Posted inଫୁରସତ

ବିଶ୍ୱର ସବୁଠୁ ଉଚ୍ଚରେ ଥିବା ହ୍ରଦ

ଲାମଜୁଙ୍ଗ: ନେପାଳର ମାନାଙ୍ଗ ଜିଲାରେ ଏବେ ନୂତନ ଭାବେ ସନ୍ଧାନ ମିଳିଥିବା କାଜିନ ସାରା ହ୍ରଦ ବିଶ୍ୱର ଉଚ୍ଚତମ ହ୍ରଦ ବୋଲି କୁହାଯାଉଛି। ଏହା ପୂର୍ବରୁ ସେହି ଜିଲାର ତିଲିଚୋକ ହ୍ରଦ ଉଚ୍ଚତମ ଥିଲା। ୪ କିଲୋମିଟର ଲମ୍ବ , ୧.୨ କିଲୋମିଟର ଚଉଡା ଓ ୨୦୦ ମିଟର ଗଭୀର ତିଲିଚୋକ ହ୍ରଦ ହିମାଳୟର ୪,୯୧୯ ମିଟର ଉଚ୍ଚରେ ଅଛି । ହିମାଳୟାନ ଟାଇମ୍ସର ରିପୋର୍ଟ ଅନୁଯାୟୀ କାଜିନ ସାରା ହ୍ରଦ ୫,୨୦୦ ମିଟର ଉଚ୍ଚରେ ଥିବାରୁ ଏହା ଏବେ ବିଶ୍ୱର ଉଚ୍ଚତମ ହ୍ରଦ । ମାନାଙ୍ଗର ଚାମେ ନଗରନିଗମର ସିଙ୍ଗାରଖର୍‌କାରେ ଅବସ୍ଥିତ ଏହିି ହ୍ରଦଟି କିଛି ମାସ ପୂର୍ବରୁ ପର୍ବତାରୋହୀମାନଙ୍କ ଦ୍ୱାରା ଠାବ କରାଯାଇଥିଲା। ଏହାର ଲମ୍ବ ୧,୫୦୦ ମିଟର ଓ ଚଉଡା ୬୦୦ ମିଟର। ହିମାଳୟରୁ ବରଫ ତରଳି ସୃଷ୍ଟି ହୋଇଥିବା ଏହି ହ୍ରଦକୁ ସ୍ଥାନୀୟ ଲୋକମାନେ ‘ଶିିଙ୍ଗାର’ କହନ୍ତି। । ମାନାଙ୍ଗ ଜିଲା ମୁଖ୍ୟାଳୟ ଚାମେଠାରୁ ୨୪ କିଲୋମିଟର ଦୂରରେ ଥିବା ଏହି ହ୍ରଦ ପାଖରେ ପହଞ୍ଚତ୍ବା ପାଇଁ ୧୮ ଘଣ୍ଟା ପାହାଡ଼ ଚଢିବାକୁ ପଡେ। ଜୁଲାଇ ଓ ନଭେମ୍ବର ମାସରେ ହ୍ରଦ ପାଖକୁ ଯିବାର ଉପଯୁକ୍ତ ସମୟ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri