Posted inଖେଳ

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ : ନିରାଶ କଲେ ଲଙ୍ଗ ଜମ୍ପର ଶ୍ରୀଶଙ୍କର

ଦୋହା,୨୮।୯(ପି.ଟି.)- କାତାର ରାଜଧାନୀ ଦୋହାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ବିଶ୍ୱ ଆଥଲେଟିକ ଚାମ୍ପୟିନଶିପ୍‌। ପ୍ରଥମ ଦିବସରେ ଭାରତ ପାଇଁ ଅଭିଯାନ ଆରମ୍ଭ କରିଥିବା ଲଙ୍ଗ୍‌ ଜମ୍ପର ମୁରଲୀ ଶ୍ରୀଶଙ୍କର ନିରାଶ କରିଛନ୍ତି। ସେ ପୁରୁଷ ଲଙ୍ଗ ଜମ୍ପର ଫାଇନାଲରେ ପ୍ରବେଶ କରିବାରେ ବିଫଳ ହୋଇଛନ୍ତି। ୨୭ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ସେ ୨୨ତମ ସ୍ଥାନରେ ରହି ଅଭିଯାନ ଶେଷ କରିଥିଲେ। ଶ୍ରୀଶଙ୍କରଙ୍କ ଶ୍ରେଷ୍ଠ ପ୍ରଦର୍ଶନ ଥିଲା ୭.୬୨ ମି.। ତେବେ ଇଭେଣ୍ଟ କ୍ୱାଲିଫାଇଂ ମାର୍କ ୮.୧୫ ମି. ରହିଥିଲା। କେରଳ ଆଥଲେଟ୍‌ ଶ୍ରୀଶଙ୍କରଙ୍କ ଉପରେ ସମସ୍ତଙ୍କ ନଜର ରହିଥିଲା। ତେବେ ଶେଷରେ ସେ ନିରାଶ କରିଛନ୍ତି। ଗତବର୍ଷ ଭୁବନେଶ୍ୱରରେ ଅନୁଷ୍ଠିତ ଜାତୀୟ ଓପନ୍‌ ଚାମ୍ପିୟନଶିପ୍‌ରେ ୮.୧୧ ଓ ୮.୨୦ ମିଟର ଡେଇଁ ଜାତୀୟ ରେକର୍ଡ ସ୍ଥାପନ କରିଥିଲେ।
ପ୍ରଥମ ପ୍ରୟାସରେ ସେ ୭.୫୨ମି. ଡେଇଁଥିଲେ। ଏହାପରେ ଦ୍ୱିତୀୟ ପ୍ରୟାସରେ ସାମାନ୍ୟ ଉନ୍ନତି କରି ୭.୬୨ ମି. ଡେଇଁଥିଲେ। ଅଟୋମେଟିକ୍‌ କ୍ୱାଲିଫିକେଶନ ମାର୍କ ୮.୧୫ମି. ଥିଲା। ଯଦି ୧୨ଜଣ ଫାଇନାଲ୍‌ରେ ଏହି କ୍ୱାଲିଫିକେଶନ ମାର୍କ ସହିତ ଉତୀର୍ଣ୍ଣ ନ ହୁଅନ୍ତି ତେବେ ଏହାଠାରୁ କମ୍‌ ଲମ୍ବ ଡେଉଁଥିବା ଆଥଲେଟ୍‌ ଅଗ୍ରଗତି କରିବାର ସୁଯୋଗ ରହିଥିଲା। ଶ୍ରୀଶଙ୍କର ଏକ କ୍ରୀଡ଼ାବିତ୍‌ ପରିବାରରୁ ଆସିଛନ୍ତି। ତାଙ୍କ ମାତାପିତା ଉଭୟ କ୍ରୀଡ଼ାବିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri