ବିଶ୍ୱ ଆଦିବାସୀ ଦିବସ ପାଳିତ: ଭାଷା,ସଂସ୍କୃତିର ସୁରକ୍ଷା ଉପରେ ଗୁରୁତ୍ୱ

ମୁରିବାହାଲ, ୧୮।୮ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ମୁରିବାହାଲ ବ୍ଲକ ଆଦିବାସୀ ସଂଘ ପକ୍ଷରୁ ଜମିଦାରପଡାଠାରେ ରବିବାର ରାଜ୍ୟସ୍ତରୀୟ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଏଥିରେ ଆଦିବାସୀଙ୍କର ଜମି, ଜଳ, ଜଙ୍ଗଲ, ଭାଷା ଓ ସଂସ୍କୃତିର ସୁରକ୍ଷା ଉପରେ ଆଲୋଚନା କରାଯାଇଥିଲା। ଏଥିସହ ଆଦିବାସୀମାନେ ଶିକ୍ଷା ପ୍ରତି ଧ୍ୟାନ ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ଜିଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ବ୍ରଜକିଶୋର ସିଂଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ରାଜ୍ୟ କାର୍ଯ୍ୟକାରୀ ସଭାପତି ଜିତୁ ଜାରେସିକା ମୁଖ୍ୟଅତିଥିଭାବେ ଯୋଗଦେଇଥିଲେ। ଜାରେସିକା ତାଙ୍କ ବକ୍ତବ୍ୟରେ ଆଦିବାସୀମାନଙ୍କର ବିକାଶ, ନିଜର ନ୍ୟାର୍ଯ୍ୟ ଦାବି ହାସଲ, ଶିକ୍ଷାର ଉନ୍ନତୀକରଣ ଉପରେ ଯୋର ଦେଇଥିଲେ। ପୃଥିବୀର ୯୦ଟି ଦେଶର ୪୦ କୋଟିରୁ ଉର୍ଦ୍ଧ୍ୱ ଆଦିବାସୀ ୭ ହଜାର ଭାଷା ବ୍ୟବହାର କରୁଥିବା ବେଳେ ୫ ହଜାର ସଂସ୍କୃତି ସହ ଜଡିତ ଅଛନ୍ତି । ତେଣୁ ସମଗ୍ର ଆଦିବାସୀ ନିଜ ସମ୍ପ୍ରଦାୟର ମାତୃଭାଷା, ସାହିତ୍ୟ, ପାଣ୍ଡୁଲିପି, ସଂସ୍କୃତିର ସୁରକ୍ଷା ପାଇଁ ପ୍ରୟାସ ଜାରି ରଖିବା ପାଇଁ ସେ ଆହ୍ବାନ ଦେଇଥିଲେ। ସମ୍ମାନୀତ ଅତିଥିଭାବେ ମହାସଚିବ ନିରଞ୍ଜନ ବିଶି, ରାଜ୍ୟ ଉପସଭାପତି ପରମାନନ୍ଦ ମାଝୀ, ସାଧାରଣ ସମ୍ପାଦକ ବାଳକୃଷ୍ଣ ଶବର, ଉପାଧ୍ୟକ୍ଷ ଯୋଗେନ୍ଦ୍ର ଭୋଇ, ଉପଦେଷ୍ଟା ସତ୍ୟନାରାୟଣ ଭୋଇ, ଶରତ ଚନ୍ଦ୍ର ସିଂଭୋଇ, ହେମ୍ରମ ହଂସଦା, ସୁରେଶ ଭୋଇ, ସରପଞ୍ଚ ମିଥିଲା ମାଝୀ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ରାୟଗଡାରୁ ଆସିଥିବା ଗୁରକା ଲୋକନୃତ୍ୟ, ନୟମଗିର ଡଙ୍ଗରିଆ କନ୍ଧଙ୍କ ଦ୍ୱାରା ଢାପ ନୃତ୍ୟ ପରିବେଷଣ କରାଯାଇଥିଲା । ପ୍ରଥମଥର ପାଇଁ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ମାତୃଭାଷା ଓ ସୁରକ୍ଷା ଦିବସ ସମାରୋହରେ ରାଜ୍ୟର ୯ଟି ଜିଲାର ଆଦିବାସୀମାନେ ଯୋଗଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକା

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର)ଟଙ୍କା ପାଇଁ ମଣିଷ କେତେ କ୍ରୂର ହୋଇଯାଏ ତାହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ବେଲପଡ଼ା ଗ୍ରାମରେ। ୧୪...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ...

୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ

ସଇଁତଳା, ୧୪ା୪ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଡ଼େଙ୍ଗ ପଞ୍ଚାୟତବାସୀ ଏବେ ଘୋର ପାନୀୟ ଜଳକଷ୍ଟରେ ରହିଛନ୍ତି। ପାଇପ୍‌ ଫାଟି ଯାଇଥିବାରୁ...

ସୋନିଆଙ୍କୁ ଭେଟିଲେ ନରସିଂହ

ବଲାଙ୍ଗୀର,୧୪ା୪(ବୀରେନ୍ଦ୍ର କୁମାର ଝାଙ୍କର)କଂଗ୍ରେସ ଦଳର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଶନିବାର ବଲାଙ୍ଗୀର ବିଧାୟକ ତଥା ବିଧାନ ସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ...

ଏଭଳି ନେତା ଦଳ ଛାଡିଲେ ପ୍ରଭାବ ପଡିବନି- ଶିବାଜୀ 

ବଲାଙ୍ଗୀର,୧୧ା୪ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭାଜପାର ପୂର୍ବତନ  ଜିଲା ସଭାପତି ପ୍ରଭାସ ପାଣିଗ୍ରାହୀ ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ଯୋଗ  ଦେଇଛନ୍ତି। ଭୁବନେଶ୍ୱରଠାରେ ବିଜେଡି...

ବିଦ୍ୟାଳୟ ଆସୁନାହାନ୍ତି ପ୍ରଧାନଶିକ୍ଷକ

ଲାଠୋର, ୧୧ା୪(ଭୁବନେଶ୍ୱର ବାରିକ)ବଲାଙ୍ଗୀର ଜିଲା ତୁରେକେଲା ବ୍ଳକ ହଲନଭଟା ପଞ୍ଚାୟତ ଅଧିନ ବିଜମାଲପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ପ୍ରଧାନ ଶିକ୍ଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri