯୬ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୯,୬୭୩ରେ ପହଞ୍ଚିଛି। ଇରାନରେ ୧୯୩୪ଜଣ ମୃତ୍ୟୁବରଣ କରିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୨୫ ହଜାରରେ ପହଞ୍ଚିଛି। ଚାଇନାରେ ୩,୨୭୭ ଜଣ ପ୍ରାଣ ହରାଇଥିଲେ ହେଁ ପୂର୍ବାପେକ୍ଷା ସ୍ଥିତିରେ ନିୟନ୍ତ୍ରଣ ଆସିପାରିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୮୧,୧୭୧। ସେହିଭଳି ଆମେରିକାରେ ମୃତକଙ୍କ ସଂଖ୍ୟା ୫୮୮କୁ ବୃଦ୍ଧି ପାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୪୬, ୨୫୬। ଫ୍ରାନ୍ସରେ ୮୬୦, ଜର୍ମାନୀରେ ୧୩୩, ସ୍ବିଜରଲାଣ୍ଡରେ ୧୨୨, ବ୍ରିଟେନରେ ୩୩୭, ଦକ୍ଷିଣ କୋରିଆରେ ୧୨୦, ନେଦରଲାଣ୍ଡରେ ୨୭୬ ବ୍ୟକ୍ତି ପ୍ରାଣ ହରାଇଲେଣି। କରୋନା ଭାଇରସ୍‌ ବିଶ୍ୱର ୧୯୪ ଦେଶକୁ ସଂକ୍ରମିତ ହୋଇଥିବା ବେଳେ ଚାରିଆଡ଼ ଲକ୍‌ଡାଉନ୍‌ କରାଯାଇଛି। ଲୋକେ ସଚେତନ ନ ହେଲେ ଓ ସାମାଜିକ ଦୂରତ୍ୱ ରକ୍ଷା କରିବାରେ ବିଫଳ ହେଲେ ପରିସ୍ଥିତି ଅଧିକ ଭୟଙ୍କର ହେବ ବୋଲି ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri