ବିଶ୍ୱସ୍ତରୀୟ ହେବ ଏସ୍‌ସିବି ମେଡିକାଲ: ଦିଗ୍‌ଦର୍ଶନ ଦେବେ ୧୦ ଅଭିଜ୍ଞ ଡାକ୍ତର

କଟକ ଅଫିସ,୨।୩: ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ ଭାବେ ଗଢ଼ିତୋଳିବା ଦିଗରେ ପ୍ରୟାସ କରୁଛନ୍ତି ରାଜ୍ୟ ସରକାର। ଏଥିପାଇଁ ପୂର୍ବରୁ ପ୍ରାୟ ୧୦ହଜାର କୋଟି ଟଙ୍କାର ଯୋଜନା ଘୋଷଣା କରାଯାଇଛି। ଟଙ୍କା କେମିତି ଖର୍ଚ୍ଚ କରାଯିବ, କେଉଁ ସବୁ ଚିକିତ୍ସା ସୁବିଧା ପ୍ରଦାନ କରାଯିବ ଏବଂ ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ଦିଗରେ କ’ଣ ସବୁ ପଦକ୍ଷେପ ନିଆଯିବ, ସେନେଇ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବା ପାଇଁ ୧୦ଜଣ ଅଭିଜ୍ଞ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି। ଏଥିରେ ୭ଜଣ ପଦ୍ମ ପୁରସ୍କାରପ୍ରାପ୍ତ ଡାକ୍ତର ଅଛନ୍ତି। ଏ ନେଇ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉକ୍ତ ଡାକ୍ତରମାନଙ୍କ ନାମ ଘୋଷଣା କରିଛନ୍ତି। ସେମାନେ ହେଲେ ହୃଦ୍‌ରୋଗ ବିଶେଷଜ୍ଞ ପଦ୍ମଭୂଷଣ ଡା. ରମାକାନ୍ତ ପଣ୍ଡା, ହୃଦ୍‌ରୋଗ ବିଶେଷଜ୍ଞ ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଡା. ଦେବୀ ସେଠୀ, ହୃଦ୍‌ରୋଗ ବିଶେଷଜ୍ଞ ପଦ୍ମଭୂଷଣ ଡା. ଶ୍ରୀନାଥ ରେଡ୍ଡୀ, ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ପ୍ରଫେସର ପଦ୍ମଶ୍ରୀ ସୁବ୍ରତ ଆଚାର୍ଯ୍ୟ, କିଡ୍‌ନୀ ରୋଗ ବିଶେଷଜ୍ଞ ପଦ୍ମଶ୍ରୀ ପ୍ରଫେସର ମୁକୁତ୍‌ ମିଞ୍ଜ, କର୍କଟରୋଗ ବିଶେଷଜ୍ଞ ପଦ୍ମଶ୍ରୀ ଡା. ଦିଗାମ୍ବର ବେହେରା, କର୍କଟ ରୋଗ ବିଶେଷଜ୍ଞ ପଦ୍ମଶ୍ରୀ ଡା. ରାଜନ୍‌ ବାଡୱେ, ମେଡିସିନ ବିଶେଷଜ୍ଞ ଡା. ଜଗତ ନାରୁଲା, ଏଲ୍‌.ଭି. ପ୍ରସାଦ ଚକ୍ଷୁ ଶିକ୍ଷାନୁଷ୍ଠାନର ନିର୍ଦ୍ଦେଶକ ଡା. ଜିଏନ୍‌. ରାଓ ଏବଂ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମହାପାତ୍ର। ଏହି ଟିମ୍‌ର ସଂଯୋଜକ ଭାବେ କାମ କରିବେ ମେଡିକାଲ୍‌ ଶିକ୍ଷା ଏବଂ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟ(ଡିଏମ୍‌ଇଟି)ର ନିର୍ଦ୍ଦେଶକ। ଏମାନଙ୍କ ମଧ୍ୟରେ ଡା. ରମାକାନ୍ତ ପଣ୍ଡା, ଡା. ସୁବ୍ରତ ଆଚାର୍ଯ୍ୟ, ଡା. ଦିଗାମ୍ବର ବେହେରା ଏବଂ ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଏସ୍‌ସିବି ମେଡିକାଲର ପୁରାତନ ଛାତ୍ର। ଏହି ଅଭିଜ୍ଞ ଡାକ୍ତରମାନେ ଅନେକ ବିରଳ ଅସ୍ତ୍ରୋପଚାର ଏବଂ ଗବେଷଣା ପାଇଁ ଦେଶ ଓ ଦେଶ ବାହାରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ୫-ଟି ଅଭିଯାନରେ ଗତ ନଭେମ୍ବରରେ ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ ବା ଏମ୍‌ସ ପ୍ଲସ ହସ୍ପିଟାଲରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏପରି କି ପ୍ରାୟ ଏକ ହଜାର କୋଟି ଟଙ୍କାର ଅନୁଦାନ ଯୋଗାଇ ଦେବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ଏସ୍‌ସିବି ମେଡିକାଲକୁ ସମ୍ପ୍ରସାରଣ କରିବା ପାଇଁ ଆଖପାଖ ଅଞ୍ଚଳରୁ ଉଚ୍ଛେଦ ଚାଲିଛି। ରାଜ୍ୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଉକ୍ତ ମେଡିକାଲ ଅନେକ ଗୌରବ ହାସଲ କରିଛି। ଏପରି କି ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଆଶାର କିରଣ ସାଜିଛି। ଏଣୁ ଏହାର ବିକାଶ ଦିଗରେ ଉପରୋକ୍ତ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜାରି ପ୍ରେସ୍‌ ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri