Posted inଖେଳ

ବିଶ୍ୱ ଚାମ୍ପିୟନଶିପ୍‌: ସିନ୍ଧୁ ଜିତିଲେ ଐତିହାସିକ ସ୍ବର୍ଣ୍ଣ

ବାସେଲ (ସୁଇଜରଲାଣ୍ଡ), ୨୫।୮ (ପି.ଟି.)- ତାରକା ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ରବିବାର ତାଙ୍କ ଜ୍ଜାଜଲ୍ୟମୟ କ୍ୟାରିୟରରେ ଆଉ ଏକ ସ୍ବର୍ଣ୍ଣିମ ସଫଳତା ଯୋଡ଼ିଛନ୍ତି। ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବ୍ୟାଡ୍‌ମିଣ୍ଟନର ସର୍ବୋଚ୍ଚ ପ୍ରତିଯୋଗିତା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ୨୪ ବର୍ଷୀୟା ସିନ୍ଧୁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ହାଇଦ୍ରାବାଦୀ ଲଳନା ସିନ୍ଧୁ ଏକତରଫା ବିଶିଷ୍ଟ ଫାଇନାଲରେ ଜାପାନର ନୋଜୋମି ଓକୁହାରାଙ୍କୁ ପରାସ୍ତ କରିଛନ୍ତି। ଏଥିସହ ପ୍ରଥମ ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳି ଭାବେ ସେ ଏହି ସମ୍ମାନଜନକ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି।
ସନ୍ଧ୍ୟାରେ ଖେଳାଯାଇଥିବା ଏହି ହାଇଭୋଲଟେଜ୍‌ ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌କୁ ୨୪ ବର୍ଷୀୟା ସିନ୍ଧୁ ଏକତରଫା ଭାବେ ୨୧-୭, ୨୧-୭ ସିଧାସଳଖ ଗେମ୍‌ରେ ଓକୁହରାଙ୍କୁ ପରାସ୍ତ କରିବାରେ ସମର୍ଥ ହୋଇଥିଲେ। ୫ ଫୁଟ୍‌ ୧୦ ଇଞ୍ଚ ଉଚ୍ଚତା ବିଶିଷ୍ଟ ସିନ୍ଧୁ ନିଜ ଉଚ୍ଚତାର ସମ୍ପୂର୍ଣ୍ଣ ଫାଇଦା ଉଠାଇ ମାତ୍ର ୩୮ ମିନିଟ୍‌ ମ୍ୟାଚ୍‌କୁ ଜିତିନେଇଥିଲେ। ଏଥିସହ ସିନ୍ଧୁ ୨ ବର୍ଷ ତଳର ପରାଜୟର ମଧୁର ପ୍ରତିଶୋଧ ମଧ୍ୟ ନେଇଛନ୍ତି। ୨୦୧୭ ଗ୍ଲାସଗୋରେ ଖେଳାଯାଇଥିବା ଏହି ସମାନ ପ୍ରତିଯୋଗିତାର ଫାଇନାଲରେ ଓକୁହରାଙ୍କ ନିକଟରୁ ହାରି ସିନ୍ଧୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହୋଇଥିଲେ। ସେହି ଫାଇନାଲ ମ୍ୟାଚ୍‌ ଦୀର୍ଘ ଏକ ଘଣ୍ଟା ୫୦ ମିନିଟ୍‌ ଧରି ଅନୁଷ୍ଠିତ ହୋଇଥିଲା, ଯାହାକୁ ବ୍ୟାଡ୍‌ମିଣ୍ଟନ ଇତିହାସର ଅନ୍ୟତମ ଶ୍ରେଷ୍ଠ ମ୍ୟାଚ୍‌ ଭାବେ ବିବେଚିତ କରାଯାଉଛି।
ଝାଙ୍ଗ୍‌ଙ୍କ ସହ ସମକକ୍ଷ ହେଲେ ସିନ୍ଧୁ:
ଏହି ବିଜୟ ସହ ସିନ୍ଧୁ ବ୍ୟାଡ୍‌ମିଣ୍ଟନର ସର୍ବୋଚ୍ଚ ପ୍ରତିଯୋଗିତା ବିଶ୍ୱ ଚାମ୍ପିୟନଶିପ୍‌ର ସମସ୍ତ ପଦକ ଜିତିବାରେ ସକ୍ଷମ ହୋଇଛନ୍ତି। ପୂର୍ବରୁ ସେ ୨୦୧୩ ଓ ୨୦୧୪ରେ ଏହି ପ୍ରତିଯୋଗିତାରେ ବ୍ରୋଞ୍ଜ ଏବଂ ୨୦୧୭ ଓ ୨୦୧୮ରେ ରୌପ୍ୟ ପଦକ ଜିତିଥିଲେ। ଏବେ ସ୍ବର୍ଣ୍ଣ ଜିତି ସେ ବିଶ୍ୱ ଚାମ୍ପିୟନଶିପ୍‌ର ପଦକ ସେଟ୍‌ ଅକ୍ତିଆର କରିଛନ୍ତି। ଏଥିସହ ଏହି ସମ୍ମାନଜନକ ପ୍ରତିଯୋଗିତାର ମହିଳା ସିଙ୍ଗଲ୍ସରେ ସର୍ବାଧିକ ପଦକ ଜିତିବାରେ ଚାଇନାର ଝାଙ୍ଗ୍‌ ନିଙ୍ଗ୍‌ଙ୍କ ସହ ସିନ୍ଧୁ ସମକକ୍ଷ ହୋଇଛନ୍ତି। ଝାଙ୍ଗ୍‌ ମଧ୍ୟ ତାଙ୍କ କ୍ୟାରିୟରରେ ବିଶ୍ୱ ଚାମ୍ପିୟନଶିପ୍‌ର ଗୋଟିଏ ସ୍ବର୍ଣ୍ଣ ଏବଂ ୨ଟି ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri