Posted inଖେଳ

ବିଶ୍ୱ ଚାମ୍ପିୟନଶିପ୍‌: ୪୦୦ମି. ହର୍ଡଲ୍ସ ସେମିରୁ ବାଦ୍‌ ପଡିଲେ ଜବିର

ଦୋହା, ୨୯।୯(ପି.ଟି.)- ବିଶ୍ୱ ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିନରେ ଦୂତୀ ଚାନ୍ଦଙ୍କ ପରେ ଅନ୍ୟତମ ଭାରତୀୟ ଆଥଲେଟ ଏମ୍‌ପି ଜବିର ମଧ୍ୟ ବାଦ୍‌ ପଡିଛନ୍ତି। ଶନିବାର ଖେଳାଯାଇଥିବା ପୁରୁଷ ୪୦୦ ମିଟର ହର୍ଡଲ୍ସ ରେସ୍‌ରେ ଜବିର କିଛି କରି ଦେଖାଇବେ ବୋଲି ଆଶା କରାଯାଉଥିଲା। ତେବେ ଶେଷରେ ସେ ନିରାଶ କରିଛନ୍ତି। ସେ ୪୦୦ମି. ହର୍ଡଲ୍ସ ରେସ୍‌ର ସେମିଫାଇନାଲରେ ୪୯.୭୧ ସେକେଣ୍ଡ ସମୟ ନେଇ ପଞ୍ଚମ ସ୍ଥାନରେ ରହିଥିଲେ। ଏଥିସହିତ ସେ ଫାଇନାଲକୁ ଉଠିବାରେ ବିଫଳ ହୋଇଛନ୍ତି। ୩ଟି ସେମିଫାଇନାଲର ଶ୍ରେଷ୍ଠ ୨ଜଣ ଖେଳାଳି ଓ ଏହାପରେ ଦ୍ରୁତତମ ୨ଜଣ ଖେଳାଳି ଫାଇନାଲରେ ପ୍ରବେଶ କରିବାର ନିୟମ ରହିଛି। ସେମିଫାଇନାଲ ଅଷ୍ଟମ ଦ୍ରୁତତମ ଟାଇମିଂ ଥିଲା ୪୮.୯୩ ସେକେଣ୍ଡ। ଏହା ଜବିରଙ୍କ ଟାଇମିଂଠାରୁ ଯଥେଷ୍ଟ ଊର୍ଦ୍ଧ୍ୱରେ ଥିଲା। ପୂର୍ବରୁ ତାଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ରେକର୍ଡ ଥିଲା ୪୯.୧୩। ଶୁକ୍ରବାର ଜବିର ତାଙ୍କ ହିଟ୍‌ରେ ୪୯.୬୨ ସେକେଣ୍ଡ ସମୟ ନେଇ ତୃତୀୟ ସ୍ଥାନରେ ରହି ସେମିଫାଇନାଲରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଥିଲେ। ସେ ଜୋସେଫ ଆବ୍ରାହମଙ୍କ ପରେ ଦ୍ୱିତୀୟ ଭାରତୀୟ ଖେଳାଳି ଭାବେ ସେମିକୁ ଉଠିଥିଲେ। ୨୦୦୭ରେ ଆବ୍ରାହମ ୪୯. ୬୪ ସେକେଣ୍ଡ ସମୟ ନେଇ ସେମିକୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri