ବିଶ୍ୱର ସବୁଠୁ କ୍ଷୁଦ୍ର ରଥ :ନ୍ୟାଶନାଲ ବୁକ ଅଫ ରେକର୍ଡରେ ସ୍ଥାନିତ ,ଗିନିଜ ବୁକ ଅଫ ରେକର୍ଡ ଦେବ ସ୍ବତନ୍ତ୍ର ମାନ୍ୟତା

ବ୍ରହ୍ମପୁର ଅଫିସ,୪ା୭-ପୁଣି ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା । ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ କାଠରେ ସେ ବିଶ୍ୱର ସବୁଠୁ କ୍ଷୁଦ୍ରରଥ ନିର୍ମାଣ କରି ଚର୍ଚ୍ଚାକୁ ଆସିଛନ୍ତି । ୨.୫ ଇଞ୍ଚ ଉଚ୍ଚତା, ୨ ଇଞ୍ଚ ଓସାର ବିଶିଷ୍ଟ ଅବିକଳ ନନ୍ଦିଘୋଷ ଆକୃତିର ଏହି ରଥ ନ୍ୟାଶନାଲ ରେକର୍ଡ ସେକ୍ଟରରେ ସ୍ଥାନିତ ହୋଇଛି । ଏହାକୁ ଗିନିଜ୍‌ ବୁକ ଅଫ ରେକର୍ଡ ସ୍ବତନ୍ତ୍ର ମାନ୍ୟତା ଦେବ ବୋଲି ସତ୍ୟ ପ୍ରକାଶ କରିଛନ୍ତି । ଏହି ରଥରେ ୧୬ଟି ଚକ, ୪ଟି ଘୋଡା, ଦୁଇଟି ଓଲଟ ଶୁଆ, ଦଧିନଉତି, ପତିତପାବନ ବାନା ଖଞ୍ଜା ଯାଇଛି । ରଥରେ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତିର ଉଚ୍ଚତା ମାତ୍ର ୧ ସେ.ମି. ରହିଥିବା ବେଳେ ସାରଥିଙ୍କ ଉଚ୍ଚତା ୧.୫ ସେ.ମି.  ରହିଛି । ରଥର ଓଜନ ମାତ୍ର ୮ ଗ୍ରାମ । ୪ ଦିନ ମଧ୍ୟରେ ସତ୍ୟ ଏହାକୁ ନିର୍ମାଣ କରିଥିବା କହିଛନ୍ତି।
ଶ୍ରୀଗୁଣ୍ଡିଚା ଯାତ୍ରା ଓ ଶ୍ରୀଜଗନ୍ନାଥଙ୍କ ମହିମାକୁ ବିଶ୍ୱସ୍ତରରେ ପହଞ୍ଚାଇବା ନିମନ୍ତେ ଏକ ନିଆରା ପ୍ରୟାସ କରି ଆସୁଛନ୍ତି ସୋରଡ଼ାରେ ଜନ୍ମିତ ସତ୍ୟ ମହାରଣା। ୨୦୧୬ ରଥଯାତ୍ରା ସମୟରେ ସତ୍ୟ ପ୍ରଥମେ କାଠରେ ୧୪ ଇଞ୍ଚ ଉଚ୍ଚତା ଓ ୯ ଇଞ୍ଚ ଓସାର ବିଶିଷ୍ଟ ନନ୍ଦିଘୋଷ, ୧୩.୫ ଇଞ୍ଚ ଉଚ୍ଚତା ଓ ୮.୫ ଇଞ୍ଚ ଓସାର ବିଶିଷ୍ଟ ତାଳଧ୍ୱଜ, ୧୨.୫ ଇଞ୍ଚ ଉଚ୍ଚତା ଓ ୬ ଇଞ୍ଚ ଓସାର ବିଶିଷ୍ଟ ଦର୍ପଦଳନ ଆକୃତିର ରଥ ନିର୍ମାଣ କରି ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନିତ ହୋଇଥିଲେ । ୨୦୧୭ରେ ୮.୫ ଇଞ୍ଚ ଉଚ୍ଚତା ଓ ୫ ଇଞ୍ଚ ଓସାର ବିଶିଷ୍ଟ ନନ୍ଦିଘୋଷ ନିର୍ମାଣ କରି ଗ୍ଲୋବାଲ ବୁକ ଅଫ ରେକର୍ଡ, ୱାର୍ଲଡ ରେକର୍ଡ ସେକ୍ଟରରେ ରହିଥିଲେ। ୨୦୧୮ରେ ୪.୫ ଇଞ୍ଚ ଉଚ୍ଚତା ଓ ୩ ଇଞ୍ଚ ଓସାରର ରଥ ନିର୍ମାଣ କରି ଏସିଆ ପାସିଫିକ ରେକର୍ଡ, ଗ୍ଲୋବାଲ ବୁକ ଅଫ ରେକର୍ଡ, ନ୍ୟାଶନାଲ ରେକର୍ଡରେ, ୱାର୍ଲଡ ରେକର୍ଡ ଇଣ୍ଡିଆରେ ସ୍ଥାନିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri