ବିଶ୍ୱସ୍ତରୀୟ ହେବ ଶାମୁକା ପର୍ଯ୍ୟଟନ ପ୍ରକଳ୍ପ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ପୁରୀ ଜିଲାରେ ପ୍ରସ୍ତାବିତ ଶାମୁକା ପର୍ଯ୍ୟଟନ ପ୍ରକଳ୍ପ ଏକ ବିଶ୍ୱସ୍ତରୀୟ ପ୍ରକଳ୍ପ ହେବ। ଏହି ପ୍ରକଳ୍ପ ସମ୍ପର୍କିତ ଏକ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ପର୍ଯ୍ୟଟନ ସଚିବ ବିଶାଳ କୁମାର ଦେବ ପ୍ରକଳ୍ପ ବିକାଶର ସାମ୍ପ୍ରତିକ ସ୍ଥିତି ବିଷୟ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ।
ପ୍ରକଳ୍ପର ସ୍ଥିତି ଅନୁଧ୍ୟାନ କରି ଏହାକୁ ଏକ ବିଶ୍ୱସ୍ତରୀୟ ଏକକ ପ୍ରକଳ୍ପ ଭାବେ ନିର୍ମାଣ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରକଳ୍ପ ପାଇଁ ୯୭୨ ଏକର ଜମି ଅଧିଗ୍ରହଣ ସରିଛି। ତେଣୁ ଏଥିରେ ପ୍ରାଚୀର ନିର୍ମାଣ ପାଇଁ ଇଡ୍‌କୋକୁ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ର ତଟବର୍ତ୍ତୀ ହୋଇଥିବାରୁ ପ୍ରାଚୀରକୁ ଯଥା ସମ୍ଭବ ଲୁଣା ପ୍ରଭାବଜନିତ ଅବକ୍ଷୟ ନିରୋଧକ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଅଧିକ ବ୍ୟୟ କରୁଥିବା ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ନେଇ ଯୋଜନା ପ୍ରସ୍ତୁତ କରାଯାଉଛି।
ପର୍ଯ୍ୟଟକ ସଚିବ ବିଶାଳଦେବ କହିଥିଲେ ଯେ, ଇତିମଧ୍ୟରେ ଶାମୁକା ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ସରିଛି । ପ୍ରକଳ୍ପ ନିର୍ମାଣ ନିମନ୍ତେ ଇଡ୍‌କୋ ଏବଂ ଓଡ଼ିଶା ପର୍ଯ୍ୟଟନ ନିଗମଙ୍କ ସହଭାଗିତାରେ ‘ଶାମୁକା ପର୍ଯ୍ୟଟନ ବିକାଶ ନିଗମ’ ନାମରେ ଏକ ଯୁଗ୍ମ କମ୍ପାନୀ ଗଠନ କରାଯାଇଛି। ପ୍ରକଳ୍ପ ପାଇଁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡଙ୍କ ଅନୁମତି, ତଟବର୍ତ୍ତୀ ଅଞ୍ଚଳ ପରିଚାଳନା କର୍ତ୍ତୃପକ୍ଷଙ୍କ ଅନୁମତି ଏବଂ ପୁରୀ କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଅନୁମତି ମିଳିସାରିଛି।
ସେହିପରି ପରିବର୍ତ୍ତିତ ପ୍ରାକୃତିକ ପରିବେଶ ଯୋଗୁ ପୂର୍ବ ପ୍ରସ୍ତୁତି ‘ମାଷ୍ଟର ପ୍ଲାନ୍‌’ରେ କିଛି ପରିବର୍ତ୍ତନ କରାଯିବାର ଆବଶ୍ୟକତା ଅଛି । ସମୁଦ୍ର ତଟରେ ନୂଆ କରି ବାଲିକୁଦ ସୃଷ୍ଟି ହେଉଛି। ସେଗୁଡିକର କୌଣସି କ୍ଷତି ନ କରି ପ୍ରକଳ୍ପ ଯୋଜନାର ଅନ୍ତରୀଣ ପରିବର୍ତ୍ତନ କରାଯିବ । ଏଥିରେ କଳା ଓ ସଂସ୍କୃତି କେନ୍ଦ୍ର, ସଂଗ୍ରହାଳୟ, ବିଳାସପୂଣ୍ଣର୍ର୍ ହୋଟେଲ, ଗଲ୍‌ଫ କୋର୍ସ, ଭିଲ୍ଲା, ଆବାସିକ ଆପାର୍ଟମେଣ୍ଟ, ଷ୍ଟ୍ରିଟ୍‌ ବଜାର, ଆତିଥ୍ୟ ପ୍ରତିଷ୍ଠାନ ଏବଂ ମିଶ୍ରିତ ପର୍ଯ୍ୟଟନ ସମ୍ପତ୍ତି ନିର୍ମାଣ କରାଯିବ । ଖୋଲା ଜାଗା ଏବଂ ପାର୍କ ମଧ୍ୟ ରହିବ । ପରିବର୍ତ୍ତିତ ମାଷ୍ଟର ପ୍ଲାନ୍‌ ୪ ମାସ ମଧ୍ୟରେ ପୂର୍ଣ୍ଣାଙ୍ଗ ହେବ ବୋଲି ବିଶାଳଦେବ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?