ବିଶ୍ୱ ଆଦିବାସୀ ଦିବସ ପାଳିତ: ଭାଷା,ସଂସ୍କୃତିର ସୁରକ୍ଷା ଉପରେ ଗୁରୁତ୍ୱ

ମୁରିବାହାଲ, ୧୮।୮ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ମୁରିବାହାଲ ବ୍ଲକ ଆଦିବାସୀ ସଂଘ ପକ୍ଷରୁ ଜମିଦାରପଡାଠାରେ ରବିବାର ରାଜ୍ୟସ୍ତରୀୟ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଏଥିରେ ଆଦିବାସୀଙ୍କର ଜମି, ଜଳ, ଜଙ୍ଗଲ, ଭାଷା ଓ ସଂସ୍କୃତିର ସୁରକ୍ଷା ଉପରେ ଆଲୋଚନା କରାଯାଇଥିଲା। ଏଥିସହ ଆଦିବାସୀମାନେ ଶିକ୍ଷା ପ୍ରତି ଧ୍ୟାନ ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ଜିଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ବ୍ରଜକିଶୋର ସିଂଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ରାଜ୍ୟ କାର୍ଯ୍ୟକାରୀ ସଭାପତି ଜିତୁ ଜାରେସିକା ମୁଖ୍ୟଅତିଥିଭାବେ ଯୋଗଦେଇଥିଲେ। ଜାରେସିକା ତାଙ୍କ ବକ୍ତବ୍ୟରେ ଆଦିବାସୀମାନଙ୍କର ବିକାଶ, ନିଜର ନ୍ୟାର୍ଯ୍ୟ ଦାବି ହାସଲ, ଶିକ୍ଷାର ଉନ୍ନତୀକରଣ ଉପରେ ଯୋର ଦେଇଥିଲେ। ପୃଥିବୀର ୯୦ଟି ଦେଶର ୪୦ କୋଟିରୁ ଉର୍ଦ୍ଧ୍ୱ ଆଦିବାସୀ ୭ ହଜାର ଭାଷା ବ୍ୟବହାର କରୁଥିବା ବେଳେ ୫ ହଜାର ସଂସ୍କୃତି ସହ ଜଡିତ ଅଛନ୍ତି । ତେଣୁ ସମଗ୍ର ଆଦିବାସୀ ନିଜ ସମ୍ପ୍ରଦାୟର ମାତୃଭାଷା, ସାହିତ୍ୟ, ପାଣ୍ଡୁଲିପି, ସଂସ୍କୃତିର ସୁରକ୍ଷା ପାଇଁ ପ୍ରୟାସ ଜାରି ରଖିବା ପାଇଁ ସେ ଆହ୍ବାନ ଦେଇଥିଲେ। ସମ୍ମାନୀତ ଅତିଥିଭାବେ ମହାସଚିବ ନିରଞ୍ଜନ ବିଶି, ରାଜ୍ୟ ଉପସଭାପତି ପରମାନନ୍ଦ ମାଝୀ, ସାଧାରଣ ସମ୍ପାଦକ ବାଳକୃଷ୍ଣ ଶବର, ଉପାଧ୍ୟକ୍ଷ ଯୋଗେନ୍ଦ୍ର ଭୋଇ, ଉପଦେଷ୍ଟା ସତ୍ୟନାରାୟଣ ଭୋଇ, ଶରତ ଚନ୍ଦ୍ର ସିଂଭୋଇ, ହେମ୍ରମ ହଂସଦା, ସୁରେଶ ଭୋଇ, ସରପଞ୍ଚ ମିଥିଲା ମାଝୀ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ରାୟଗଡାରୁ ଆସିଥିବା ଗୁରକା ଲୋକନୃତ୍ୟ, ନୟମଗିର ଡଙ୍ଗରିଆ କନ୍ଧଙ୍କ ଦ୍ୱାରା ଢାପ ନୃତ୍ୟ ପରିବେଷଣ କରାଯାଇଥିଲା । ପ୍ରଥମଥର ପାଇଁ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ମାତୃଭାଷା ଓ ସୁରକ୍ଷା ଦିବସ ସମାରୋହରେ ରାଜ୍ୟର ୯ଟି ଜିଲାର ଆଦିବାସୀମାନେ ଯୋଗଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

୨୦୨୫-୨୬ ଆର୍ଥିକ ବର୍ଷର ଖରିବ ଧାନ କ୍ରୟ ଶୁଭାରମ୍ଭ

ଲୋଇସିଂହା,୫।୧୨(ସୁଶାନ୍ତ ବାରିକ) ବଲାଙ୍ଗୀର ଡିଏଲ ପିସି ବୈଠକରେ ହୋଇଥିବା ଧାର୍ଯ୍ୟ ତାରିଖ ଅନୁଯାୟୀ ଡିସେମ୍ବର ୫ ତାରିଖରୁ ଜିଲାର ଲୋଇସିଂହା ପାକ୍ସରୁ ଜିଲ୍ଲାସ୍ତରୀୟ ୨୦୨୫-୨୬ ଆର୍ଥିକ...

ହଠାତ୍‌ ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯୁବକ: ଆଉ ତା’ପରେ ଘଟିଲା…

ସଇଁତଳା,୫।୧୨(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗିର ଶୁକ୍ରବାର ସକାଳ ସମୟରେ କୌଣସି ଏକ ଟ୍ରେନରୁ ଜଣେ ଯୁବକ ପଡି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ...

ସମ୍ପର୍କୀୟ ଘରକୁ ଆସିଥିଲେ, ବାଇକରେ ଯାଉଥିବା ବେଳେ ପଛପଟୁ ଧକ୍କା ଦେଲା ଆମ୍ବୁଲାନ୍ସ, ତା’ପରେ…

ବଲାଙ୍ଗୀର, ୫।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ପାଟଣାଗଡ଼ ୫୭ନମ୍ବର ରାଜ୍ୟ ରାଜପଥ ରାସ୍ତା ାଙ୍କରପାଲି ଆର୍‌.ଆର୍‌.କଲୋନୀ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ...

ବଲାଙ୍ଗୀରରୁ ରାମେଶ୍ୱରମ – ମଦୁରାଇ ଅଭିମୁଖେ ଯାତ୍ରା, ବାହାରିଲେ ଏତେ ତୀର୍ଥଯାତ୍ରୀ

ବଲାଙ୍ଗୀର, ୪।୧୨(ସୁନିଲ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ କାର୍ଯ୍ୟକ୍ରମରେ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରୁ ବଲାଙ୍ଗୀର ଜିଲାର ବିଭିନ୍ନ ବ୍ଲକ...

ଦାଦନ ଚାଲାଣକୁ ନେଇ ବିଧାୟକ ଲକ୍ଷ୍ମଣ ବାଗ୍‌ – କାଉନସିଲର୍‌ ମୁହାଁମୁହିଁ: ଥାନାରେ ପରସ୍ପର ବିରୋଧରେ ଦେଲେ ଏତଲା

ବଲାଙ୍ଗୀର,୪।୧୨(ସୁନିଲ କୁମାର ମହାନ୍ତି):   ରେଲୱେ ଷ୍ଟେଶନ ଠାରେ ବୁଧବାର ରାତିରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଓ କଣ୍ଟାବାଞ୍ଜି ଏନଏସି ଓ୍ବାର୍ଡ ନମ୍ବର ୧ର କାଉନସିଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri