Posted inଜାତୀୟ

ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତର ୩

ନୂଆଦିଲ୍ଲୀ,୨୦ା୬ (ଆଇଏଏନ୍‌ଏସ୍‌) : ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତର ମାତ୍ର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଆଇଆଇଟି ବମ୍ବେ, ଆଇଆଇଟି ଦିଲ୍ଲୀ ଓ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଆଇଆଇଏସ୍‌ସି) ବାଙ୍ଗାଲୋର ଏଥିରେ ସ୍ଥାନ ପାଇଛନ୍ତି। ଲଣ୍ଡନ୍‌ରେ ବୁଧବାର ୨୦୨୦ କ୍ୱାକ୍‌କ୍ୱାରେଲ୍ଲି ସାଇମଣ୍ଡ୍ସ୍‌ (କ୍ୟୁଏସ୍‌) ଓ୍ବାଲର୍‌ଡ ର଼୍ୟାଙ୍କିଙ୍ଗ୍‌ ନେଇ ଏ ସମ୍ପର୍କରେ ଘୋଷଣା କରାଯାଇଛି।
ବମ୍ବେ କ୍ରମାଗତ ଦ୍ୱିତୀୟ ଥର ଲାଗି ଭାରତର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟଭାବେ ସ୍ଥାନ ପାଇଛି। ଗତ ଥର ବିଶ୍ୱ ର଼୍ୟାଙ୍କିଙ୍ଗରେ ଏହାକୁ ୧୬୨ତମ ସ୍ଥାନ ମିଳିଥିବାବେଳେ ଏଥର ୧୫୨ତମ ସ୍ଥାନ ମିଳିଛି। ଆଇଆଇଏସ୍‌ସି ଗତବର୍ଷ ଭାରତର ଦ୍ୱିତୀୟ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟଭାବେ ସ୍ଥାନ ପାଇଥିବାବେଳେ ଚଳିତବର୍ଷ ଏହାକୁ ତୃତୀୟ ସ୍ଥାନ ମିଳିଛି। ଆଇଆଇଟି ଦିଲ୍ଲୀକୁ ଏଥର ଦ୍ୱିତୀୟ ସ୍ଥାନ ମିଳିପାରିଛି।
ର଼୍ୟାଙ୍କିଙ୍ଗର ୧୦୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇଥିବା ଭାରତର ୨୩ଟି ବିଶ୍ୱବିଦ୍ୟାଳୟ ମଧ୍ୟରୁ ନୂଆଭାବେ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟି ସ୍ଥାନ ପାଇଛି। ଆଇଆଇଟି ବମ୍ବେ ଏହାର ଗବେଷଣା ଦକ୍ଷତା ବୃଦ୍ଧି କରିପାରି ଥିବାରୁ ଏହା ର଼୍ୟାଙ୍କିଙ୍ଗରେ ୧୦ଟି ସ୍ଥାନ ଉପରକୁ ଉଠିବାରେ ସଫଳ ହୋଇଛି। କିନ୍ତୁ ସାମୂହିକଭାବେ ଭାରତର ବିଶ୍ୱବିଦ୍ୟାଳୟଗୁଡ଼ିକ ଶିକ୍ଷାଦାନ/ ଛାତ୍ର ଅନୁପାତ ଓ ଅନ୍ତର୍ଜାତୀୟ ଛାତ୍ର ଅନୁପାତ ତୁଳନାରେ ହାରାହାରି ୧୨ ପ୍ରତିଶତ କମ ପ୍ରଦର୍ଶନ କରିଥିବା ଜଣାପଡ଼ିଛି। କେତେକ ପ୍ରମୁଖ କ୍ଷେତ୍ରରେ ଭାରତର ଉଚ୍ଚ ଶିକ୍ଷା ଅଗ୍ରଗତି କରୁଥିବା ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗରୁ ଜଣାପଡ଼ିଛି। ଗବେଷଣା ଓ ଶିକ୍ଷା କ୍ଷେତ୍ରରେ ରଣନୀତିକ ପୁଞ୍ଜିନିବେଶର ଆବଶ୍ୟକତା ରହିଛି ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri